ଶ୍ରୀଜିଉଙ୍କୁ ଦର୍ଶନ କଲେ ରାଷ୍ଟ୍ରପତି

ପୁରୀ,୪।୧୨: ରାଷ୍ଟ୍ରପତି ୫ ଦିନିଆ ଓଡ଼ିଶା ଗସ୍ତରେ ଆସିଥିବା ବେଳେ ଆଜି ଦ୍ୱିତୀୟ ଦିନ। ଆଜି ସକାଳ ପ୍ରାୟ ୯ଟା ସମୟରେ ରାଜଭବନରୁ ପୁରୀ ଅଭିମୁଖେ ବାହାରିଥିଲେ ରାଷ୍ଟ୍ରପତି। ଭୁବନେଶ୍ୱର ବିମାନବନ୍ଦରରୁ ବାୟୁ ସେନାର ସ୍ୱତନ୍ତ୍ର ବିମାନରେ ପ୍ରାୟ ୧୦ଟା ସମୟରେ ପୁରୀରେ ଅବତରଣ କରିଥିଲେ ରାଷ୍ଟ୍ରପତି। ସେଠାରେ ତାଙ୍କୁ ସ୍ୱାର୍ଗତ କରାଯାଇଥିଲା। ଏହାପରେ ସେଠାରୁ ସେ କଡ଼ା ସୁରକ୍ଷା ବଳୟରେ ସେ ଶ୍ରୀମନ୍ଦିର ଅଭିମୁଖେ ବାହାରିଥିଲେ। ହେଲେ ହଠାତ୍ ରାଷ୍ଟ୍ରପତି ସୁରକ୍ଷା ପ୍ରୋଟୋକଲ ଭାଙ୍ଗି ଶ୍ରୀମନ୍ଦିର କାର୍ଯ୍ୟାଳୟ ନିକଟରେ କାର୍‌ରୁ ଓହ୍ଲାଇ ପଡ଼ିଥିଲେ। ବଡ଼ଦାଣ୍ଡରେ ପହଞ୍ଚିବା ପରେ ଆତ୍ମ ବିଭୋର ହୋଇ ପଡ଼ିଥିଲେ ଦେଶର ପ୍ରଥମ ନାଗରିକ।  ପରେ ବଡ଼ଦାଣ୍ଡରେ ଚାଲି ଚାଲି ଶ୍ରୀମନ୍ଦିର ଅଭିମୁଖେ ଯାଇଥିଲେ। ଅରୁଣ ସ୍ତମ୍ଭଙ୍କୁ ସ୍ପର୍ଶ କରି ନମସ୍କାର କରିଥିଲେ ରାଷ୍ଟ୍ରପତି।ରାଷ୍ଟ୍ରପତିଙ୍କ ସ୍ୱାଗତ ନିମନ୍ତେ ସିଂହଦ୍ୱାର ନିକଟରେ ଗଜପତି ମହାରାଜ, ଶ୍ରୀମନ୍ଦିରର ମୁଖ୍ୟ ପ୍ରଶାସକ, ପରିଚାଳନା କମିଟି ସଦସ୍ୟ, କୌଳିକ ପଣ୍ଡାଙ୍କ ସମେତ ବହୁ ବରିଷ୍ଠ ଅଧିକାରୀ ବହୁ ଉତ୍ସୁକତାର ସହ ଅପେକ୍ଷା କରିଥିଲେ। ଗଜପତି ମହାରାଜା ପୁଷ୍ପଗୁଚ୍ଛ ଦେଇ ରାଷ୍ଟ୍ରପତି ମୁର୍ମୁଙ୍କ ସ୍ୱାଗତ ଜଣାଇଥିଲେ।ପରେ ରାଷ୍ଟ୍ରପ଼ତି ଶ୍ରୀମନ୍ଦିର ଭିତରକୁ ପ୍ରବେଶ କରି ପ୍ରଥମେ କାଶୀ ବିଶ୍ୱନାଥଙ୍କ ଦର୍ଶନ କରିଥିଲେ। ପରେ ୨୨ ପାହାଚ ଦେଇ ଗରୁଡ ସମ୍ଭରେ ମୁଣ୍ଡିଆ ମାରି ଭିତରକୁ ପ୍ରବେଶ କରିଥିଲେ। ପରେ ଭିତରେ କାଠ ନିକଟରୁ ଶ୍ରୀଜିଉଙ୍କୁ ଦର୍ଶନ କରିବା ସହ ଆଳତି କରିଥିଲେ ରାଷ୍ଟ୍ରପତି । ପରେ ବ୍ରାହ୍ମଣ ମହାସଭାରେ ଆର୍ଶୀବାଦ ନେଇ ମା’ ବିମଳାଙ୍କୁ ଦର୍ଶନ କରିଥିଲେ। ମା’ ବିମଳାଙ୍କ ମନ୍ଦିରରେ କିଛି ସମୟ ବସିବା ପରେ ମା’ ଲକ୍ଷ୍ମୀ ମନ୍ଦିରରକୁ ଯାଇ ଦର୍ଶନ କରିଥିଲେ। ସେଠାରେ କିଛି ସମୟ ବସିବା ପରେ ପରେ ଫେରିଥିଲେ ରାଷ୍ଟ୍ରପତି ।ଭାରତୀୟ ନୌସେନା ଦିବସ‌ ଅବସରରେ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ ପୁରୀ ବେଳାଭୂମିରେ ଆୟୋଜିତ ସମାରୋହରେ ମୁଖ୍ୟ ଅତିଥି ଅଛନ୍ତି। ପ୍ରଥମ ଥର ପାଇଁ ଓଡ଼ିଶାରେ ଏତେ ବଡ଼ କାର୍ଯ୍ୟକ୍ରମ ହେଉଥିବାରୁ ଲୋକଙ୍କ ଭିତରେ ଉତ୍ସାହ ଖୁବ୍ ଅଧିକ ରହିଛି। ଉଦ୍ଭାବନ ଓ ସ୍ୱଦେଶୀକରଣ ଦ୍ୱାରା ଶକ୍ତି ଓ ସାମର୍ଥ୍ୟ ହେଉଛି ଏଥର ନୌସେନା ଦିବସର ଥିମ୍। ନୌସେନା ଦିବସ ପାଳନ ନେଇ ପୁରୀରେ ସୁରକ୍ଷାକୁ ବ୍ୟବସ୍ଥାକୁ କଡ଼ାକଡ଼ି କରାଯାଇଛି|

Puri 1733292124

ଅନ୍ତର୍ଜାତୀୟରୁ ଆରମ୍ଭ କରି ଜାତୀୟ ତଥା ରାଜ୍ୟର ୩୧୪ ବ୍ଲକରେ ଘଟୁଥିବା ପ୍ରତିଟି ଘଟଣା ଉପରେ ଓଡିଆନ୍ ନ୍ୟୁଜ ଆପଣଙ୍କୁ ଦେଉଛି ୨୪ ଘଂଟିଆ ଅପଡେଟ | କରୋନାର ସଂକଟ ସମୟରେ ଆମେ ଲୋଡୁଛୁ ଆପଣଙ୍କ ସହଯୋଗ । ଓଡିଆନ୍ ନ୍ୟୁଜ ଡିଜିଟାଲ ମିଡିଆକୁ ଆର୍ଥିକ ସମର୍ଥନ ଜଣାଇ ଆଂଚଳିକ ସାମ୍ବାଦିକତାକୁ ଶକ୍ତିଶାଳୀ କରନ୍ତୁ |

SUPPORT US

Spread the love
error: Content is protected !!