ଭୁବନେଶ୍ୱର,୨୨ା୧୨: ପୂର୍ବତନ ବିଧାୟକ ବିଜୟ ମହାନ୍ତିଙ୍କ ରବିବାର ପରଲୋକ ଘଟିଛି। ଦେହାନ୍ତ ବେଳକୁ ତାଙ୍କୁ ୬୦ ବର୍ଷ ହୋଇଥିଲା। କିଛି ଦିନ ହେବ ସେ ହୃଦରୋଗ ଯୋଗୁ ଅସୁସ୍ଥ ଥିଲେ। ତାଙ୍କୁ ପରିବାର ଲୋକେ କ୍ୟାପିଟାଲ ହସ୍ପିଟାଲ ନେଇଥିଲେ। ସେଠାରେ ହସ୍ପିଟାଲ କର୍ତ୍ତୃପକ୍ଷ ତାଙ୍କୁ ମୃତ ଘୋଷଣା କରିଛନ୍ତି। କିଛି ଦିନ ପୂର୍ବରୁ ତାଙ୍କୁ ହୃଦଘାତ ହୋଇଥିଲା । ସେବେଠୁ ସେ ଅସୁସ୍ଥ ରହିଆସୁଥିଲେ । ଆଜି ତାଙ୍କ ସ୍ବାସ୍ଥ୍ୟାବସ୍ଥା ଗୁରୁତର ହେବାରୁ ତାଙ୍କୁ ହସ୍ପିଟାଲ ନିଆଯାଇଥିଲା । ହେଲେ ହସ୍ପିଟାଲରେ ପହଞ୍ଚିବାବେଳେକୁ ତାଙ୍କର ଦେହାନ୍ତ ହୋଇଥିଲା ବୋଲି ସୂଚନା ରହିଛି । ବିଜେଡି ଟିକେଟ୍ରେ ଦୁଇଥର ବିଧାୟକ ନିର୍ବାଚିତ ହୋଇଥିଲେ ବିଜୟ ମହାନ୍ତି । ଭୁବନେଶ୍ବର (ମଧ୍ୟ)ରୁ ୨୦୦୯ ଓ ୨୦୧୪ରେ ନିର୍ବାଚନ ଲଢ଼ି ବିଜୟୀ ହୋଇଥିଲେ ବିଜୟ ।
ଅନ୍ତର୍ଜାତୀୟରୁ ଆରମ୍ଭ କରି ଜାତୀୟ ତଥା ରାଜ୍ୟର ୩୧୪ ବ୍ଲକରେ ଘଟୁଥିବା ପ୍ରତିଟି ଘଟଣା ଉପରେ ଓଡିଆନ୍ ନ୍ୟୁଜ ଆପଣଙ୍କୁ ଦେଉଛି ୨୪ ଘଂଟିଆ ଅପଡେଟ | କରୋନାର ସଂକଟ ସମୟରେ ଆମେ ଲୋଡୁଛୁ ଆପଣଙ୍କ ସହଯୋଗ । ଓଡିଆନ୍ ନ୍ୟୁଜ ଡିଜିଟାଲ ମିଡିଆକୁ ଆର୍ଥିକ ସମର୍ଥନ ଜଣାଇ ଆଂଚଳିକ ସାମ୍ବାଦିକତାକୁ ଶକ୍ତିଶାଳୀ କରନ୍ତୁ |