ଆସନ୍ତା ୨୪ ଘଣ୍ଟା ମଧ୍ୟରେ ରାଜ୍ୟର କିଛି ଜିଲାରେ ବର୍ଷା ହେବାର ସମ୍ଭାବନା

ଭୁବନେଶ୍ୱର,୫ା୧୨:  ସାମୁଦ୍ରିକ ଝଡ଼ ‘ଫେଙ୍ଗାଲ’ ଯୋଗୁ ରାଜ୍ୟର ବିଭିନ୍ନ ସ୍ଥାନ‌ରେ ପାଗ ମେଘୁଆ ରହିଥିଲା। ପାହାଡିଆ ଏବଂ ସମତଳ ଅଞ୍ଚଳରେ ରାତି ତାପମାତ୍ରା ବୃଦ୍ଧି ପାଇଥିଲା; କିନ୍ତୁ ଆସନ୍ତା ୨ଦିନ ପରେ ପୁଣି ଶୀତ ଫେରିବ ବୋଲି ଭୁବନେଶ୍ବର ପାଣିପାଗ ବିଜ୍ଞାନ କେନ୍ଦ୍ର ପୂର୍ବାନୁମାନ କରିଛି।ଶୁକ୍ରବାର ସୁଦ୍ଧା ନବରଙ୍ଗପୁର, ମାଲକାନଗିରି, କୋରାପୁଟ, ରାୟଗଡ଼ା, କଳାହାଣ୍ଡି ଏବଂ କନ୍ଧମାଳ ଜିଲାରେ ହାଲୁକା ବର୍ଷ ହେବାର ସମ୍ଭାବନା ରହିଛି। ସେହିଭଳି ରବିବାର ସୁଦ୍ଧା ନବରଙ୍ଗପୁର, ମାଲକାନଗିରି, କୋରାପୁଟ, ରାୟଗଡ଼ା, କଳାହାଣ୍ଡି, କନ୍ଧମାଳ, ନୂଆପଡା, ବଲାଙ୍ଗୀର, ବୌଦ୍ଧ, ସୋନପୁର, ଅନୁଗୁଳ, ବରଗଡ଼, ଝାରସୁଗୁଡା, ସୁନ୍ଦରଗଡ଼, ସମ୍ବଲପୁର, ଏବଂ ଦେଓଗଡ ଜିଲାରେ ବର୍ଷା ହୋଇପାରେ।ସେହିଭଳି ୧୦ ତାରିଖ ସୁଦ୍ଧା ମୟୂରଭଞ୍ଜ, କେଉଁଝର,ଢେଙ୍କାନାଳ, ନୟାଗଡ଼, ଗଞ୍ଜାମ, ମାଲକାନଗିରି, କୋରାପୁଟ, ନବରଙ୍ଗପୁର, ରାୟଗଡା, ଗଜପତି, କନ୍ଧମାଳ, କାଲାହାଣ୍ଡି, ନୁଆପଡା, ବାଲାଙ୍ଗୀର, ବୌଦ୍ଧ, ସୋନପୁର, ଅନୁଗୁଳ, ବରଗଡ଼, ଦେଓଗଡ,ଝାରସୁଗୁଡା, ସୁନ୍ଦରଗଡ ଏବଂ ସମ୍ବଲପୁର ଜିଲାରେ ବର୍ଷା ହେବାର ସମ୍ଭାବନା ରହିଛି।ତେବେ ଆସନ୍ତା ୨୪ ଘଣ୍ଟା ମଧ୍ୟରେ ରାଜ୍ୟରେ ତାପମାତ୍ରା ବିଶେଷ ଖସିବାର ସମ୍ଭାବନା ନାହିଁ। କିନ୍ତୁ ଆଗାମୀ ୪ ଦିନରେ ଓଡ଼ିଶାରେ ତାପମାତ୍ରା ୨-୪ ସେଲସିୟସ ହ୍ରାସ ପାଇବାର ସମ୍ଭାବନା ରହିଛି। ସେହିପରି ଆସନ୍ତା ୨୪ ଘଣ୍ଟାରେ କନ୍ଧମାଳ, କଳାହାଣ୍ଡି, କୋରାପୁଟ, ସୁନ୍ଦରଗଡ଼, କେନ୍ଦୁଝର ଏବଂ ରାୟଗଡା ଜିଲାରେ ହାଲୁକରୁ ମାଧ୍ୟମ ଧରଣର କୁହୁଡି ହେବାର ସମ୍ଭାବନା ରହିଛି।

ଅନ୍ତର୍ଜାତୀୟରୁ ଆରମ୍ଭ କରି ଜାତୀୟ ତଥା ରାଜ୍ୟର ୩୧୪ ବ୍ଲକରେ ଘଟୁଥିବା ପ୍ରତିଟି ଘଟଣା ଉପରେ ଓଡିଆନ୍ ନ୍ୟୁଜ ଆପଣଙ୍କୁ ଦେଉଛି ୨୪ ଘଂଟିଆ ଅପଡେଟ | କରୋନାର ସଂକଟ ସମୟରେ ଆମେ ଲୋଡୁଛୁ ଆପଣଙ୍କ ସହଯୋଗ । ଓଡିଆନ୍ ନ୍ୟୁଜ ଡିଜିଟାଲ ମିଡିଆକୁ ଆର୍ଥିକ ସମର୍ଥନ ଜଣାଇ ଆଂଚଳିକ ସାମ୍ବାଦିକତାକୁ ଶକ୍ତିଶାଳୀ କରନ୍ତୁ |

SUPPORT US

Spread the love
error: Content is protected !!