ଦକ୍ଷିଣ ଆଣ୍ଡାମାନ ସାଗର ଓ ବଙ୍ଗୋପସାଗରରେ ସକ୍ରିୟ ରହିଛି ଅବପାତ

ଭୁବନେଶ୍ୱର,୧୫।୧୨:ଦକ୍ଷିଣ ଆଣ୍ଡାମାନ ସାଗର ଓ ବଙ୍ଗୋପସାଗରରେ ଏକ ଅବପାତ ସକ୍ରିୟ ରହିଛି । ଆଜି ଏହା ଲଘୁଚାପ କ୍ଷେତ୍ରରେ ପରିଣତ ହେବାର ସମ୍ଭାବନା ଥିବା ପୂର୍ବାନୁମାନ କରିଛି ଭାରତୀୟ ପାଣିପାଗ ବିଭାଗ । ଡିସେମ୍ବର 17 ସୁଦ୍ଧା ଏହା ତାମିଲନାଡୁ ଉପକୂଳର ପଶ୍ଚିମ-ଉତ୍ତରପଶ୍ଚିମ ଆଡକୁ ଗତି କରିବାର ସମ୍ଭାବନା ଅଛି । ଏହି ପ୍ରଭାବ ଯୋଗୁଁ ଆଜି ତାମିଲନାଡୁ ଏବଂ ପୁଡୁଚେରୀରେ କେତେକ ସ୍ଥାନରେ ମଧ୍ୟମରୁ ପ୍ରବଳ ବର୍ଷା ହେବାର ସମ୍ଭାବନା ରହିଛି । ଏହାସହ ରାଜ୍ୟରେ ପ୍ରବଳରୁ ଅତି ପ୍ରବଳ ଶୀତ ଅନୁଭୂତ ହେଉଥିବା ଜଣାପଡିଛି। ରାଜ୍ୟରେ ଶୀତର ପ୍ରଭାବ ଅଧିକ ଥିବାରୁ ଲୋକେ ହନ୍ତସନ୍ତ ହେଉଛନ୍ତି।

ଅନ୍ତର୍ଜାତୀୟରୁ ଆରମ୍ଭ କରି ଜାତୀୟ ତଥା ରାଜ୍ୟର ୩୧୪ ବ୍ଲକରେ ଘଟୁଥିବା ପ୍ରତିଟି ଘଟଣା ଉପରେ ଓଡିଆନ୍ ନ୍ୟୁଜ ଆପଣଙ୍କୁ ଦେଉଛି ୨୪ ଘଂଟିଆ ଅପଡେଟ | କରୋନାର ସଂକଟ ସମୟରେ ଆମେ ଲୋଡୁଛୁ ଆପଣଙ୍କ ସହଯୋଗ । ଓଡିଆନ୍ ନ୍ୟୁଜ ଡିଜିଟାଲ ମିଡିଆକୁ ଆର୍ଥିକ ସମର୍ଥନ ଜଣାଇ ଆଂଚଳିକ ସାମ୍ବାଦିକତାକୁ ଶକ୍ତିଶାଳୀ କରନ୍ତୁ |

SUPPORT US

Spread the love
error: Content is protected !!