ପ୍ରକାଶ ପାଇଲା ରାଜ୍ୟସଭା ଉପନିର୍ବାଚନ ପାଇଁ ବିଜ୍ଞପ୍ତି

ଭୁବନେଶ୍ୱର,୩।୧୨: ରାଜ୍ୟ ସଭା ଉପନିର୍ବାଚନ ପାଇଁ ମଙ୍ଗଳବାର ବିଜ୍ଞପ୍ତି ଜାରି ହୋଇଛି। ବିଧାନସଭାରେ ବିଜ୍ଞପ୍ତି ପ୍ରକାଶ ପାଇଥିବା ଜଣାପଡିଛି। ଆସନ୍ତା ୨୦ରେ ନିର୍ବାଚନ ହେବ। ଏଥିପାଇଁ ନାମାଙ୍କନ ପତ୍ରର ଶେଷ ତାରିଖ ଡିସେମ୍ବର ୧୦ ତାରିଖ ରହିଛି। ଏହାସହ ୧୧ ତାରିଖରେ ପ୍ରାର୍ଥୀପତ୍ର ଯାଞ୍ଚ ହେବ। ୧୩ ସୁଦ୍ଧା ପ୍ରାର୍ଥୀପତ୍ର ପ୍ରତ୍ୟାହାର କରିବାର ଶେଷ ଦିନ ରହିଛି। ଏହାପରେ ୨୦ରେ ନିର୍ବାଚନ ଅନୁଷ୍ଠିତ ହେବ।ରାଜ୍ୟସଭା ଉପନିର୍ବାଚନ ପାଇଁ ଆଜି ପ୍ରକାଶ ପାଇଛି ବିଜ୍ଞପ୍ତି। ଓଡ଼ିଶା ସମେତ ୪ ରାଜ୍ୟରେ ଖାଲି ପଡ଼ିଥିବା ୬ଟି ଆସନ ହେବ ଉପନିର୍ବାଚନ। ଏନେଇ  ବିଧାନସଭା ସଚିବାଳୟ ପକ୍ଷରୁ ବିଧିବଦ୍ଧ ବିଜ୍ଞପ୍ତି ପ୍ରକାଶ ପାଇଛି।ବିଜେଡିର ପୂର୍ବତନ ସାଂସଦ ସୁଜିତ କୁମାର ରାଜ୍ୟସଭା ସଦସ୍ୟ ପଦରୁ ଇସ୍ତଫା ଦେବା ପରେ ଗୋଟିଏ ଆସନ ଖାଲିପଡ଼ିଛି। ଏଥିପାଇଁ ଡିସେମ୍ବର ୨୦ ତାରିଖରେ ରାଜ୍ୟସଭା ପାଇଁ ଉପନିର୍ବାଚନ ହେବ। ୧୦ ତାରିଖ ନାମାଙ୍କନର ଶେଷ ତାରିଖ ରହିଛି। ୧୧ ତାରିଖ ନାମାଙ୍କନ ଯାଞ୍ଚ ହେବ ଓ ୧୩ ତାରିଖ ନାମାଙ୍କନ ପ୍ରତ୍ୟାହାରର ଶେଷ ତାରିଖ ରହିଛି।

ଅନ୍ତର୍ଜାତୀୟରୁ ଆରମ୍ଭ କରି ଜାତୀୟ ତଥା ରାଜ୍ୟର ୩୧୪ ବ୍ଲକରେ ଘଟୁଥିବା ପ୍ରତିଟି ଘଟଣା ଉପରେ ଓଡିଆନ୍ ନ୍ୟୁଜ ଆପଣଙ୍କୁ ଦେଉଛି ୨୪ ଘଂଟିଆ ଅପଡେଟ | କରୋନାର ସଂକଟ ସମୟରେ ଆମେ ଲୋଡୁଛୁ ଆପଣଙ୍କ ସହଯୋଗ । ଓଡିଆନ୍ ନ୍ୟୁଜ ଡିଜିଟାଲ ମିଡିଆକୁ ଆର୍ଥିକ ସମର୍ଥନ ଜଣାଇ ଆଂଚଳିକ ସାମ୍ବାଦିକତାକୁ ଶକ୍ତିଶାଳୀ କରନ୍ତୁ |

SUPPORT US

Spread the love
error: Content is protected !!