ଭୁବନେଶ୍ୱର,୩ା୧୨ :ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ ମଙ୍ଗଳବାରଠାରୁ ୫ ଦିନିଆ ଓଡ଼ିଶା ଗସ୍ତରେ ଆସୁଛନ୍ତି। ମଙ୍ଗଳବାର ଅପରାହ୍ନ ୪.୫୦ରେ ଭୁବନେଶ୍ୱର ବିଜୁ ପଟ୍ଟନାୟକ ବିମାନବନ୍ଦରରେ ପହଞ୍ଚିବେ। ସେଠୁ ସିଧାସଳଖ ଚନ୍ଦ୍ରଶେଖରପୁରସ୍ଥିତ ନୀଳାଦ୍ରି ବିହାରରେ ପଣ୍ଡିତ ରଘୁନାଥ ମୁର୍ମୁଙ୍କ ପ୍ରତିମୂର୍ତ୍ତିକୁ ଉଦ୍ଘାଟନ କରିବେ।ଆଜି ଓଡ଼ିଶା ଆସିବେ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ। ଅପରାହ୍ନ ୫ଟାରେ ଭୁବନେଶ୍ୱର ବିଜୁ ପଟ୍ଟନାୟକ ବିମାନବନ୍ଦରରେ ପହଞ୍ଚିବେ ରାଷ୍ଟ୍ରପତି। ସେଠାରୁ ସିଧାସଳଖ ଚନ୍ଦ୍ରଶେଖରପୁର ସ୍ଥିତ ନୀଳାଦ୍ରି ବିହାର ଗସ୍ତ କରି ପଣ୍ଡିତ ରଘୁନାଥ ମୁର୍ମୁଙ୍କ ପ୍ରତିମୂର୍ତ୍ତିକୁ ଉନ୍ମୋଚନ କରିବାର କାର୍ଯ୍ୟକ୍ରମ ରହିଛି।ଏହାପରେ ରାଜଭବନ ଯାଇ ସେଠାରେ ରାତ୍ରି ଯାପନ କରିବେ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ। ଆସନ୍ତାକାଲି ରାଷ୍ଟ୍ରପତି ପୁରୀ ଗସ୍ତ କରିବାର କାର୍ଯ୍ୟକ୍ରମ ରହିଛି। ସକାଳ ୯ଟା ୪୫ରେ ପୁରୀ ତାଳବଣିଆ ହେଲିପ୍ୟାଡରେ ପହଞ୍ଚିବେ।ପରେ ସେଠାରୁ ଶ୍ରୀମନ୍ଦିର ଯାଇ ପ୍ରଥମେ ମହାପ୍ରଭୁଙ୍କ ଦର୍ଶନ କରିବେ। ପରେ ପୁରୀ ଗୋପବନ୍ଧୁ ଆୟୁର୍ବେଦ ମହାବିଦ୍ୟାଳୟର ୭୫ତମ ବାର୍ଷିକ ଉତ୍ସବରେ ଯୋଗ ଦେବେ। ଅପରାହ୍ନ ୩ଟା ୫୫ମିନିଟରେ ପୁରୀ ବ୍ଲୁ-ଫ୍ଲାଗ ବେଳାଭୂମିରେ ଆୟୋଜିତ ନୌସେନା ଦିବସ ସମାରୋହ ଓ ସମର କୌଶଳ ପ୍ରଦର୍ଶନରେ ମୁଖ୍ୟ ଅତିଥି ଭାବେ ସାମିଲ ହେବେ। ଡିସେମ୍ବର ୫ତାରିଖରେ ଓୟୁଏଟିର ୪୦ତମ ସମାବର୍ତ୍ତନ ସମାରୋହରେ ମୁଖ୍ୟ ଅତିଥି ଭାବେ ଯୋଗ ଦେବେ । ସେହିଦିନ ଭୁବନେଶ୍ୱରର ନ୍ୟାୟିକ କୋର୍ଟର ନୂଆ ଅଟ୍ଟାଳିକାକୁ ଉଦଘାଟନ କରିବେ । ଡିସେମ୍ବର ୬ରେ ରାଷ୍ଟ୍ରପତି ଶ୍ରୀମତୀ ମୁର୍ମୁ ମୟୂରଭଞ୍ଜ ଜିଲ୍ଲା ଗସ୍ତରେ ଯାଇ ଉପରବେଡ଼ାଠାରେ ଛାତ୍ରଛାତ୍ରୀ ଓ ଗାଁ ଲୋକମାନଙ୍କ ସହ ମତବିନିୟମ କରିବେ । ସେହିଦିନ ରାଇରଙ୍ଗପୁରଠାରେ ସେ ରାଇରଙ୍ଗପୁର ମହିଳା କଲେଜର ଛାତ୍ରଛାତ୍ରୀ ଓ ଅଧ୍ୟାପିକମାନଙ୍କ ସହ କଥା ହେବେ ।
ଅନ୍ତର୍ଜାତୀୟରୁ ଆରମ୍ଭ କରି ଜାତୀୟ ତଥା ରାଜ୍ୟର ୩୧୪ ବ୍ଲକରେ ଘଟୁଥିବା ପ୍ରତିଟି ଘଟଣା ଉପରେ ଓଡିଆନ୍ ନ୍ୟୁଜ ଆପଣଙ୍କୁ ଦେଉଛି ୨୪ ଘଂଟିଆ ଅପଡେଟ | କରୋନାର ସଂକଟ ସମୟରେ ଆମେ ଲୋଡୁଛୁ ଆପଣଙ୍କ ସହଯୋଗ । ଓଡିଆନ୍ ନ୍ୟୁଜ ଡିଜିଟାଲ ମିଡିଆକୁ ଆର୍ଥିକ ସମର୍ଥନ ଜଣାଇ ଆଂଚଳିକ ସାମ୍ବାଦିକତାକୁ ଶକ୍ତିଶାଳୀ କରନ୍ତୁ |