CHSE ଦ୍ଵାରା ଆଜିଠୁ ଆରମ୍ଭ ହେବ ଯୁକ୍ତ୨ ଇଣ୍ଟରନାଲ୍‌ ଆସେସ୍‌ମେଣ୍ଟ

ଭୁବନେଶ୍ବର,୨୩ା୧୨: ଉଚ୍ଚ ମାଧ୍ୟମିକ ଶିକ୍ଷା ପରିଷଦ(ସିଏଚ୍‌ଏସ୍‌ଇ) ଦ୍ବାରା ପରିଚାଳିତ ଯୁକ୍ତ୨ କଳା, ବିଜ୍ଞାନ, ବାଣିଜ୍ୟ ଓ ଧନ୍ଦାମୂଳକ ପାଠ୍ୟକ୍ରମର ଇଣ୍ଟରନାଲ୍‌ ଆସେସ୍‌ମେଣ୍ଟ ଡିସେମ୍ବର ୨୩ଠାରୁ ଆରମ୍ଭ ହେବାକୁ ଯାଉଛି। ଡିସେମ୍ବର ୩୦ ପର୍ଯ୍ୟନ୍ତ ହେବାକୁ ଥିବା ଆସେସ୍‌ମେଣ୍ଟ ୧୦ କିମ୍ବା ୨୦ ମାର୍କ ବିଶିଷ୍ଟ ରହିବ। ବିଜ୍ଞାନ, କଳା, ବାଣିଜ୍ୟ, ଧନ୍ଦାମୂଳକ ଓ କରେସ୍ପୋଣ୍ଡେନ୍ସ ପାଠ୍ୟକ୍ରମର ପ୍ରାକ୍ଟିକାଲ କିମ୍ବା ପ୍ରୋଜେକ୍ଟ ନ ଥିବା ବିଷୟଗୁଡ଼ିକରେ ୧୦ ଓ ୨୦ ମାର୍କ ବିଶିଷ୍ଟ ପରୀକ୍ଷା କରାଯିବ। ଯାହାର ଅବଧି ୪୫ ମିନିଟ୍‌ ରଖାଯାଇଛି। ପ୍ରାକ୍ଟିକାଲ ତଥା ପ୍ରୋଜେକ୍ଟ ଥିବା ବିଷୟଗୁଡ଼ିକରେ ୨୦ ମାର୍କର ପରୀକ୍ଷା ହେବ ଏବଂ ସମୟ ଅବଧି ଦୁଇ ଘଣ୍ଟା ରହିବ। ସରକାରୀ ଛୁଟି ଦିନ ବ୍ୟତୀତ ଅନ୍ୟ ଦିନରେ ଛାତ୍ରଛାତ୍ରୀଙ୍କ ପରୀକ୍ଷା କରାଇବାକୁ ସିଏଚ୍‌ଏସ୍‌ଇ ପକ୍ଷରୁ ଜାରି ବିଜ୍ଞପ୍ତିରେ କୁହାଯାଇଛି। ପରୀକ୍ଷାର ସୁପରିଚାଳନା ପାଇଁ ବ୍ୟାପକ ସୁରକ୍ଷା ବ୍ୟବସ୍ଥା କରିବାକୁ ବିଦ୍ୟାଳୟ ଅଧ୍ୟକ୍ଷମାନଙ୍କୁ ନିର୍ଦ୍ଦେଶ ଦିଆଯାଇଛି।

ଅନ୍ତର୍ଜାତୀୟରୁ ଆରମ୍ଭ କରି ଜାତୀୟ ତଥା ରାଜ୍ୟର ୩୧୪ ବ୍ଲକରେ ଘଟୁଥିବା ପ୍ରତିଟି ଘଟଣା ଉପରେ ଓଡିଆନ୍ ନ୍ୟୁଜ ଆପଣଙ୍କୁ ଦେଉଛି ୨୪ ଘଂଟିଆ ଅପଡେଟ | କରୋନାର ସଂକଟ ସମୟରେ ଆମେ ଲୋଡୁଛୁ ଆପଣଙ୍କ ସହଯୋଗ । ଓଡିଆନ୍ ନ୍ୟୁଜ ଡିଜିଟାଲ ମିଡିଆକୁ ଆର୍ଥିକ ସମର୍ଥନ ଜଣାଇ ଆଂଚଳିକ ସାମ୍ବାଦିକତାକୁ ଶକ୍ତିଶାଳୀ କରନ୍ତୁ |

SUPPORT US

Spread the love
error: Content is protected !!