ଆଜି ଶ୍ରୀଜିଉଙ୍କ ବନକଲାଗି,୪ ଘଣ୍ଟା ବନ୍ଦ ରହିବ ସାଧାରଣ ଦର୍ଶନ

ପୁରୀ,୧୨।୧୨:ମାର୍ଗଶୀର ଶୁକ୍ଳ ଦ୍ୱାଦଶୀ ତିଥିରେ ଶ୍ରୀବିଗ୍ରହମାନଙ୍କ ବନକଲାଗି ନୀତି ଅନୁଷ୍ଠିତ ହେବ । ଦ୍ୱିତୀୟ ଭୋଗମଣ୍ଡପ ଭୋଗ ଶେଷ ପରେ ହେବ ସ୍ୱତନ୍ତ୍ର ନୀତି ହେବ । ବନକ ଲାଗି ବା ଶ୍ରୀମୁଖ ଶୃଙ୍ଗାର ଦ୍ୱାରା ଶ୍ରୀଜିଉଙ୍କ ମୁଖ ମଣ୍ତଳ ଅଧିକ ସୁନ୍ଦର ଓ ଆକର୍ଷଣୀୟ ଦେଖାଯାଇଥାଏ । ଗୁପ୍ତ ନୀତି ପାଇଁ ୪ ଘଣ୍ଟା ପର୍ଯ୍ୟନ୍ତ ଶ୍ରୀଜିଉଙ୍କ ସାଧାରଣ ଦର୍ଶନ ୪ ଘଣ୍ଟା ପାଇଁ ବନ୍ଦ ରହିବ । ଶ୍ରୀମନ୍ଦିରରେ ଆଜି ଚତୁର୍ଦ୍ଧା ବିଗ୍ରହଙ୍କ ବନକଲାଗି ନୀତି ଅନୁଷ୍ଠିତ ହେବ। ସେଥିପାଇଁ ଆପାତତଃ ସନ୍ଧ୍ୟା ୬ଟାରୁ ରାତି ୧୦ଟା ପର୍ଯ୍ୟନ୍ତ ସାଧାରଣ ଦର୍ଶନ ବନ୍ଦ ରହିବ। ଶ୍ରୀଜଗନ୍ନାଥ ମନ୍ଦିର ପ୍ରଶାସନ ପକ୍ଷରୁ ଏହି ସୂଚନା ଦିଆଯାଇଛି।ଶ୍ରୀମନ୍ଦିରରେ ମଧ୍ୟାହ୍ନ ଧୂପ ସରିବା ପରେ ଦତ୍ତମହାପାତ୍ର ସେବକମାନେ ରତ୍ନବେଦୀରେ ମହାପ୍ରଭୁଙ୍କର ବନକଲାଗି ନୀତି ସଂପନ୍ନ କରିବେ। ହିଙ୍ଗୁଳ, ହରିତାଳ, ଶଙ୍ଖ, କସ୍ତୁରୀ ଓ କଳା ଆଦି ପ୍ରାକୃତିକ ରଙ୍ଗରେ ମହାପ୍ରଭୁଙ୍କ ଶ୍ରୀମୁଖ ଶୃଙ୍ଗାର କରାଯିବ।ଏହା ଏକ ଗୁପ୍ତ ସେବା ଓ ଏକ ସ୍ୱତନ୍ତ୍ର ନୀତି ହୋଇଥିବାରୁ ସନ୍ଧ୍ୟା ୬ଟାରୁ ରାତ୍ର ୧୦ଟା ପର୍ଯ୍ୟନ୍ତ ସର୍ବସାଧାରଣ ଦର୍ଶନ ବନ୍ଦ ରହିବ। ବନକଲାଗି ନୀତି ପରେ ମହାପ୍ରଭୁଙ୍କୁ ମହାସ୍ନାନ କରାଯିବ। ଏହାପରେ ପୁନର୍ବାର ଦର୍ଶନ ଆରମ୍ଭ ହେବ।

ଅନ୍ତର୍ଜାତୀୟରୁ ଆରମ୍ଭ କରି ଜାତୀୟ ତଥା ରାଜ୍ୟର ୩୧୪ ବ୍ଲକରେ ଘଟୁଥିବା ପ୍ରତିଟି ଘଟଣା ଉପରେ ଓଡିଆନ୍ ନ୍ୟୁଜ ଆପଣଙ୍କୁ ଦେଉଛି ୨୪ ଘଂଟିଆ ଅପଡେଟ | କରୋନାର ସଂକଟ ସମୟରେ ଆମେ ଲୋଡୁଛୁ ଆପଣଙ୍କ ସହଯୋଗ । ଓଡିଆନ୍ ନ୍ୟୁଜ ଡିଜିଟାଲ ମିଡିଆକୁ ଆର୍ଥିକ ସମର୍ଥନ ଜଣାଇ ଆଂଚଳିକ ସାମ୍ବାଦିକତାକୁ ଶକ୍ତିଶାଳୀ କରନ୍ତୁ |

SUPPORT US

Spread the love
error: Content is protected !!