ଆଜି ଚାଷୀଙ୍କୁ ଧାନର ଇନପୁଟ ସହାୟତା ରାଶି ବଣ୍ଟନ କରିବେ ମୁଖ୍ୟମନ୍ତ୍ରୀ

 ବରଗଡ଼ ,,୮।୧୨:ଚାଷୀଙ୍କୁ ମିଳିବ ୮ ଶହ ଟଙ୍କା ଇନପୁଟ୍ ସହାୟତା । ଚାଷୀଙ୍କୁ କୁଇଣ୍ଟାଲ ପିଛା ୩୧ ଶହ ଟଙ୍କା ଦିଆଯିବା ବୋଲି ନିର୍ବାଚନ ସମୟରେ ବିଜେପି ଘୋଷଣା କରିଥିଲା । ରାଜ୍ୟରେ ବିଜେପି କ୍ଷମତାକୁ ଆସିବା ପରେ ଏବେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ପୂର୍ବ ପ୍ରତିଶ୍ରୁତି ରକ୍ଷା କରିବେ । ଆଜି ଚାଷୀଙ୍କୁ ଧାନର ଇନପୁଟ ସହାୟତା ରାଶି ବଣ୍ଟନ କରିବେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ।  ବରଗଡ଼  ସୋହେଲାର ଇଚ୍ଛାପାଲି ପଡ଼ିଆରେ ଆୟୋଜିତ କାର୍ଯ୍ୟକ୍ରମରେ ମୁଖ୍ୟମନ୍ତ୍ରୀ ୮ଶହ ଟଙ୍କାର ଇନପୁଟ୍ ସହାୟତା ବଣ୍ଟନ କରିବେ। ୨୪ ନିର୍ବାଚନୀ ସଭାରେ ଧାନ MSP ୩୧ ଶହ ଟଙ୍କା ଘୋଷଣା କରିଥିଲେ    ପ୍ରଧାନମନ୍ତ୍ରୀ।ଏବେ ଧାନ ବିକ୍ରି ପରେ ୨୩ଶହ ଟଙ୍କା MSP ଚାଷୀ ପାଉଥିବାବେଳେ ଆଜିଠୁ ଚାଷୀ ଇନପୁଟ୍ ସହାୟତା ବାବଦକୁ ପାଇବେ ୮ ଶହ ଟଙ୍କା। ଧାନ କିଣା ଯିବାର ୪୮ ଘଣ୍ଟା ମଧ୍ୟରେ ଚାଷୀଙ୍କ ଆକାଉଣ୍ଟକୁ ସିଧାସଳଖ ଯିବ ଏହି ଟଙ୍କା। ପୁରୀ, ସମ୍ବଲପୁର, ଖୋର୍ଦ୍ଧା, ଗଞ୍ଜାମ, କଳାହାଣ୍ଡି, କୋରାପୁଟ, ବାଲେଶ୍ୱର, ମୟୁରଭଞ୍ଜ, କନ୍ଧମାଳ, ଜଗତସିଂହପୁର, ଭଦ୍ରକ ଜିଲ୍ଲାରେ ବି ଆଜିସମାବେଶ କରି ବଣ୍ଟା ହେବ ଇନପୁଟ ସହାୟତା ।

ଅନ୍ତର୍ଜାତୀୟରୁ ଆରମ୍ଭ କରି ଜାତୀୟ ତଥା ରାଜ୍ୟର ୩୧୪ ବ୍ଲକରେ ଘଟୁଥିବା ପ୍ରତିଟି ଘଟଣା ଉପରେ ଓଡିଆନ୍ ନ୍ୟୁଜ ଆପଣଙ୍କୁ ଦେଉଛି ୨୪ ଘଂଟିଆ ଅପଡେଟ | କରୋନାର ସଂକଟ ସମୟରେ ଆମେ ଲୋଡୁଛୁ ଆପଣଙ୍କ ସହଯୋଗ । ଓଡିଆନ୍ ନ୍ୟୁଜ ଡିଜିଟାଲ ମିଡିଆକୁ ଆର୍ଥିକ ସମର୍ଥନ ଜଣାଇ ଆଂଚଳିକ ସାମ୍ବାଦିକତାକୁ ଶକ୍ତିଶାଳୀ କରନ୍ତୁ |

SUPPORT US

Spread the love
error: Content is protected !!