ପୁରୀ,୨୨ା୧୨:ନୂଆବର୍ଷରୁ ଶ୍ରୀମନ୍ଦିରରେ ଆରମ୍ଭ ହେବ ଧାଡ଼ି ଦର୍ଶନ ପ୍ରକ୍ରିୟା। ୨୭ ଓ ୨୮ ସୁଦ୍ଧା ପରିବର୍ତ୍ତନ ପ୍ରକ୍ରିୟା କ୍ରିୟାନୁୟନ ହୋଇଯିବ। ୧ ତାରିଖରୁ ନିୟମିତ ଧାଡ଼ି ଦର୍ଶନ କରିବେ ଭକ୍ତ। ଗତକାଲି ମୁଖ୍ୟ ପ୍ରଶାସକଙ୍କ ସହ ସମୀକ୍ଷା କରିବା ପରେ ଏହା କହିଛନ୍ତି ଆଇନ ମନ୍ତ୍ରୀ ପୃଥ୍ୱୀରାଜ ହରିଚନ୍ଦନ।ସେ କହିଛନ୍ତି, ୨୭ ଓ ୨୮ ତାରିଖରେ ପରିବର୍ତ୍ତନ ପ୍ରକ୍ରିୟା କ୍ରିୟାନୁୟନ କରାଯିବ। ପରୀକ୍ଷା ମୂଳକ ଭାବେ ୩୦ ଏବଂ ୩୧ତାରିଖରେ ଧାଡି ଦର୍ଶନ କରାଯିବ। ୧ ତାରିଖରୁ ନିୟମିତ ଧାଡ଼ି ଦର୍ଶନ କରିବେ ଭକ୍ତ।ଜାନୁଆରୀ ପହିଲାରୁ ଶ୍ରୀମନ୍ଦିରରେ ଆରମ୍ଭ ହେବେ ଧାଡି ଦର୍ଶନ ପ୍ରକ୍ରିୟା । ସାତ ପାହାଚ ଦ୍ୱାର ଦେଇ ପ୍ରବେଶ ଏବଂ ଘଣ୍ଟି ଏବଂ ଗାରଦ ଦ୍ୱାର ଦେଇ ଶ୍ରଦ୍ଧାଳୁ ପ୍ରସ୍ଥାନ କରିବେ । ଘଣ୍ଟି ଦ୍ୱାରରେ ମହିଳା ଏବଂ ବରିଷ୍ଠ ନାଗରିକ ବାହାରିବେ । ଗାରଦ ଦ୍ୱାରରେ ପୁରୁଷମାନେ ଦର୍ଶନ କରି ବାହାରିବାର ବନ୍ଦୋବସ୍ତ କରାଯାଇଛି। ଶ୍ରୀମନ୍ଦିରରେ ଧାଡି ଦର୍ଶନ ନେଇ ଶନିବାର ଦିନ ମୁଖ୍ୟ ପ୍ରଶାସକଙ୍କ ସହ ସମୀକ୍ଷା କରିଥିଲେ ଆଇନ୍ମନ୍ତ୍ରୀ । କାମ ସନ୍ତୋଷଜନକ ଭାବେ ଚାଲିଥିବା ସେ କହିଛନ୍ତି।
ଅନ୍ତର୍ଜାତୀୟରୁ ଆରମ୍ଭ କରି ଜାତୀୟ ତଥା ରାଜ୍ୟର ୩୧୪ ବ୍ଲକରେ ଘଟୁଥିବା ପ୍ରତିଟି ଘଟଣା ଉପରେ ଓଡିଆନ୍ ନ୍ୟୁଜ ଆପଣଙ୍କୁ ଦେଉଛି ୨୪ ଘଂଟିଆ ଅପଡେଟ | କରୋନାର ସଂକଟ ସମୟରେ ଆମେ ଲୋଡୁଛୁ ଆପଣଙ୍କ ସହଯୋଗ । ଓଡିଆନ୍ ନ୍ୟୁଜ ଡିଜିଟାଲ ମିଡିଆକୁ ଆର୍ଥିକ ସମର୍ଥନ ଜଣାଇ ଆଂଚଳିକ ସାମ୍ବାଦିକତାକୁ ଶକ୍ତିଶାଳୀ କରନ୍ତୁ |