ରୁବେନ ବାନାର୍ଜୀଙ୍କ ବହିକୁ ନେଇ ମୁହଁ ଖୋଲିଲେ ଅରୁଣ ସାହୁ

ଭୁବନେଶ୍ୱର,୨୩।୧୨: ବଙ୍ଗାଳୀ ଲେଖକ ରୁବେନ ବାନାର୍ଜୀଙ୍କ ପୁସ୍ତକ ‘ନବୀନ ପଟ୍ଟନାୟକ-ଦ ଅଥରେଟିଭ୍‌ ବାୟୋଗ୍ରାଫି ରିଭାଇଜ୍‌ଡ୍‌ ଆଫ୍ଟର ୨୦୨୪ ଇଲେକ୍ସନ’କୁ ନେଇ  ମୁହଁ ଖୋଲିଲେ ଅରୁଣ ସାହୁ। ବହିରେ ଥିବା ତଥ୍ୟ ନେଇ ବିଜେଡି ବିଧାୟକ ଅରୁଣ ସାହୁଙ୍କ ପ୍ରତିକ୍ରିୟା ଦେଇଛନ୍ତି। ସେ କହିଛନ୍ତି, ଦୀର୍ଘବର୍ଷ ହେବ ନବୀନ ପଟ୍ଟନାୟକଙ୍କୁ ରୁବେନ ବାନାର୍ଜୀ ଭେଟି ନାହାନ୍ତି। ଚା’ ଖଟି ଓ ବିରୋଧୀ ଚର୍ଚ୍ଚା କରୁଥିବା ତଥ୍ୟ ବହିରେ ଉଲ୍ଲେଖ କରିଛନ୍ତି।‘ନବୀନ ପଟ୍ଟନାୟକ- ଦ ଅଥରିଟେଟିଭ ବାୟୋଗ୍ରାଫି ରିଭାଇଜ୍‌ଡ ଆଫ୍ଟର ୨୦୨୪ ଇଲେକ୍ସନ’ ପୁସ୍ତକ ଉନ୍ମୋଚନ ହୋଇଯାଇଛି। ସେ ଏହି ପୁସ୍ତକରେ ପୂର୍ବତନ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଏବଂ ପ୍ରଶାସକରୁ ରାଜନେତା ପାଲଟିଥିବା ତାମିଲ ଅମଲାତନ୍ତ୍ରୀ ଭି.କେ. ପାଣ୍ଡିଆନଙ୍କ ସମ୍ପର୍କରେ ଅନେକ କଥା ଉଲ୍ଲେଖ କରିଛନ୍ତି। ବିଶେଷ କରି, ୨୦୨୪ ନିର୍ବାଚନ ସମୟରେ ନବୀନ ଘରେ ରହିବା ଓ ୧୪୭ ନିର୍ବାଚନମଣ୍ଡଳୀରେ ସ୍ଥାନୀୟ ନେତାଙ୍କୁ ଅଣଦେଖା କରି ପାଣ୍ଡିଆନଙ୍କ ଏକାକୀ ପ୍ରଚାର ବିଜେଡି ହାରିବାର ପ୍ରମୁଖ କାରଣ ବୋଲି ସେ ଉଲ୍ଲେଖ କରିଛନ୍ତି। ରୁବେନ ଲେଖିଥିବା ବିଭିନ୍ନ ବିଷୟକୁ ନେଇ ଏବେ ରାଜନୀତି ଜୋର୍‌ ଧରିଛି। କେତେକ ପୂର୍ବତନ ଏବଂ ବର୍ତ୍ତମାନର ବିଜେଡି ନେତା ଏହାକୁ ନେଇ ନିଜ ନିଜର ପ୍ରତିକ୍ରିୟା ରଖିଛନ୍ତି।ତେବେ ଅରୁଣଙ୍କ ଅଭିଯୋଗ ଉପରେ ଲେଖକ ରୁବେନ ବାନାର୍ଜୀ କହିଛନ୍ତି ଯେ ନବୀନଙ୍କୁ ଭେଟିବାକୁ ମୁଁ ସମୟ ମାଗିଥିଲେ ମଧ୍ୟ ମୋତେ କୌଣସି ରେସପନ୍ସ ମିଳିନଥିଲା। ମୁଁ କିପରି ସାମ୍ବାଦିକତା କରୁଛି, ତାର ସାର୍ଟିଫିକେଟ କୌଣସି ରାଜନେତା ମୋତେ ଦେବା ଆବଶ୍ୟକ ନାହିଁ।

ଅନ୍ତର୍ଜାତୀୟରୁ ଆରମ୍ଭ କରି ଜାତୀୟ ତଥା ରାଜ୍ୟର ୩୧୪ ବ୍ଲକରେ ଘଟୁଥିବା ପ୍ରତିଟି ଘଟଣା ଉପରେ ଓଡିଆନ୍ ନ୍ୟୁଜ ଆପଣଙ୍କୁ ଦେଉଛି ୨୪ ଘଂଟିଆ ଅପଡେଟ | କରୋନାର ସଂକଟ ସମୟରେ ଆମେ ଲୋଡୁଛୁ ଆପଣଙ୍କ ସହଯୋଗ । ଓଡିଆନ୍ ନ୍ୟୁଜ ଡିଜିଟାଲ ମିଡିଆକୁ ଆର୍ଥିକ ସମର୍ଥନ ଜଣାଇ ଆଂଚଳିକ ସାମ୍ବାଦିକତାକୁ ଶକ୍ତିଶାଳୀ କରନ୍ତୁ |

SUPPORT US

Spread the love
error: Content is protected !!