୨୫ ସୁଦ୍ଧା ମଣ୍ଡିରୁ ଧାନ ନ ଉଠିଲେ ୨୬ରୁ ରାସ୍ତାରୋକ : ତାରା ପ୍ରସାଦ ବାହିନୀପଦି

ଭୁବନେଶ୍ୱର,୨୩ା୧୨: ୨୫ ସୁଦ୍ଧା ମଣ୍ଡିରୁ ଧାନ ନ ଉଠିଲେ ୨୬ରୁ ରାସ୍ତାରୋକ |’ମଣ୍ଡିରୁ ଧାନ ନ ଉଠିଲେ ସ୍ଥିତି ଅସମ୍ଭାଳ ହେବ । ଆସନ୍ତା ୨୫ ତାରିଖ ସୁଦ୍ଧା ସମସ୍ତ ମଣ୍ଡିରୁ ଧାନ ନ ଉଠିଲେ କୋରାପୁଟ ଜିଲ୍ଲା ବନ୍ଦ କରି ଦିଆଯିବ । ଏପରିକି ଆସନ୍ତା ୨୬ରୁ ରାସ୍ତାରୋକ କରିବାକୁ ବି ପଛାଇବୁ ନାହିଁ।’ ଗତକାଲି ସାମ୍ବାଦିକ ସମ୍ମିଳନୀ କରି ରାଜ୍ୟ ସରକାରଙ୍କୁ ଏପରି ଧମକ ଦେଇଛନ୍ତି ଜୟପୁର ବିଧାୟକ ତାରାପ୍ରସାଦ ବାହିନୀପତି ।କୋରାପୁଟ ଜିଲ୍ଲାରେ ଆସନ୍ତା ୨୫ ତାରିଖ ସୁଦ୍ଧା ସମସ୍ତ ମଣ୍ଡିରୁ ଧାନ ନଉଠିଲେ ଆନ୍ଦୋଳନ ଓ ରାସ୍ତାରୋକ କରିବାକୁ ଚେତାବନୀ ଦେଇଛି କଂଗ୍ରେସ । ୨୫ ତାରିଖ ସୁଦ୍ଧା କୋରାପୁଟ ଜିଲ୍ଲାର ସମସ୍ତ ଧାନମଣ୍ଡିରୁ ଧାନ ନ ଉଠିଲେ ୨୬ରୁ ରାସ୍ତାରୋକ କରାଯିବ ବୋଲି ଚେତାବନୀ ଦେଇଛନ୍ତି ଜୟପୁର ବିଧାୟକ ତଥା ବରିଷ୍ଠ କଂଗ୍ରେସ ନେତା ତାରାପ୍ରସାଦ ବାହିନୀପତି।ସାମ୍ବାଦିକ ସମ୍ମିଳନୀରେ ତାରା କହିଛନ୍ତି ଯେ, କୋରାପୁଟ ଜିଲ୍ଲାରେ ୧୧ ତାରିଖରୁ ଖରିଫ ମଣ୍ଡି ଆରମ୍ଭ ହୋଇଥିଲେ  , ଆଜି ସୁଦ୍ଧା ଧାନ କ୍ରୟ କରାଯାଇପାରୁନି। ଚାଷୀ ଶୀତ କାକରରେ ଧାନକୁ ଜଗି ବସିଥିବା ବେଳେ, ଟୋକନର ଅବଧି ୧ ମାସ ରହିଛି।

ଅନ୍ତର୍ଜାତୀୟରୁ ଆରମ୍ଭ କରି ଜାତୀୟ ତଥା ରାଜ୍ୟର ୩୧୪ ବ୍ଲକରେ ଘଟୁଥିବା ପ୍ରତିଟି ଘଟଣା ଉପରେ ଓଡିଆନ୍ ନ୍ୟୁଜ ଆପଣଙ୍କୁ ଦେଉଛି ୨୪ ଘଂଟିଆ ଅପଡେଟ | କରୋନାର ସଂକଟ ସମୟରେ ଆମେ ଲୋଡୁଛୁ ଆପଣଙ୍କ ସହଯୋଗ । ଓଡିଆନ୍ ନ୍ୟୁଜ ଡିଜିଟାଲ ମିଡିଆକୁ ଆର୍ଥିକ ସମର୍ଥନ ଜଣାଇ ଆଂଚଳିକ ସାମ୍ବାଦିକତାକୁ ଶକ୍ତିଶାଳୀ କରନ୍ତୁ |

SUPPORT US

Spread the love
error: Content is protected !!