ଅବପାତରେ ପରିଣତ ହେଲା ସୁଦୃଶ୍ୟ ଲଘୁଚାପ

ଭୁବନେଶ୍ୱର,୨୧।୧୨: ଦକ୍ଷିଣ ବଙ୍ଗୋପସାଗରରେ ସୃଷ୍ଟି ହୋଇଥିବା ସୁଦୃଶ୍ୟ ଲଘୁଚାପ ଘନୀଭୂତ ହୋଇ ଅବପାତରେ ପରିଣତ ହୋଇଛି।  ଏହା ପଶ୍ଚିମ କେନ୍ଦ୍ରୀୟ ବଙ୍ଗୋପସାଗରର ଆନ୍ଧ୍ର ଉପକୂଳ ଉପରେ କେନ୍ଦ୍ରୀଭୂତ ରହିଛି। ଘଣ୍ଟା ପ୍ରତି ୭ କିଲୋମିଟର ଗତିରେ ପୂର୍ବ ଉତ୍ତର ପୂର୍ବ ଦିଗରେ ଗତି କରୁଛି। ଏହା ବର୍ତ୍ତମାନ ଗୋପାଳପୁରଠାରୁ ଦକ୍ଷିଣ ପଶ୍ଚିମ ଦିଗରେ ୬୦୦ କିଲୋମିଟର ଦୂରରେ ରହିଛି। ଏହି ଅବପାତ ଆସନ୍ତା ୧୨ ଘଣ୍ଟା ଭିତରେ ଦୁର୍ବଳ ହେବା ନେଇ ସୂଚନା ଦେଇଛି ପାଣିପାଗ କେନ୍ଦ୍ର।ପାଣିପାଗ କେନ୍ଦ୍ରର ସୂଚନା ଅନୁଯାୟୀ, ଆଜି କେନ୍ଦ୍ରାପଡା, ଜଗତସିଂହପୁର, ଗଞ୍ଜାମ ଓ ଗଜପତି ଜିଲାର କିଛି ସ୍ଥାନରେ ପ୍ରବଳ ବର୍ଷା ହେବ। ସେହିପରି ମୟୂରଭଞ୍ଜ,କେନ୍ଦୁଝର, ଯାଜପୁର ଓ ଢେଙ୍କାନାଳରେ ବି ବର୍ଷା ସମ୍ଭାବନା ରହିଛି। ଅନ୍ୟ ସ୍ଥାନରେ ପାଗ ମେଘୁଆ ରହିବା ସହ କୋହଲା ପବନ ଲାଗି ରହିବ।ଭୁବନେଶ୍ୱର ଆଞ୍ଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ରର ସୂଚନା ଅନୁଯାୟୀ ଶୁକ୍ରବାର ଦକ୍ଷିଣ ଆଭ୍ୟନ୍ତରୀଣ ଓଡ଼ିଶାର କେନ୍ଦୁଝର ଓ ମୟୂରଭଞ୍ଜରେ ପ୍ରବଳ ବର୍ଷା ରେକର୍ଡ କରାଯାଇଛି। ସେହିପରି ଗଞ୍ଜାମ, ଗଜପତି, ଫୁଲବାଣୀ, କନ୍ଧମାଳ, ଖୋର୍ଦ୍ଧା, ନୟାଗଡ଼, ପୁରୀ, କଟକ, କେନ୍ଦ୍ରାପଡ଼ା, ଜଗତ୍ସିଂହପୁର, ବାଲେଶ୍ୱର, ନବରଙ୍ଗପୁର, କୋରାପୁଟ, ବୌଦ୍ଧ ଆଦି ଜିଲାରେ ସ୍ବଳ୍ପରୁ ମଧ୍ୟମ ଧରଣ ବର୍ଷା ହୋଇଛି। ଖୋର୍ଦ୍ଧା ଜିଲାରେ ସର୍ବାଧିକ ୪୦ ମିମି ବର୍ଷା ହୋଇଥିବାବେଳେ ପାରାଦୀପରେ ୨୭.୮, ଜଗତ୍ସିଂହପୁରରେ ୧୮.୧ ମିଲିମିଟର ରେକର୍ଡ କରାଯାଇଛି।

ଅନ୍ତର୍ଜାତୀୟରୁ ଆରମ୍ଭ କରି ଜାତୀୟ ତଥା ରାଜ୍ୟର ୩୧୪ ବ୍ଲକରେ ଘଟୁଥିବା ପ୍ରତିଟି ଘଟଣା ଉପରେ ଓଡିଆନ୍ ନ୍ୟୁଜ ଆପଣଙ୍କୁ ଦେଉଛି ୨୪ ଘଂଟିଆ ଅପଡେଟ | କରୋନାର ସଂକଟ ସମୟରେ ଆମେ ଲୋଡୁଛୁ ଆପଣଙ୍କ ସହଯୋଗ । ଓଡିଆନ୍ ନ୍ୟୁଜ ଡିଜିଟାଲ ମିଡିଆକୁ ଆର୍ଥିକ ସମର୍ଥନ ଜଣାଇ ଆଂଚଳିକ ସାମ୍ବାଦିକତାକୁ ଶକ୍ତିଶାଳୀ କରନ୍ତୁ |

SUPPORT US

Spread the love
error: Content is protected !!