ଭୁବନେଶ୍ୱର,,୧୪ା୧୨: ଆସନ୍ତା ମାସ ୧୯ ତାରିଖ (ରବିବାର) ଦିନ ଅପ୍ସନାଲ ବିଷୟର (ପେପର-୧ ଓ ପେପର-୨) ଲିଖିତ ପରୀକ୍ଷା ଅନୁଷ୍ଠିତ ହେବ । ଦୁଇଟି ପର୍ଯ୍ୟାୟରେ ପ୍ରୋଷ୍ଟ ଗ୍ରାଜୁଏଟ ଟିଚର୍ସ (ପିଜିଟି) ଫିଜିକ୍ସ, ଗଣିତ ଏବଂ ଓଡ଼ିଆ ପଦ ପାଇଁ ପରୀକ୍ଷା କରାଯିବ । ସକାଳ ୧୦ଟାରୁ ୧୨ଟା ପର୍ଯ୍ୟନ୍ତ ପ୍ରଥମ ପର୍ଯ୍ୟାୟ ପରୀକ୍ଷା ଓ ୧.୩୦ରୁ ୩.୩୦ ପର୍ଯ୍ୟନ୍ତ ଦ୍ୱିତୀୟ ପର୍ଯ୍ୟାୟ ପରୀକ୍ଷା ଅନୁଷ୍ଠିତ ହେବ । ରାଜ୍ୟର ଭୁବନେଶ୍ୱର, କଟକ, ବ୍ରହ୍ମପୁର, କଟକ ଓ ସମ୍ବଲପୁର ଆଦି ୫ଟି ଜୋନରେ ଏହି ପରୀକ୍ଷା ଅନୁଷ୍ଠିତ ହେବ । ଓଡ଼ିଶା ଲୋକସେବା ଆୟୋଗ (ଓପିଏସସି) ତରଫରୁ ଟିଜିଟି ପଦର ଲିଖିତ ପରୀକ୍ଷାକୁ ନେଇ ଏକ ପ୍ରୋଗ୍ରାମ ଜାରି କରାଯାଇଛି । ନିୟମିତ ଭାବେ ଅଫିସିଆଲ୍ ୱେବସାଇଟ୍ ପରିଦର୍ଶନ କରିବାକୁ ପ୍ରାର୍ଥୀଙ୍କୁ ପରାମର୍ଶ ଦିଆଯାଇଛି ।
ଅନ୍ତର୍ଜାତୀୟରୁ ଆରମ୍ଭ କରି ଜାତୀୟ ତଥା ରାଜ୍ୟର ୩୧୪ ବ୍ଲକରେ ଘଟୁଥିବା ପ୍ରତିଟି ଘଟଣା ଉପରେ ଓଡିଆନ୍ ନ୍ୟୁଜ ଆପଣଙ୍କୁ ଦେଉଛି ୨୪ ଘଂଟିଆ ଅପଡେଟ | କରୋନାର ସଂକଟ ସମୟରେ ଆମେ ଲୋଡୁଛୁ ଆପଣଙ୍କ ସହଯୋଗ । ଓଡିଆନ୍ ନ୍ୟୁଜ ଡିଜିଟାଲ ମିଡିଆକୁ ଆର୍ଥିକ ସମର୍ଥନ ଜଣାଇ ଆଂଚଳିକ ସାମ୍ବାଦିକତାକୁ ଶକ୍ତିଶାଳୀ କରନ୍ତୁ |