ପୁରୀ,୧୯ା୧୨: ଶ୍ରୀମନ୍ଦିର ଆନନ୍ଦବଜାରରେ ଲାଗୁ ହେବ ନୂଆ ଡ୍ରେସ୍କୋଡ୍ । ମହାପ୍ରସାଦ ବିକ୍ରି କରୁଥିବା ସୁପକାରଙ୍କ ସହାୟକ ପିନ୍ଧିବେ ଗେରୁଆ ରଙ୍ଗର ପୋଷାକ । ଏମାନେ ଗେରୁଆ ରଙ୍ଗର ପୋଷାକ ପିନ୍ଧି ମହାପ୍ରସାଦ ବିକ୍ରି କରିପାରିବେ କିମ୍ବା ସହାୟତା କରିପାରିବେ । ଆନନ୍ଦ ବଜାରରେ ଶୃଙ୍ଖଳାକୁ ଆହୁରି କଡ଼ାକଡ଼ି କରାଯିବ। ଆନନ୍ଦବଜାରରେ ଶୃଙ୍ଖଳା ଆଣିବା ପାଇଁ ଏକ ଅନୁଧ୍ୟାନ କମିଟି ଗଠନ କରାଯାଇଛି । ତଦାରଖ ଓ ବିଶୃଙ୍ଖଳା ରୋକିବାକୁ ୨୦ଜଣ ଅବସରପ୍ରାପ୍ତ ସେନା କର୍ମଚାରୀଙ୍କୁ ନିଯୁକ୍ତି ଦିଆଯାଇଛି । ଏମାନେ ପର୍ଯ୍ୟାୟକ୍ରମେ ୮ ଘଣ୍ଟିଆ ଡ୍ୟୁଟି କରୁଛନ୍ତି । ଏହାସହ ମହାପ୍ରସାଦ ବିକ୍ରି କରୁଥିବା ସୁପକାରଙ୍କ କ୍ଷେତ୍ରରେ ବି କଟକଣା ଲଗାଯାଇଛି । ଶ୍ରୀମନ୍ଦିର ପ୍ରଶାସନର ସ୍ବୀକୃତି କ୍ରମେ ସୁଆର ମହାସୁଆର ନିଯୋଗ ଆନନ୍ଦବଜାର କ୍ଷେତ୍ରରେ ଏହି ବ୍ୟବସ୍ଥା ଲାଗୁ କରିଛି । ଯେଉଁ ସହାୟକମାନେ ରହିଛନ୍ତି, ସେମାନେ ଆସନ୍ତା ୨୫ ତାରିଖଠାରୁ ଗେରୁଆ ରଙ୍ଗର ପୋଷାକ ପିନ୍ଧି ଆନନ୍ଦବଜାରକୁ ଆସିବେ ।ଆନନ୍ଦବଜାରରେ ଶୃଙ୍ଖଳା ଆଣିବା ପାଇଁ ଏକ ଅନୁଧ୍ୟାନ କମିଟି ଗଠନ କରାଯାଇଛି । ତଦାରଖ ଓ ବିଶୃଙ୍ଖଳା ରୋକିବାକୁ ୨୦ଜଣ ଅବସରପ୍ରାପ୍ତ ସେନା କର୍ମଚାରୀଙ୍କୁ ନିଯୁକ୍ତି ଦିଆଯାଇଛି । ଏମାନେ ପର୍ୟ୍ୟାୟକ୍ରମେ ୮ ଘଣ୍ଟିଆ ଡ୍ୟୁଟି କରୁଛନ୍ତି । ଏହାସହ ମହାପ୍ରସାଦ ବିକ୍ରି କରୁଥିବା ସୁପକାରଙ୍କ କ୍ଷେତ୍ରରେ ବି କଟକଣା ଲଗାଯାଇଛି । ଦୋକାନ ମାଲିକଙ୍କ ବ୍ୟତୀତ ଅନ୍ୟ କେହି ମହାପ୍ରସାଦ ଦୋକାନ ଚଳାଇ ପାରିବେନି ବୋଲି ବାଧ୍ୟତାମୂଳକ କରାଯାଇଛି । ଅନ୍ନ ମହାପ୍ରସାଦ ଓ ଶୁଖିଲା ମହାପ୍ରସାଦ ବିକ୍ରି କରୁଥିବା ସୁପକାରଙ୍କୁ ସହାୟତା ପାଇଁ ଜଣେ ଲେଖାଏଁ ସହାୟକ ରଖିବାକୁ ଅନୁମତି ପ୍ରଦାନ କରାଯାଇଛି ।
ଅନ୍ତର୍ଜାତୀୟରୁ ଆରମ୍ଭ କରି ଜାତୀୟ ତଥା ରାଜ୍ୟର ୩୧୪ ବ୍ଲକରେ ଘଟୁଥିବା ପ୍ରତିଟି ଘଟଣା ଉପରେ ଓଡିଆନ୍ ନ୍ୟୁଜ ଆପଣଙ୍କୁ ଦେଉଛି ୨୪ ଘଂଟିଆ ଅପଡେଟ | କରୋନାର ସଂକଟ ସମୟରେ ଆମେ ଲୋଡୁଛୁ ଆପଣଙ୍କ ସହଯୋଗ । ଓଡିଆନ୍ ନ୍ୟୁଜ ଡିଜିଟାଲ ମିଡିଆକୁ ଆର୍ଥିକ ସମର୍ଥନ ଜଣାଇ ଆଂଚଳିକ ସାମ୍ବାଦିକତାକୁ ଶକ୍ତିଶାଳୀ କରନ୍ତୁ |