ଆଜିଠୁ ରାଜ୍ୟରେ ବଦଳିବ ପାଗ ; ବଢିବ ଶୀତ

ଭୁବନେଶ୍ୱର,୨୨।୧୨: ଲଘୁଚାପ ପ୍ରଭାବରେ ସାରା ରାଜ୍ୟରେ ଲାଗି ରହିଥିବା ବର୍ଷା ଆଜିଠାରୁ କମିବ । ମାତ୍ର ଦକ୍ଷିଣ ଉପକୂଳ ଜିଲ୍ଲାରେ ବର୍ଷା ଲାଗିରହିବ । ଆଜିଠୁ ରାଜ୍ୟରେ କମିବ ବର୍ଷା, ଲାଗିରହିବ କୋହଲା ପାଗ। ଏନେଇ ପୂର୍ବାନୁମାନ କରିଛି ଆଞ୍ଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ର। ବଙ୍ଗୋପସାଗରରେ ସୃଷ୍ଟ ଅବପାତ ପ୍ରଭାବରେ ଶୁକ୍ରବାରଠାରୁ ରାଜ୍ୟର ବିଭିନ୍ନ ଅଞ୍ଚଳରେ ବର୍ଷା ଲାଗିରହିଥିଲା। ଶୁକ୍ରବାର ମଧ୍ୟାହ୍ନଠାରୁ ଶନିବାର ସନ୍ଧ୍ୟା ପର୍ଯ୍ୟନ୍ତ ରାଜ୍ୟର ଅଧିକାଂଶ ସ୍ଥାନରେ ହାଲୁକାରୁ ମଧ୍ୟମଧରଣର ଲଗାଣ ବର୍ଷା ହୋଇଥିବା ବେଳେ ସ୍ଥାନେସ୍ଥାନେ ପ୍ରବଳ ବର୍ଷା ମଧ୍ୟ ହୋଇଛି। ଭୁବନେଶ୍ୱର ଆଞ୍ଚଳିକ ପାଣିପାଗ କେନ୍ଦ୍ରର ନିର୍ଦ୍ଦେଶିକା ଡ. ମନୋରମା ମହାନ୍ତିଙ୍କ ଅନୁଯାୟୀ ଆଜିଠାରୁ ରାଜ୍ୟର ଅଧିକାଂଶ ସ୍ଥାନରେ ବର୍ଷାର ପରିମାଣ ଅନେକାଂଶରେ କମିଯିବ। ତେବେ ଗଞ୍ଜାମ, ଗଜପତି, ରାୟଗଡା, କୋରାପୁଟ, ମାଲକାନଗିରି ଜିଲ୍ଲାର ଗୋଟିଏରୁ ଦୁଇଟି ସ୍ଥାନରେ ହାଲୁକା ବର୍ଷା ହେବାର ସମ୍ଭାବନା ରହିଛି  ।

 

ଅନ୍ତର୍ଜାତୀୟରୁ ଆରମ୍ଭ କରି ଜାତୀୟ ତଥା ରାଜ୍ୟର ୩୧୪ ବ୍ଲକରେ ଘଟୁଥିବା ପ୍ରତିଟି ଘଟଣା ଉପରେ ଓଡିଆନ୍ ନ୍ୟୁଜ ଆପଣଙ୍କୁ ଦେଉଛି ୨୪ ଘଂଟିଆ ଅପଡେଟ | କରୋନାର ସଂକଟ ସମୟରେ ଆମେ ଲୋଡୁଛୁ ଆପଣଙ୍କ ସହଯୋଗ । ଓଡିଆନ୍ ନ୍ୟୁଜ ଡିଜିଟାଲ ମିଡିଆକୁ ଆର୍ଥିକ ସମର୍ଥନ ଜଣାଇ ଆଂଚଳିକ ସାମ୍ବାଦିକତାକୁ ଶକ୍ତିଶାଳୀ କରନ୍ତୁ |

SUPPORT US

Spread the love
error: Content is protected !!