ଭୁବନେଶ୍ୱର,୧ା୧୨: ଆୟୁଷ୍ମାନ ଭାରତ ନେଇ ସ୍ବାସ୍ଥ୍ୟମନ୍ତ୍ରୀଙ୍କ ବଡ ସୂଚନା । ରାଜ୍ୟରେ ଚଳିତ ଆର୍ଥିକ ବର୍ଷରେ ହିଁ ଏହି ଆୟୁଷ୍ମାନ ଭାରତ ଯୋଜନାକୁ ଲାଗୁ କରାଯିବ । ଏନେଇ ସ୍ବାସ୍ଥ୍ୟମନ୍ତ୍ରୀ ମୁକେଶ ମହାଲିଙ୍ଗ ସୂଚନା ଦେଇଛନ୍ତି । ପୂର୍ବରୁ ରାଜ୍ୟରେ ଗୋପବନ୍ଧୁ ଆରୋଗ୍ୟ ଯୋଜନା ରହିଥିବା ବେଳେ ଆୟୁଷ୍ମାନ ଭାରତ ଯୋଜନା ସହିତ ଏମଓୟୁ ହେବ । ଏହି ଯୋଜନା ଅଧିନରେ ସାଢେ 3 କୋଟି ଲୋକଙ୍କୁ ସ୍ବତନ୍ତ୍ର କାର୍ଡ ଦିଆଯିବ । କାଶ୍ମୀରରୁ କନ୍ୟାକୁମାରୀ ଯାଏଁ ଏହି ସୁବିଧା ମିଳିବ । 27 ହଜାର ହସ୍ପିଟାଲରେ ଏହି ଯୋଜନା ଅଧିନରେ ଚିକିତ୍ସା ହେବ । ୭୦ ବର୍ଷରୁ ଅଧିକ ବୟସର ସମସ୍ତ ବରିଷ୍ଠ ନାଗରିକ, ସେମାନଙ୍କର ସାମାଜିକ-ଅର୍ଥନୈତିକ ସ୍ଥିତି ନିର୍ବିଶେଷରେ ଆୟୁଷ୍ମାନ ଭାରତ ପ୍ରଧାନମନ୍ତ୍ରୀ ଜନ ଆରୋଗ୍ୟ ଯୋଜନାର ଲାଭ ପାଇବାକୁ ଯୋଗ୍ୟ ହେବେ।
ଅନ୍ତର୍ଜାତୀୟରୁ ଆରମ୍ଭ କରି ଜାତୀୟ ତଥା ରାଜ୍ୟର ୩୧୪ ବ୍ଲକରେ ଘଟୁଥିବା ପ୍ରତିଟି ଘଟଣା ଉପରେ ଓଡିଆନ୍ ନ୍ୟୁଜ ଆପଣଙ୍କୁ ଦେଉଛି ୨୪ ଘଂଟିଆ ଅପଡେଟ | କରୋନାର ସଂକଟ ସମୟରେ ଆମେ ଲୋଡୁଛୁ ଆପଣଙ୍କ ସହଯୋଗ । ଓଡିଆନ୍ ନ୍ୟୁଜ ଡିଜିଟାଲ ମିଡିଆକୁ ଆର୍ଥିକ ସମର୍ଥନ ଜଣାଇ ଆଂଚଳିକ ସାମ୍ବାଦିକତାକୁ ଶକ୍ତିଶାଳୀ କରନ୍ତୁ |