ବିଧାନସଭାରେ ମିଶନ ଶକ୍ତି ଦରମା ତାତି

ଭୁବନେଶ୍ୱର,୧୦।୧୨:ମିଶନ ଶକ୍ତି ମହିଳାଙ୍କ ବକେୟା ଦରମାକୁ ନେଇ ବିଧାନସଭାରେ ମୁହାଁମୁହିଁ ହୋଇଛନ୍ତି ଶାସକ ଓ ବିରୋଧୀ। ବିରୋଧୀ ବିଜେଡି ସହ ସ୍ୱର ମିଳାଇ କଂଗ୍ରେସ ଆଜି ଗୃହରେ ମିଶନ ଶକ୍ତି ମହିଳାଙ୍କ ବକେୟା ଦରମା ପ୍ରସଙ୍ଗରେ ଆଲୋଚନା ଦାବି କରି ହଟ୍ଟଗୋଳ କରିବାରୁ ପ୍ରଥମାର୍ଦ୍ଧରେ ଗୃହ କାର୍ଯ୍ୟ ବାଧାପ୍ରାପ୍ତ ହୋଇଛି। ମିଶନ ଶକ୍ତି ମହିଳାଙ୍କ ବକେୟା ଦରମାକୁ ନେଇ ବିରୋଧୀ ଦଳ ନେତା ନବୀନ ପଟ୍ଟନାୟକ ମୁହଁ ଖୋଲିବା ସହ ବିଜେପିକୁ କରିଛନ୍ତି ଟାର୍ଗେଟ। ଏହାର ଦୃଢ଼ ଜବାବ ରଖିଛି ବିଜେପି|ନବୀନ କହିଛନ୍ତି, ବିଜେପି ସରକାର ମିଶନ ଶକ୍ତି ମହିଳାଙ୍କ ଦରମା ରୋକିବାକୁ ଷଡ଼ଯନ୍ତ୍ର କରୁଛି। ଏହାକୁ ବିଜେଡି ଦୃଢ ନିନ୍ଦା କରୁଛି । ୭୦ ଲକ୍ଷରୁ ଅଧିକ ମହିଳା ମିଶନ ଶକ୍ତିରେ କାମ କରୁଛନ୍ତି। ଏ ସରକାର କାହିଁକି ସେମାନଙ୍କୁ ଦରମା ଦେଇନି? ବିଜେଡି ସବୁବେଳେ ମିଶନ ଶକ୍ତି ସହ ରହିଛି ବୋଲି ସେ କହିଛନ୍ତି।ମିଶନ ଶକ୍ତି ବିରୋଧରେ ବିଜେପିର ବଡ ଷଡଯନ୍ତ୍ର । ଜାଣିଶୁଣି ମିଶନ ଶକ୍ତି ମା’ଙ୍କ ଦରମା ବନ୍ଦ କରୁଛି ବିଜେପି । କଡା ଭାଷାରେ ବିଜେପିର ଉଦ୍ଦେଶ୍ୟକୁ ନିନ୍ଦା କଲେ ନବୀନ ପଟ୍ଟନାୟକ । ବିଧାନସଭା ଶୀତକାଳନୀନ ଅଧିବେଶନର ପ୍ରଶ୍ନକାଳରେ ଏହାକୁ ନେଇ ବିରୋଧି ଦଳ ଗୃହରେ ପ୍ରତିବାଦ କରିଛନ୍ତି । ବିଜେଡି ବିଧାୟକ ଆନ୍ଦୋଳନରତ ମିଶନ ଶକ୍ତି କର୍ମୀଙ୍କୁ ଭେଟିବାକୁ ଯାଇଥିବା ବେଳେ ପୂର୍ବତନ ମୁଖ୍ୟମନ୍ତ୍ରୀ ତଥା ବିଜେଡି ସୁପ୍ରିମୋ ମିଶନ ଶକ୍ତି କର୍ମୀଙ୍କ ପ୍ରତି ନିଜ ସମର୍ଥନ ବ୍ୟକ୍ତ କରିଛନ୍ତି ।

ଅନ୍ତର୍ଜାତୀୟରୁ ଆରମ୍ଭ କରି ଜାତୀୟ ତଥା ରାଜ୍ୟର ୩୧୪ ବ୍ଲକରେ ଘଟୁଥିବା ପ୍ରତିଟି ଘଟଣା ଉପରେ ଓଡିଆନ୍ ନ୍ୟୁଜ ଆପଣଙ୍କୁ ଦେଉଛି ୨୪ ଘଂଟିଆ ଅପଡେଟ | କରୋନାର ସଂକଟ ସମୟରେ ଆମେ ଲୋଡୁଛୁ ଆପଣଙ୍କ ସହଯୋଗ । ଓଡିଆନ୍ ନ୍ୟୁଜ ଡିଜିଟାଲ ମିଡିଆକୁ ଆର୍ଥିକ ସମର୍ଥନ ଜଣାଇ ଆଂଚଳିକ ସାମ୍ବାଦିକତାକୁ ଶକ୍ତିଶାଳୀ କରନ୍ତୁ |

SUPPORT US

Spread the love
error: Content is protected !!