ନବରଙ୍ଗପୁର (ମିହିର ଶଙ୍କର ପାତ୍ର, ),୮।୧୨: :-ଡାବୁଗାଁ ରେ ଆଳୁ ବିହନ ବଣ୍ଟନ କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଯାଇଛି । ସହକାରୀ ଉଦ୍ୟାନ କୃଷି ଅଧିକାରୀ ରବିଶଙ୍କର ପଣ୍ଡା ଙ୍କ ସଭାପତିତ୍ବରେ ଅନୁଷ୍ଠିତ ଏହି କାର୍ଯ୍ୟକ୍ରମରେ ମୂଖ୍ୟ ଅତିଥି ଭାବେ ବିଧାୟକ ମନୋହର ରନ୍ଧାରି, ସମ୍ମାନିତ ଅତିଥି ଭାବେ ସାଂସଦ ପ୍ରତିନିଧି ଜେ ରାଜଶେଖର ରାଓ ଓ ବିଧାୟକ ପ୍ରତିନିଧି ଏମ୍ ବୁଲୁ ରାଓ, ମୂଖ୍ୟ ବକ୍ତା ଭାବେ ରାଜ୍ୟ କୃଷକ ମୋର୍ଚ୍ଚା କାର୍ଯ୍ୟକାରୀ ସଭ୍ୟ ଜୟନ୍ତ କୁମାର ପାତ୍ର ଯୋଗଦେଇ ଥିଲେ। ଅନ୍ୟ ମାନଙ୍କ ମଧ୍ୟରେ ବିଜେପି ନେତା ଜେ. କିରଣ କୁମାର, ବିଜେଡ଼ି ସଭାପତି ସୁରେନ୍ଦ୍ର ମିଶ୍ର, ଭଗବାନ ଖୁଣ୍ଟିଆ, ଭଗବାନ ମହାନ୍ତି, ରତନ କଲାର, ଦଶମୁ କଲାର, ଅସ୍ତମା ଗୌଡ଼, ଲକ୍ଷ୍ମୀ ଜାନୀ ଏବଂ ଅନ୍ୟମାନେ ଉପସ୍ଥିତ ଥିଲେ।
ଅନ୍ତର୍ଜାତୀୟରୁ ଆରମ୍ଭ କରି ଜାତୀୟ ତଥା ରାଜ୍ୟର ୩୧୪ ବ୍ଲକରେ ଘଟୁଥିବା ପ୍ରତିଟି ଘଟଣା ଉପରେ ଓଡିଆନ୍ ନ୍ୟୁଜ ଆପଣଙ୍କୁ ଦେଉଛି ୨୪ ଘଂଟିଆ ଅପଡେଟ | କରୋନାର ସଂକଟ ସମୟରେ ଆମେ ଲୋଡୁଛୁ ଆପଣଙ୍କ ସହଯୋଗ । ଓଡିଆନ୍ ନ୍ୟୁଜ ଡିଜିଟାଲ ମିଡିଆକୁ ଆର୍ଥିକ ସମର୍ଥନ ଜଣାଇ ଆଂଚଳିକ ସାମ୍ବାଦିକତାକୁ ଶକ୍ତିଶାଳୀ କରନ୍ତୁ |