ବାରିପଦା,୨୨ା୧୨: ପଶ୍ଚିମବଙ୍ଗରେ ଥିବା ବାଘୁଣୀ ଜିନତ ଓଡ଼ିଶା ଫେରିବ ବୋଲି ସୂଚନା ମିଳିଛି। ତାକୁ ଟ୍ରାଙ୍କୁଲାଇଜ୍ କରି ପୁଣି ଶିମିପାଳକୁ ଅଣାଯିବ ବୋଲି ବାରିପଦା ଆରସିସିଏଫ ସୂଚନା ଦେଇଛନ୍ତି। ସେ କହିଛନ୍ତି, ବାଘୁଣୀ ଜିନତର ସ୍ୱାସ୍ଥ୍ୟାବସ୍ଥା ଠିକ୍ ଅଛି। ତାର ଗତିବିଧି ଉପରେ ଓଡ଼ିଶା ଓ ପଶ୍ଚିମବଙ୍ଗ ବନ ବିଭାଗ ନଜର ରଖିଛନ୍ତି।
ଅନ୍ତର୍ଜାତୀୟରୁ ଆରମ୍ଭ କରି ଜାତୀୟ ତଥା ରାଜ୍ୟର ୩୧୪ ବ୍ଲକରେ ଘଟୁଥିବା ପ୍ରତିଟି ଘଟଣା ଉପରେ ଓଡିଆନ୍ ନ୍ୟୁଜ ଆପଣଙ୍କୁ ଦେଉଛି ୨୪ ଘଂଟିଆ ଅପଡେଟ | କରୋନାର ସଂକଟ ସମୟରେ ଆମେ ଲୋଡୁଛୁ ଆପଣଙ୍କ ସହଯୋଗ । ଓଡିଆନ୍ ନ୍ୟୁଜ ଡିଜିଟାଲ ମିଡିଆକୁ ଆର୍ଥିକ ସମର୍ଥନ ଜଣାଇ ଆଂଚଳିକ ସାମ୍ବାଦିକତାକୁ ଶକ୍ତିଶାଳୀ କରନ୍ତୁ |