ଭୁବନେଶ୍ୱର,୧୬।୧୨: ଡିସେମ୍ବରରେ ମିଳିବ ନାହିଁ ୪ର୍ଥ ପର୍ଯ୍ୟାୟ ସୁଭଦ୍ରା ଟଙ୍କା। ଏ ନେଇ ଉପମୁଖ୍ୟମନ୍ତ୍ରୀ ପ୍ରଭାତୀ ପରିଡ଼ା ସୋମବାର ସୂଚନା ଦେଇଛନ୍ତି। ସେ କହିଛନ୍ତି, ୩୦ ତାରିଖ ସୁଦ୍ଧା ସବୁ ପ୍ରକାର ଯାଞ୍ଚ ସରିବା ପରେ ସୁଭଦ୍ରା ଟଙ୍କା ମିଳିବ।ବର୍ତ୍ତମାନ ପାଇଁ ୪ର୍ଥ ପର୍ଯ୍ୟାୟ କିସ୍ତି ପ୍ରଦାନକୁ ସ୍ଥଗିତ ରଖାଯାଇଛି। ଯାଞ୍ଚ ପ୍ରକ୍ରିୟା ଚାଲିଥିବାରୁ ସ୍ଥଗିତ ରହିଛି। ସବୁ ପ୍ରକାର ଯାଞ୍ଚ ସରିଲେ, ମୁଖ୍ୟମନ୍ତ୍ରୀଙ୍କ ସହ ଆଲୋଚନା କରାଯାଇ ସୁଭଦ୍ରା ଟଙ୍କା ପ୍ରଦାନ କରାଯିବ। ୩୦ ତାରିଖ ସୁଦ୍ଧା ସବୁ ପ୍ରକାର ଯାଞ୍ଚ ସରିଯିବ ବୋଲି ଆଶା କରାଯାଉଛି। ୪ର୍ଥ ପର୍ଯ୍ୟାୟ ଟଙ୍କା ମିଳିବା ପରେ କୋଟିଏରୁ ଅଧିକ ମହିଳା ସୁଭଦ୍ରା ଟଙ୍କା ପାଇପାରିବେ ବୋଲି ଉପମୁଖ୍ୟମନ୍ତ୍ରୀ କହିଛନ୍ତି। ଅଣ୍ଡର ପ୍ରୋସେସ ଦେଖାଉଥିବା ‘ସୁଭଦ୍ରା’ ହିତାଧିକାରୀଙ୍କ ପାଇଁ ଖୁସି ଖବର। ହିତାଧିକାରୀ ବଞ୍ଚିତ ଥିଲେ ପୋର୍ଟାଲରେ ଅଭିଯୋଗ କରନ୍ତୁ ବୋଲି ପରାମର୍ଶ ଦେଇଛନ୍ତି ଉପମୁଖ୍ୟମନ୍ତ୍ରୀ ପ୍ରଭାତୀ ପରିଡ଼ା।
ଅନ୍ତର୍ଜାତୀୟରୁ ଆରମ୍ଭ କରି ଜାତୀୟ ତଥା ରାଜ୍ୟର ୩୧୪ ବ୍ଲକରେ ଘଟୁଥିବା ପ୍ରତିଟି ଘଟଣା ଉପରେ ଓଡିଆନ୍ ନ୍ୟୁଜ ଆପଣଙ୍କୁ ଦେଉଛି ୨୪ ଘଂଟିଆ ଅପଡେଟ | କରୋନାର ସଂକଟ ସମୟରେ ଆମେ ଲୋଡୁଛୁ ଆପଣଙ୍କ ସହଯୋଗ । ଓଡିଆନ୍ ନ୍ୟୁଜ ଡିଜିଟାଲ ମିଡିଆକୁ ଆର୍ଥିକ ସମର୍ଥନ ଜଣାଇ ଆଂଚଳିକ ସାମ୍ବାଦିକତାକୁ ଶକ୍ତିଶାଳୀ କରନ୍ତୁ |