ବେଙ୍ଗାଲୁରୁ,୧୦।୧୨: କର୍ନାଟକର ପୂର୍ବତନ ମୁଖ୍ୟମନ୍ତ୍ରୀ ତଥା ପୂର୍ବତନ ବୈଦେଶିକ ବ୍ୟାପାର ମନ୍ତ୍ରୀ ଏସଏମ କ୍ରିଷ୍ଣାଙ୍କ ଦେହାନ୍ତ ହୋଇଛି। ସେ ୯୨ବର୍ଷ ବୟସରେ, ଡିସେମ୍ବର ୧୦ ମଙ୍ଗଳବାର ବେଙ୍ଗାଲୁରୁର ସାଦାଶିଭନଗରରେ ଥିବା ତାଙ୍କ ବାସଭବନରେ ଶେଷ ନିଶ୍ୱାସ ତ୍ୟାଗ କରିଥିଲେ। ବୟସ ସମ୍ବନ୍ଧୀୟ ଅସୁସ୍ଥତା ହେତୁ ତାଙ୍କୁ ବେଙ୍ଗାଲୁରୁର ମଣିପାଲ ହସ୍ପିଟାଲରେ ଭର୍ତ୍ତି କରାଯାଇଥିଲା।ସୋମବାର ମଧ୍ୟରାତ୍ରରେ ତାଙ୍କର ପରଲୋକ ଘଟିଛି। ମୃତ୍ୟୁ ବେଳକୁ ତାଙ୍କୁ ୯୨ ବର୍ଷ ବୟସ ହୋଇଥିଲା। ଆଧୁନିକ ମାଙ୍ଗାଲୁରର ନିର୍ମାତା କୁହାଯାଉଥିବା ଏସଏମ କ୍ରିଷ୍ଣା କର୍ଣ୍ଣାଟକ ତଥା ଜାତୀୟ ରାଜନୀତିରେ ମଧ୍ୟ ବେଶ୍ ଚର୍ଚ୍ଚିତ ଥିଲେ। ୨୦୦୯ରେ କେନ୍ଦ୍ର ବୈଦେଶିକ ମନ୍ତ୍ରୀ ଭାବରେ ମଧ୍ୟ ଦାୟିତ୍ଵ ତୁଲାଇଥିଲେ। ୧୯୯୯ ମସିହାରୁ ୨୦୦୪ ମସିହା ପର୍ଯ୍ୟନ୍ତ ସେ କର୍ଣ୍ଣାଟକର ମୁଖ୍ୟମନ୍ତ୍ରୀ ଥିଲେ। ୨୦୦୪ରୁ ୨୦୦୮ ମସିହା ପର୍ଯ୍ୟନ୍ତ ସେ ମହାରାଷ୍ଟ୍ରର ରାଜ୍ୟପାଳ ମଧ୍ୟ ଥିଲେ। ୨୦୨୩ରେ ପଦ୍ମ ବିଭୂଷଣରେ ତାଙ୍କୁ ସମ୍ମାନୀତ କରାଯାଇଥିଲା। ତେବେ ଏହି ମହାନ୍ ରାଜନେତାଙ୍କ ବିୟୋଗରେ ବିଭିନ୍ନ ମହଲରେ ଶୋକର ଛାୟା ଖେଳିଯାଇଛି।
ଅନ୍ତର୍ଜାତୀୟରୁ ଆରମ୍ଭ କରି ଜାତୀୟ ତଥା ରାଜ୍ୟର ୩୧୪ ବ୍ଲକରେ ଘଟୁଥିବା ପ୍ରତିଟି ଘଟଣା ଉପରେ ଓଡିଆନ୍ ନ୍ୟୁଜ ଆପଣଙ୍କୁ ଦେଉଛି ୨୪ ଘଂଟିଆ ଅପଡେଟ | କରୋନାର ସଂକଟ ସମୟରେ ଆମେ ଲୋଡୁଛୁ ଆପଣଙ୍କ ସହଯୋଗ । ଓଡିଆନ୍ ନ୍ୟୁଜ ଡିଜିଟାଲ ମିଡିଆକୁ ଆର୍ଥିକ ସମର୍ଥନ ଜଣାଇ ଆଂଚଳିକ ସାମ୍ବାଦିକତାକୁ ଶକ୍ତିଶାଳୀ କରନ୍ତୁ |