ଆଜିଠୁ ରତ୍ନଭଣ୍ଡାର ମରାମତି କାମ

ଭୁବନେଶ୍ୱର,୧୭ା୧୨:ଆଜିଠୁ ଆରମ୍ଭ ହେବ ବହୁ ପ୍ରତୀକ୍ଷିତ  ଶ୍ରୀମନ୍ଦିର ରତ୍ନଭଣ୍ଡାର ମରାମତି କାମ। ଏଥିପାଇଁ ଶ୍ରୀମନ୍ଦିର ପ୍ରଶାସନ ପକ୍ଷରୁ ବ୍ୟାପକ ପ୍ରସ୍ତୁତି କରାଯାଇଛି। ସେପଟେମ୍ବର 21 ଓ 22 ତାରିଖରେ NGRI ଓ ASI ପକ୍ଷରୁ ହୋଇଥିବା ଜିପିଆର୍ ସର୍ଭେ ରିପୋର୍ଟ ଆଧାରରେ ଏବଂ ରାଜ୍ୟ ସରକାରଙ୍କ ଏସଓପି ଭିତ୍ତିରେ ହେବ ମରାମତି କାମ। ଉପସ୍ଥିତ ରହିବେ ଏଏସ୍ଆଇର ସଂରକ୍ଷଣ ଓ ରାସାୟନିକ ଆଦି ବିଭାଗର ବରିଷ୍ଠ ବୈଷୟିକ ବିଶେଷଜ୍ଞ। ଏଥିସହ ଡାକ୍ତରୀ ଟିମ, ଅଗ୍ନିଶମ କର୍ମଚାରୀ ଏବଂ ASIର ସ୍ୱତନ୍ତ୍ର ଟିମ ଉପସ୍ଥିତ ରହିବେ। ବଡ଼କଥା ହେଉଛି ମରାମତି କାମ ପାଇଁ  ରତ୍ନଭଣ୍ଡାରପ୍ରବେଶ କରିବାକୁ ଥିବା ସମସ୍ତେ ସେବାୟତଙ୍କ ଭଳି ପାରମ୍ପରିକ ପୋଷାକ ପରିଧାନ କରିବେ।

ଅନ୍ତର୍ଜାତୀୟରୁ ଆରମ୍ଭ କରି ଜାତୀୟ ତଥା ରାଜ୍ୟର ୩୧୪ ବ୍ଲକରେ ଘଟୁଥିବା ପ୍ରତିଟି ଘଟଣା ଉପରେ ଓଡିଆନ୍ ନ୍ୟୁଜ ଆପଣଙ୍କୁ ଦେଉଛି ୨୪ ଘଂଟିଆ ଅପଡେଟ | କରୋନାର ସଂକଟ ସମୟରେ ଆମେ ଲୋଡୁଛୁ ଆପଣଙ୍କ ସହଯୋଗ । ଓଡିଆନ୍ ନ୍ୟୁଜ ଡିଜିଟାଲ ମିଡିଆକୁ ଆର୍ଥିକ ସମର୍ଥନ ଜଣାଇ ଆଂଚଳିକ ସାମ୍ବାଦିକତାକୁ ଶକ୍ତିଶାଳୀ କରନ୍ତୁ |

SUPPORT US

Spread the love
error: Content is protected !!