ଭୁବନେଶ୍ୱର,୨୧ା୧୨:ଆଜି ସବୁଠାରୁ ଛୋଟ ଦିନ, ରାତି ହେବ ଲମ୍ବା। ଭୁବନେଶ୍ୱରରେ ଦିନର ଲମ୍ବ ପ୍ରାୟ ୧୦ ଘଣ୍ଟା ୫୪ ମିନିଟ୍ ୨୪ ସେକେଣ୍ଡ ରହିବ। ଆଉ ଦୀର୍ଘତମ ରାତିପ୍ରାୟ ୧୩ ଘଣ୍ଟା ୫ ମିନିଟ୍ ୩୬ ସେକେଣ୍ଡ ହେବ। ଏନେଇ ସୂଚନା ଦେଇଛନ୍ତି ମହାକାଶ ବିଜ୍ଞାନୀ ଡକ୍ଟର ଶୁଭେନ୍ଦୁ ପଟ୍ଟନାୟକ।ଭୁବନେଶ୍ୱର ପାଇଁ ୨୦୨୪ ମସିହାର ଡିସେମ୍ୱର ୨୧ ତାରିଖରେ ସବୁଠାରୁ ଛୋଟ ଦିନ ପ୍ରାୟ ୧୦ ଘଣ୍ଟା ୫୪ ମିନିଟ୍ ୨୪ ସେ ସକେଣ୍ଡ ହେବ। ଦୀର୍ଘତମ ରାତି ପ୍ରାୟ ୧୩ ଘଣ୍ଟା, ୫ ମିନିଟ୍ ୩୬ ସେକେଣ୍ଡ ହେବ। କିନ୍ତୁ ଭୁବନେଶ୍ୱରରେ ଡିସେମ୍ୱର ୧୫ ରୁ ଡିସେମ୍ୱର ୨୭ ପ୍ରାୟ ୧୨ ଦିନ ଧରି ଦିନ ୧୦ ଘଣ୍ଟା ୫୪ ମିନିଟ୍ ଏବଂ ରାତି ପ୍ରାୟ ପ୍ରାୟ ୧୩ ଘଣ୍ଟା ୫ ମିନିଟ୍ ହୁଏ। ଡିସେମ୍ୱର ୨୧ ତାରିଖରେ ସୁନ୍ଦରଗଡ଼଼ ଓ ମାଲକାନଗିରି ଠାରେ ଦିନର ଲମ୍ୱା ଯଥାକ୍ରମେ ମାତ୍ର ୧୦ ଘଣ୍ଟା ୪୭ ମିନିଟ୍ ଓ ୧୧ ଘଣ୍ଟା ୦୧ ମିନିଟ୍ ହେବ। ସେହି ତାରିଖରେ ଦିଲ୍ଲୀ ଓ କନ୍ୟାକୁମାରୀ ଠାରେ ଦିନର ଲମ୍ୱା ଯଥାକ୍ରମେ ମାତ୍ର ୧୦ ଘଣ୍ଟା ୧୯ ମିନିଟ୍ ଓ ୧୧ ଘଣ୍ଟା ୩୯ ମିନିଟ୍ ହେବ ବୋଲି ପଠାଣିସାମନ୍ତ ପ୍ଲାନେଟୋରିୟମ୍ର ପୂର୍ବତନ ନିର୍ଦ୍ଦେଶକ ଶୁଭେନ୍ଦୁ ପଟ୍ଟନାୟକ ସୂଚନା ଦେଇଛନ୍ତି।
ଅନ୍ତର୍ଜାତୀୟରୁ ଆରମ୍ଭ କରି ଜାତୀୟ ତଥା ରାଜ୍ୟର ୩୧୪ ବ୍ଲକରେ ଘଟୁଥିବା ପ୍ରତିଟି ଘଟଣା ଉପରେ ଓଡିଆନ୍ ନ୍ୟୁଜ ଆପଣଙ୍କୁ ଦେଉଛି ୨୪ ଘଂଟିଆ ଅପଡେଟ | କରୋନାର ସଂକଟ ସମୟରେ ଆମେ ଲୋଡୁଛୁ ଆପଣଙ୍କ ସହଯୋଗ । ଓଡିଆନ୍ ନ୍ୟୁଜ ଡିଜିଟାଲ ମିଡିଆକୁ ଆର୍ଥିକ ସମର୍ଥନ ଜଣାଇ ଆଂଚଳିକ ସାମ୍ବାଦିକତାକୁ ଶକ୍ତିଶାଳୀ କରନ୍ତୁ |