ମୟୂରଭଞ୍ଜ,୭ା୧୨: ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ ଶନିବାର ମୟୂରଭଞ୍ଜ ବାଙ୍ଗିରିପୋଷିରେ ୩ ରେଳ ପ୍ରକଳ୍ପର ଭିତ୍ତି ପ୍ରସ୍ତର ସ୍ଥାପନ କରିଛନ୍ତି। ଏହି ଅବସରରେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ କହିଛନ୍ତି,ଆମ ସମସ୍ତଙ୍କ ପାଇଁ ଆଜି ଏକ ପରମ ସୌଭାଗ୍ୟର ଦିନ, ଗୌରବର ଦିନ। ଆମ ମାଟିର ଝିଅ ଆଜି ଦେଶର ରାଷ୍ଟ୍ରପତି। ଦେଶର ପ୍ରଥମ ନାଗରିକ। ଏଥିପାଇଁ ପ୍ରତ୍ୟେକ ଆଦିବାସୀ, ପ୍ରତ୍ୟେକ ମହିଳା ଓ ପ୍ରତ୍ୟେକ ଓଡ଼ିଆ ଗର୍ବିତ।ମୟୂରଭଞ୍ଜ ବାଙ୍ଗିରିପୋଷିରେ ୩ ରେଳ ପ୍ରକଳ୍ପର ଭିତ୍ତିପ୍ରସ୍ତର ସ୍ଥାପନ କରିଛନ୍ତି ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ। ରାଷ୍ଟ୍ରପତି ବାଙ୍ଗିରିପୋଷି-ଗୋରୁମହିଷାଣୀ, ବୁଡ଼ାମରା-ନ୍ୟୁଜାମଶୋଳା ପ୍ରକଳ୍ପ-ବାଦାମପାହାଡ଼-କେନ୍ଦୁଝରଗଡ଼ ରେଳ ଲାଇନର ଭିତ୍ତିପ୍ରସ୍ତର ସ୍ଥାପନ କରିଛନ୍ତି। ଏହି ଲାଇନ୍ ଆଦିବାସୀ ବହୁଳ ମୟୂରଭଞ୍ଜ ଓ କେନ୍ଦୁଝର ଜିଲାକୁ ସଂଯୋଗ କରିବ। ଯାହା ଖଣିବହୁଳ ଅନୁନ୍ନତ ଅଞ୍ଚଳରେ ଶିଳ୍ପ, ପର୍ଯ୍ୟଟନର ଅଭିବୃଦ୍ଧି ଘଟାଇବ।୫ ଦିନିଆ ଓଡ଼ିଶା ଗସ୍ତରେ ଆସିଥିବା ରାଷ୍ଟ୍ରପତି ଶୁକ୍ରବାର ନିଜ ଜନ୍ମମାଟି ରାଇରଙ୍ଗପୁର ଯାଇଥିଲେ। ରାଷ୍ଟ୍ରପତିଙ୍କୁ ସ୍ବାଗତ କରିବା ପାଇଁ ନିଜ ଜନ୍ମମାଟିର ଲୋକଙ୍କ ମଧ୍ୟରେ ଅନେକ ଉତ୍ସାହ ପରିଲକ୍ଷିତ ହୋଇଥିଲା। ଏପରିକି ସେମାନେ ନିଜ ଗାଁର ଝିଅ ତଥା ରାଷ୍ଟ୍ରପତିଙ୍କୁ ସ୍ବାଗତ କରିବା ପାଇଁ ଘର ଆଗରେ ଝୋଟି ଚିତା ପକାଇଥିଲେ।
ଅନ୍ତର୍ଜାତୀୟରୁ ଆରମ୍ଭ କରି ଜାତୀୟ ତଥା ରାଜ୍ୟର ୩୧୪ ବ୍ଲକରେ ଘଟୁଥିବା ପ୍ରତିଟି ଘଟଣା ଉପରେ ଓଡିଆନ୍ ନ୍ୟୁଜ ଆପଣଙ୍କୁ ଦେଉଛି ୨୪ ଘଂଟିଆ ଅପଡେଟ | କରୋନାର ସଂକଟ ସମୟରେ ଆମେ ଲୋଡୁଛୁ ଆପଣଙ୍କ ସହଯୋଗ । ଓଡିଆନ୍ ନ୍ୟୁଜ ଡିଜିଟାଲ ମିଡିଆକୁ ଆର୍ଥିକ ସମର୍ଥନ ଜଣାଇ ଆଂଚଳିକ ସାମ୍ବାଦିକତାକୁ ଶକ୍ତିଶାଳୀ କରନ୍ତୁ |