ନୂଆଦିଲ୍ଲୀ,,୫ା୧୨: ଇସ୍ରୋ ଆଜି ଶ୍ରୀହରିକୋଟାସ୍ଥିତ ସତୀଶ ଧାୱନ ମହାକାଶ କେନ୍ଦ୍ରରେ ପ୍ରୋବା ୩ ମହାକାଶଯାନକୁ ନେଇ ପିଏସଏଲଭି ସି-୫୯ ଉତକ୍ଷେପଣ ଯାନକୁ ଅତ୍ୟନ୍ତ ଉଜ୍ଜ୍ୱଳ କକ୍ଷପଥକୁ ସଫଳତାର ସହ ଉତକ୍ଷେପଣ କରିଛି। ଇତିହାସ ରଚିଲା ଭାରତୀୟ ମହାକାଶ ଗବେଷଣା ସଂସ୍ଥା ବା ଇସ୍ରୋ । ଶ୍ରୀହରିକୋଟା ସ୍ଥିତ ସତୀଶ ଧାୱନ ମହାକାଶ କେନ୍ଦ୍ରରୁ ସଫଳ ଉତକ୍ଷେପଣ ହେଲା ୟୁରୋପୀୟ ସ୍ପେସ ଏଜେନ୍ସିର ପ୍ରୋବା-୩ ସାଟେଲାଇଟ । ଅପରାହ୍ଣରେ ଉତକ୍ଷେପଣ ହେଲା ପ୍ରୋବା-୩ ସ୍ପେସକ୍ରାଫ୍ଟ ପିଏସଏଲଭି-ସି୫୯ ।ପ୍ରୋବା-୩ ସାଟେଲାଇଟ ଏଲିପ୍ଟିକାଲ ଅରବିଟରେ ପ୍ରଦିକ୍ଷଣ କରିବ । ଭାରତର ପିଏସଏଲଭି ଦ୍ବାରା ପ୍ରେରିତ ଏହି ସାଟେଲାଇଟ ସୂର୍ଯ୍ୟର ବାହ୍ଯ ଆସ୍ତରଣ ସମ୍ପର୍କରେ ଗବେଷଣ କରିବ। କକ୍ଷ ପଥରେ ସାଟେଲାଇଟକୁ ଅବସ୍ଥାପିତ କରିବା ପରେ ଅଲଗା ହୋଇଯିବ ପିଏସଏଲଭି । ଆଦିତ୍ଯ ଏଲ-୧ ମିଶନ ପରି ଏହି ସାଟେଲାଇଟ ସୋଲାର କରୋନା ସମ୍ପର୍କରେ ଗବେଷଣା କରିବ । ପ୍ରୋବା ମିଶନରେ ଉପଗ୍ରହ ପ୍ରେରଣ କରାଯିବ ଏବଂ ଏଥିରେ ରହିବ କରୋନାଗ୍ରାଫ ଓ ଗୋଟିଏ ଅକ୍ଯୁଲେଟର ।
ଅନ୍ତର୍ଜାତୀୟରୁ ଆରମ୍ଭ କରି ଜାତୀୟ ତଥା ରାଜ୍ୟର ୩୧୪ ବ୍ଲକରେ ଘଟୁଥିବା ପ୍ରତିଟି ଘଟଣା ଉପରେ ଓଡିଆନ୍ ନ୍ୟୁଜ ଆପଣଙ୍କୁ ଦେଉଛି ୨୪ ଘଂଟିଆ ଅପଡେଟ | କରୋନାର ସଂକଟ ସମୟରେ ଆମେ ଲୋଡୁଛୁ ଆପଣଙ୍କ ସହଯୋଗ । ଓଡିଆନ୍ ନ୍ୟୁଜ ଡିଜିଟାଲ ମିଡିଆକୁ ଆର୍ଥିକ ସମର୍ଥନ ଜଣାଇ ଆଂଚଳିକ ସାମ୍ବାଦିକତାକୁ ଶକ୍ତିଶାଳୀ କରନ୍ତୁ |