ଭୁବନେଶ୍ୱର,,୫ା୧୨:ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁଙ୍କ ଓଡ଼ିଶା ଗସ୍ତର ଆଜି ତୃତୀୟ ଦିନ। ଆଜି ରାଜଧାନୀ ଭୁବନେଶ୍ୱରରେ ରାଷ୍ଟ୍ରପତିଙ୍କର ଅନେକ କାର୍ଯ୍ୟକ୍ରମ ରହିଛି। OUATର ସମାବର୍ତ୍ତନ ଉତ୍ସବରେ ମୁଖ୍ୟ ଅତିଥି ଭାବେ ଯୋଗଦେବେ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ।ଏଥିସହ ନୂତନ ଜୁଡିସିଆଲ୍ କୋର୍ଟ କଂପ୍ଲେକ୍ସର ଉଦଘାଟନୀ ଉତ୍ସବରେ ମଧ୍ୟ ମୁଖ୍ୟ ଅତିଥି ଭାବେ ସାମିଲ ହେବେ। ପରେ ରାଜଭବନ ଫେରି ଡିନର କରିବା ସହ ରାତ୍ରିଯାପନ କରିବା କାର୍ଯ୍ୟକ୍ରମ ରହିଛି।
ଅନ୍ତର୍ଜାତୀୟରୁ ଆରମ୍ଭ କରି ଜାତୀୟ ତଥା ରାଜ୍ୟର ୩୧୪ ବ୍ଲକରେ ଘଟୁଥିବା ପ୍ରତିଟି ଘଟଣା ଉପରେ ଓଡିଆନ୍ ନ୍ୟୁଜ ଆପଣଙ୍କୁ ଦେଉଛି ୨୪ ଘଂଟିଆ ଅପଡେଟ | କରୋନାର ସଂକଟ ସମୟରେ ଆମେ ଲୋଡୁଛୁ ଆପଣଙ୍କ ସହଯୋଗ । ଓଡିଆନ୍ ନ୍ୟୁଜ ଡିଜିଟାଲ ମିଡିଆକୁ ଆର୍ଥିକ ସମର୍ଥନ ଜଣାଇ ଆଂଚଳିକ ସାମ୍ବାଦିକତାକୁ ଶକ୍ତିଶାଳୀ କରନ୍ତୁ |