ସାଧାରଣତନ୍ତ୍ର ଦିବସରେ ଗାନ୍ଧି ମାର୍ଗରେ ଗଡ଼ିବ ପ୍ରଜ୍ଞାପନ ମେଢ଼

ଭୁବନେଶ୍ୱର,୧୭।୧୨: ସାଧାରଣତନ୍ତ୍ର ଦିବସରେ ଗାନ୍ଧି ମାର୍ଗରେ ଗଡ଼ିବ ପ୍ରଜ୍ଞାପନ ମେଢ଼ । ସାଧାରଣତନ୍ତ୍ର ଦିବସରେ ପ୍ରଦର୍ଶିତ ହେବ ରାଜ୍ୟର ଐତିହ୍ୟ ଓ ବିକାଶ । ପରେଡ୍ ପ୍ରଦର୍ଶନ ସହ ପ୍ରଜ୍ଞାପନ ମେଢ଼ ଉତ୍ସବର ହେବ ସ୍ବତନ୍ତ୍ର ଆକର୍ଷଣ । ଏନେଇ ସୂଚନା ଓ ଲୋକସଂପର୍କ ବିଭାଗ ପ୍ରମୁଖ ଶାସନ ସଚିବ ଶ୍ରୀ ସଂଜୟ କୁମାର ସିଂହଙ୍କ ଅଧ୍ୟକ୍ଷତାରେ ଏକ ପ୍ରାରମ୍ଭିକ ବୈଠକ ଗ୍ରାମ୍ୟ ଉନ୍ନୟନ ସମ୍ମିଳନୀ କକ୍ଷରେ ଅନୁଷ୍ଠିତ ହୋଇଛି । ଏଥିରେ ବିଭିନ୍ନ ବିଭାଗର ବରିଷ୍ଠ ଅଧିକାରୀମାନେ ଯୋଗଦେଇଥିଲେ । ଚଳିତ ବର୍ଷ ବିଭିନ୍ନ ବିଭାଗ ପକ୍ଷରୁ ଏଥି ନିମନ୍ତେ ସ୍ବତନ୍ତ୍ର ପଦକ୍ଷେପ ଗ୍ରହଣ କରାଯିବ । ରାଜ୍ୟର ଐତିହ୍ୟ ଓ ବିକାଶ ଉପରେ ମୁଖ୍ୟତଃ ଏହି ପ୍ରଜ୍ଞାପନ ମେଢ଼ ପ୍ରସ୍ତୁତ କରିବାକୁ ଶ୍ରୀ ସିଂହ ବିଭାଗଗୁଡ଼ିକୁ ପରାମର୍ଶ ଦେଇଛନ୍ତି ।ଏହାକୁ ଅଧିକ ଆକର୍ଷଣ ଓ ସ୍ବତନ୍ତ୍ର ଭାବେ ପ୍ରସ୍ତୁତ କରିବାକୁ ସେ କହିଛନ୍ତି । ଆସନ୍ତା ୨୪ ତାରିଖ ସୁଦ୍ଧା ସଂପୃକ୍ତ ବିଭାଗଗୁଡ଼ିକ ସେମାନଙ୍କ ବିଷୟବସ୍ତୁ ସମ୍ପର୍କିତ ପ୍ରଜ୍ଞାପନ ମେଢ଼ର ସଂରଚନା ପ୍ରଦାନ କରିବେ । ଏହାକୁ ଯାଞ୍ଚ କରାଯାଇ ଶ୍ରେଷ୍ଠ ନମୁନାଗୁଡ଼ିକୁ ଚୟନ କରାଯିବ । ଆଜି ବୈଠକରେ ସୂଚନା ଓ ଲୋକସଂପର୍କ ବିଭାଗ ନିର୍ଦେଶକ ଶ୍ରୀ ସରୋଜ କୁମାର ସାମଲ, ହସ୍ତତନ୍ତ ଓ ବୟନଶିଳ୍ପ ନିର୍ଦ୍ଦେଶକ ଶ୍ରୀ ଶୋଭନ କୃଷ୍ଣ ସାହୁଙ୍କ ସମେତ ବିଭିନ୍ନ ବିଭାଗୀୟ ବରିଷ୍ଠ ଅଧିକାରୀ ପ୍ରମୁଖ ଉପସ୍ଥିତ ଥିଲେ ।

ଅନ୍ତର୍ଜାତୀୟରୁ ଆରମ୍ଭ କରି ଜାତୀୟ ତଥା ରାଜ୍ୟର ୩୧୪ ବ୍ଲକରେ ଘଟୁଥିବା ପ୍ରତିଟି ଘଟଣା ଉପରେ ଓଡିଆନ୍ ନ୍ୟୁଜ ଆପଣଙ୍କୁ ଦେଉଛି ୨୪ ଘଂଟିଆ ଅପଡେଟ | କରୋନାର ସଂକଟ ସମୟରେ ଆମେ ଲୋଡୁଛୁ ଆପଣଙ୍କ ସହଯୋଗ । ଓଡିଆନ୍ ନ୍ୟୁଜ ଡିଜିଟାଲ ମିଡିଆକୁ ଆର୍ଥିକ ସମର୍ଥନ ଜଣାଇ ଆଂଚଳିକ ସାମ୍ବାଦିକତାକୁ ଶକ୍ତିଶାଳୀ କରନ୍ତୁ |

SUPPORT US

Spread the love
error: Content is protected !!