ମୟୂରଭଞ୍ଜ,୬ା୧୨: ୫ ଦିନିଆ ଓଡ଼ିଶା ଗସ୍ତରେ ଥିବା ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ ଆଜି ନିଜ ଗାଁ ମୟୂରଭଞ୍ଜ ଉପରବେଡା ଗସ୍ତରେ ଯିବେ । ଏହା ପୂର୍ବରୁ ସକାଳେ ଭୁବନେଶ୍ବରରେ କିଛି କାର୍ଯ୍ୟକ୍ରମରେ ସାମିଲ ହୋଇଛନ୍ତି ରାଷ୍ଟ୍ରପତି। ସକାଳ ୮ଟା ୫୫ରେ ରାଜଭବନରୁ ବାହାରି ଏଜି ଛକରେ ଥିବା ବାବା ସାହେବ ଆମ୍ବେଦକରଙ୍କ ପ୍ରତିମୂର୍ତ୍ତିରେ ମହାପରିନିର୍ବାଣ ଦିବସ ଅବସରରେ ପୁଷ୍ପମାଲ୍ୟାର୍ପଣ କରିଛନ୍ତି।ଏହାପରେ ଭୁବନେଶ୍ୱର ବିମାନ ବନ୍ଦରରୁ ପଶ୍ଚିମବଙ୍ଗର କଲେଇକୁଣ୍ଡା ବିମାନ ବନ୍ଦରକୁ ବାୟୁସେନାର ସ୍ବତନ୍ତ୍ର ବିମାନରେ ଉଡ଼ାଣ ଭରିବେ । କଲେଇକୁଣ୍ଡା ବିମାନ ବନ୍ଦରରୁ ଏମଆଇ-17 ବିମାନ ଯୋଗେ ସେ ମଯୂରଭଞ୍ଜ ବାଦାମପାହାଡ ସ୍ଥିତ ରଙ୍ଗମାଟିଆ ହେଲିପ୍ୟାଡରେ ପହଞ୍ଚିବେ। ସେଠାରୁ ସେ ସଡକପଥରେ ଉପରବେଡ଼ା ସରକାରୀ ୟୁପି ସ୍କୁଲ ପରିଦର୍ଶନରେ ଯିବେ। ଏହା ପରେ ସେ ଉରବେଡା ସ୍ଥିତ ନିଜ ବାସଭବନକୁ ଯିବେ। ପରେ ସେ ଅନ୍ୟାନ୍ୟ କାର୍ଯ୍ୟକ୍ରମରେ ସାମିଲ ହେବେ।
ଅନ୍ତର୍ଜାତୀୟରୁ ଆରମ୍ଭ କରି ଜାତୀୟ ତଥା ରାଜ୍ୟର ୩୧୪ ବ୍ଲକରେ ଘଟୁଥିବା ପ୍ରତିଟି ଘଟଣା ଉପରେ ଓଡିଆନ୍ ନ୍ୟୁଜ ଆପଣଙ୍କୁ ଦେଉଛି ୨୪ ଘଂଟିଆ ଅପଡେଟ | କରୋନାର ସଂକଟ ସମୟରେ ଆମେ ଲୋଡୁଛୁ ଆପଣଙ୍କ ସହଯୋଗ । ଓଡିଆନ୍ ନ୍ୟୁଜ ଡିଜିଟାଲ ମିଡିଆକୁ ଆର୍ଥିକ ସମର୍ଥନ ଜଣାଇ ଆଂଚଳିକ ସାମ୍ବାଦିକତାକୁ ଶକ୍ତିଶାଳୀ କରନ୍ତୁ |