ଭୁବନେଶ୍ୱର,୧୮ା୧୨:ଆସନ୍ତା ୨୧ ତାରିଖ ଯାଏଁ ରାଜ୍ୟର ବିଭିନ୍ନ ସ୍ଥାନରେ ବର୍ଷା ସମ୍ଭାବନା। ଓଡିଶାରେ ଶୀତର ଲହରି ଜାରି ରହିଥିବା ବେଳେ ବର୍ତ୍ତମାନ କିଛି ସ୍ଥାନରେ ବର୍ଷାର ସମ୍ଭାବନା ରହିଛି । ଆସନ୍ତା 21 ତାରିଖ ଯାଏଁ ରାଜ୍ୟର ବିଭିନ୍ନ ସ୍ଥାନରେ ବର୍ଷାର ସମ୍ଭାବନା ରହିଛି । ଦକ୍ଷିଣ ଓ ଦକ୍ଷିଣ ଉପକୂଳ ସମେତ ଉପକୂଳ ଓଡ଼ିଶାର କିଛି ଅଞ୍ଚଳରେ ହାଲୁକାରୁ ମଧ୍ୟମ ଧରଣର ବର୍ଷା ସମ୍ଭାବନା ରହିଥିବା ନେଇ ଭୁବନେଶ୍ବର ଆଞ୍ଚଳିକ ପାଣିପାଗ ବିଭାଗ ପକ୍ଷରୁ ସ୍ପଷ୍ଟ କରାଯାଇଛି । ଦକ୍ଷିଣ ଓ ଦକ୍ଷିଣ ଉପକୂଳ ସମେତ ଉପକୂଳ ଓଡ଼ିଶାର କିଛି ଅଞ୍ଚଳରେ ହାଲୁକାରୁ ମଧ୍ୟମ ଧରଣର ବର୍ଷା ସମ୍ଭାବନା ରହିଛି। ଆଗାମୀ ୫ ଦିନ ପାଗ ପ୍ରାୟତଃ ଶୁଖିଲା ସହ ମେଘୁଆ ଓ କିଛି ସ୍ଥାନରେ ବର୍ଷା ହେବାର ସମ୍ଭାବନା ଅଛି। ୧୯ ତାରିଖରେ ପାଗ ମେଘୁଆ ରହିବ।ପୁରୀ, କେନ୍ଦ୍ରାପଡା, ଗଜପତି, ଜଗତସିଂହପୁର, କୋରାପୁଟ, ରାୟଗଡ଼ା ଜିଲ୍ଲା ମାନଙ୍କରେ ହାଲୁକା ବର୍ଷା ରହିଥିବା ବେଳେ ଗୋଟିଏ ଦୁଇଟି ସ୍ଥାନରେ ମଧ୍ୟମ ଧରଣର ବର୍ଷା ସମ୍ଭାବନା ରହିଛି। ଉପକୂଳ ଓଡ଼ିଶାର କିଛି ଅଞ୍ଚଳରେ ବର୍ଷା ହେବାର ସମ୍ଭାବନା ରହିଛି। ଆଭ୍ୟନ୍ତରୀଣ ଜିଲ୍ଲାଗୁଡ଼ିକରେ ହାଲୁକାରୁ ମଧ୍ୟମ ଧରଣର ବର୍ଷା ହେବାର ଅଛି। ୨୧ ତାରିଖରେ ହାଲୁକାରୁ ଅତ୍ୟନ୍ତ ହାଲୁକା ବର୍ଷା ହେବାର ଅଛି। ପାଗ ମେଘୁଆ ଥିବାରୁ ଗୋଟେ କିମ୍ବା ୨ଟି ସ୍ଥାନରେ ହାଲୁକା କୁହୁଡି ଦେଖାଯିବ ବୋଲି ଆକଳନ କରିଛି ପାଣିପାଗ ବିଭାଗ।
ଅନ୍ତର୍ଜାତୀୟରୁ ଆରମ୍ଭ କରି ଜାତୀୟ ତଥା ରାଜ୍ୟର ୩୧୪ ବ୍ଲକରେ ଘଟୁଥିବା ପ୍ରତିଟି ଘଟଣା ଉପରେ ଓଡିଆନ୍ ନ୍ୟୁଜ ଆପଣଙ୍କୁ ଦେଉଛି ୨୪ ଘଂଟିଆ ଅପଡେଟ | କରୋନାର ସଂକଟ ସମୟରେ ଆମେ ଲୋଡୁଛୁ ଆପଣଙ୍କ ସହଯୋଗ । ଓଡିଆନ୍ ନ୍ୟୁଜ ଡିଜିଟାଲ ମିଡିଆକୁ ଆର୍ଥିକ ସମର୍ଥନ ଜଣାଇ ଆଂଚଳିକ ସାମ୍ବାଦିକତାକୁ ଶକ୍ତିଶାଳୀ କରନ୍ତୁ |