ଭୁବନେଶ୍ବର,,୬।୧୨: ରାଜ୍ୟର କିଛି ଜିଲ୍ଲାରେ ରବିବାର ଏବଂ ସୋମବାର ହାଲ୍କାରୁ ମଧ୍ୟମ ଧରଣର ବର୍ଷା ହେବାର ସମ୍ଭାବନା ରହିଛି। ଏହା ସହିତ ଶୀତ ପୁଣି ଫେରିବ। ଭୁବନେଶ୍ୱର ଆଞ୍ଚଳିକ ପାଣିପାଗ କେନ୍ଦ୍ର ଏନେଇ ପୂର୍ବାନୁମାନ କରାଯାଇଛି ।ଆଗାମୀ ୮ ଓ ୯ ତାରିଖରେ ରାଜ୍ୟରେ କିଛି ଜିଲ୍ଲାରେ ହାଲ୍କାରୁ ମଧ୍ୟମ ଧରଣର ବର୍ଷା ହେବାର ସମ୍ଭାବନା ରହିଛି।ଏଥିସହ ରାଜ୍ୟର କିଛି ଜିଲ୍ଲାରେ ରାତିର ତାପମାତ୍ରା ୨ରୁ ୪ ଡିଗ୍ରୀ ପର୍ଯ୍ୟନ୍ତ କମିବାର ସମ୍ଭାବନା ରହିଛି। ତେଣୁ ପ୍ରବର ଶୀତ ହେବ ବୋଲି ଆକଳନ କରାଯାଉଛି।ଭୁବନେଶ୍ୱର ଆଞ୍ଚଳିକ ପାଣିପାଗ କେନ୍ଦ୍ର ଜାରି କରିଥିବା ବୁଲେଟିନ୍ ଅନୁସାରେ ୮ ତାରିଖରେ ଗଞ୍ଜାମ, ଗଜପତି, ରାୟଗଡ଼ା, କୋରାପୁଟ, ମାଲକାନଗିରି, ନବରଙ୍ଗପୁର, କଳାହାଣ୍ଡି, କନ୍ଧମାଳ, ନୂଆପଡ଼ା ଓ ବଲାଙ୍ଗିର ଜିଲ୍ଲାରେ ଗୋଟିଏରୁ ଦୁଇଟି ସ୍ଥାନରେ ହାଲ୍କାରୁ ମଧ୍ୟମ ଧରଣରେ ବର୍ଷା ହୋଇପାରେ। ତେବେ ବାକି ଜିଲ୍ଲାରେ ପାଗ ସାଧାରଣରେ ମେଘୁଆ ରହିବ।୯ ତାରିଖରେ ଗଞ୍ଜାମ, ଗଜପତି, ନୟାଗଡ଼, ଖୋର୍ଦ୍ଧା, ଢ଼େଙ୍କାନାଳ, ଅନୁଗୋଳ, ଯାଜପୁର, କେନ୍ଦୁଝର ଓ ମୟୂରଭଞ୍ଜ ଜିଲ୍ଲାରେ ଗୋଟିଏରୁ ଦୁଇଟି ସ୍ଥାନରେ ହାଲ୍କାରୁ ମଧ୍ୟମ ଧରଣରେ ବର୍ଷା ହେବାର ସମ୍ଭାବନା ରହିଛି। ତେବେ ବାକି ଜିଲ୍ଲାରେ ପାଗ ସାଧାରଣରେ ମେଘୁଆ ରହିବ ବୋଲି ଭୁବନେଶ୍ୱର ଆଞ୍ଚଳିକ ପାଣିପାଗ କେନ୍ଦ୍ର ପୂର୍ବାନୁମାନ କରିଛି।
ଅନ୍ତର୍ଜାତୀୟରୁ ଆରମ୍ଭ କରି ଜାତୀୟ ତଥା ରାଜ୍ୟର ୩୧୪ ବ୍ଲକରେ ଘଟୁଥିବା ପ୍ରତିଟି ଘଟଣା ଉପରେ ଓଡିଆନ୍ ନ୍ୟୁଜ ଆପଣଙ୍କୁ ଦେଉଛି ୨୪ ଘଂଟିଆ ଅପଡେଟ | କରୋନାର ସଂକଟ ସମୟରେ ଆମେ ଲୋଡୁଛୁ ଆପଣଙ୍କ ସହଯୋଗ । ଓଡିଆନ୍ ନ୍ୟୁଜ ଡିଜିଟାଲ ମିଡିଆକୁ ଆର୍ଥିକ ସମର୍ଥନ ଜଣାଇ ଆଂଚଳିକ ସାମ୍ବାଦିକତାକୁ ଶକ୍ତିଶାଳୀ କରନ୍ତୁ |