ସ୍ୱତନ୍ତ୍ର ବାରିକେଡ୍ ଯୋଗେ ନୂଆବର୍ଷରୁ ଶ୍ରୀଜୀଉଙ୍କ ଦର୍ଶନ କରିବେ ଶ୍ରଦ୍ଧାଳୁ

ପୁରୀ,୧୯।୧୨: ନୂଆ ବର୍ଷରୁ ନାଟମଣ୍ଡପରେ ନୂଆ ଦର୍ଶନ ବ୍ୟବସ୍ଥା ହେବ । ଆସନ୍ତା ନୂଆବର୍ଷରୁ  ଶ୍ରୀମନ୍ଦିରରେ ଲାଗୁ ହେବ ନୂଆ ଦର୍ଶନ ବ୍ୟବସ୍ଥା । ପୁରୁଷ, ମହିଳା, ଶିଶୁ ଏବଂ ବୟସ୍କଙ୍କ ପାଇଁ ରହିବ ସ୍ବତନ୍ତ୍ର ବ୍ୟବସ୍ଥା । ନାଟମଣ୍ଡପରେ ବ୍ୟାରିକେଡ୍ ଓ ରାଂପରେ ନୂଆ ଦର୍ଶନ ବ୍ୟବସ୍ଥା ଲାଗୁ ହେବା ନେଇ ଓବିସିସି କର୍ତ୍ତୃପକ୍ଷଙ୍କ ସହ ବିସ୍ତୃତ ଆଲୋଚନା ସରିଥିବା ଶ୍ରୀମନ୍ଦିର ମୁଖ୍ୟ ପ୍ରଶାସକ ଅରବିନ୍ଦ ପାଢ଼ୀଙ୍କ ସୂଚନା । ସ୍ୱତନ୍ତ୍ର ବାରିକେଡ୍ ଯୋଗେ ନୂଆବର୍ଷରୁ ଶ୍ରୀଜୀଉଙ୍କ ଦର୍ଶନ କରିବେ ଶ୍ରଦ୍ଧାଳୁ । ଏ ନେଇ ଓବିସିସି କର୍ତ୍ତୃପକ୍ଷଙ୍କ ସହ ଆଲୋଚନା ହୋଇଥିବା କହିଛନ୍ତି ଶ୍ରୀ ପାଢ଼ୀ । ଏଥିସହ ଆନନ୍ଦ ବଜାରରେ ଶୃଙ୍ଖଳା ଅଣାଯିବାକୁ ନେଇ ମଧ୍ୟ ସେ ପ୍ରତିକ୍ରିୟା ରଖିଛନ୍ତି ।

ଅନ୍ତର୍ଜାତୀୟରୁ ଆରମ୍ଭ କରି ଜାତୀୟ ତଥା ରାଜ୍ୟର ୩୧୪ ବ୍ଲକରେ ଘଟୁଥିବା ପ୍ରତିଟି ଘଟଣା ଉପରେ ଓଡିଆନ୍ ନ୍ୟୁଜ ଆପଣଙ୍କୁ ଦେଉଛି ୨୪ ଘଂଟିଆ ଅପଡେଟ | କରୋନାର ସଂକଟ ସମୟରେ ଆମେ ଲୋଡୁଛୁ ଆପଣଙ୍କ ସହଯୋଗ । ଓଡିଆନ୍ ନ୍ୟୁଜ ଡିଜିଟାଲ ମିଡିଆକୁ ଆର୍ଥିକ ସମର୍ଥନ ଜଣାଇ ଆଂଚଳିକ ସାମ୍ବାଦିକତାକୁ ଶକ୍ତିଶାଳୀ କରନ୍ତୁ |

SUPPORT US

Spread the love
error: Content is protected !!