ଜାନୁଆରୀ ୧୪ରୁ ଭିତରକନିକା ବନ୍ଦ

ରାଜନଗର,୧୬ା୧୨:ଜାନୁଆରୀ ୧୪ରୁ ଭିତରକନିକା ବନ୍ଦ|ଭିତରକନିକା ଜାତୀୟ ଉଦ୍ୟାନରେ ପ୍ରବାହିତ ନଦୀନାଳରେ ବସବାସ କରୁଥବା ବଉଳା କୁମ୍ଭୀରମାନଙ୍କ ଗଣନା କାର୍ଯ୍ୟ ଆସନ୍ତା ଜାନୁଆରୀ ୧୪ରୁ ଆରମ୍ଭ ହୋଇ ୨୨ ତାରିଖରେ ଶେଷ ହେବ। ଏଥିପାଇଁ ଦେଶ ବିଦେଶରୁ ଆସୁଥିବା ପର୍ଯ୍ୟଟକଙ୍କୁ ଏହି ସମୟରେ ପରିଭ୍ରମଣ ପାଇଁ ନିଷିଦ୍ଧ କରାଯାଇଛି। ଫଳରେ ପର୍ଯ୍ୟଟକଙ୍କ ମଧ୍ୟରେ ନୈରାଶ୍ୟଭାବ ଦେଖାଦେଇଛି। ବଉଳା କୁମ୍ଭୀର ବିଶାରଦ ଡ. ସୁଧାକର କର, ରାଜନଗର ଡିଏଫ୍‌ଓ ସୁଦର୍ଶନ ଗୋପୀନାଥ ଯାଦବଙ୍କ ପ୍ରତ୍ୟକ୍ଷ ତତ୍ତ୍ୱାବଧାନରେ ଏହି ଗଣନା କରାଯିବ।

ଅନ୍ତର୍ଜାତୀୟରୁ ଆରମ୍ଭ କରି ଜାତୀୟ ତଥା ରାଜ୍ୟର ୩୧୪ ବ୍ଲକରେ ଘଟୁଥିବା ପ୍ରତିଟି ଘଟଣା ଉପରେ ଓଡିଆନ୍ ନ୍ୟୁଜ ଆପଣଙ୍କୁ ଦେଉଛି ୨୪ ଘଂଟିଆ ଅପଡେଟ | କରୋନାର ସଂକଟ ସମୟରେ ଆମେ ଲୋଡୁଛୁ ଆପଣଙ୍କ ସହଯୋଗ । ଓଡିଆନ୍ ନ୍ୟୁଜ ଡିଜିଟାଲ ମିଡିଆକୁ ଆର୍ଥିକ ସମର୍ଥନ ଜଣାଇ ଆଂଚଳିକ ସାମ୍ବାଦିକତାକୁ ଶକ୍ତିଶାଳୀ କରନ୍ତୁ |

SUPPORT US

Spread the love
error: Content is protected !!