ଅଟଳ ବିହାରୀ ବାଜପେୟୀଙ୍କ ବିଶାଳ ପ୍ରତିମୂର୍ତ୍ତି ଉନ୍ମୋଚିତ

ଭୁବନେଶ୍ୱର,୨୪ା୧୨:ପୂର୍ବତନ ପ୍ରଧାନମନ୍ତ୍ରୀ ଭାରତରତ୍ନ ଅଟଳ ବିହାରୀ ବାଜପେୟୀଙ୍କ ବିଶାଳ ବ୍ରୋଞ୍ଜ ପ୍ରତିମୂର୍ତ୍ତି ମଙ୍ଗଳବାର କଟକର ବେଲ୍ ଭ୍ୟୁ ଛକରେ ଉନ୍ମୋଚିତ ହୋଇଯାଇଛି। ଏହି କାର୍ଯ୍ୟକ୍ରମରେ ଯୋଗଦେଇ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ପ୍ରତିମୂର୍ତ୍ତି ଅନାବରଣ କରିଥିବାବେଳେ ସମ୍ମାନିତ ଅତିଥି ଭାବରେ କେନ୍ଦ୍ର ଶିକ୍ଷାମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ ଉପସ୍ଥିତ ଥିଲେ। କଟକର ଶିଳ୍ପୀ ସଞ୍ଜୀବ ବିଶ୍ୱାଳଙ୍କ ନେତୃତ୍ୱରେ ୨୨ ଜଣ କାରିଗରଙ୍କ ଦ୍ୱାରା କାଠଗଡ଼ା ସାହିସ୍ଥିତ କାରଖାନାଠାରେ ଏହି ମୂର୍ତ୍ତି ନିର୍ମାଣ କରାଯାଇଛି। ୯୦ କ୍ୱିଣ୍ଟାଲ ଓଜନର ବ୍ରୋଞ୍ଜରେ ତିଆରି ଏହି ପ୍ରତିମୂର୍ତ୍ତିର ଉଚ୍ଚତା ୧୦ ଫୁଟ୍‌ ୬ ଇଞ୍ଚ ରହିଛି। ଅଟଳ ବିହାରୀ ବାଜପେୟୀଙ୍କ ଜନ୍ମଜୟନ୍ତୀ ଡିସେମ୍ବର ୨୫ରେ ଥିବାବେଳେ ଆଜି କଟକରେ ପ୍ରତିମୂର୍ତ୍ତିର ଲୋକାର୍ପଣ କରଯାଇଛି।

ଅନ୍ତର୍ଜାତୀୟରୁ ଆରମ୍ଭ କରି ଜାତୀୟ ତଥା ରାଜ୍ୟର ୩୧୪ ବ୍ଲକରେ ଘଟୁଥିବା ପ୍ରତିଟି ଘଟଣା ଉପରେ ଓଡିଆନ୍ ନ୍ୟୁଜ ଆପଣଙ୍କୁ ଦେଉଛି ୨୪ ଘଂଟିଆ ଅପଡେଟ | କରୋନାର ସଂକଟ ସମୟରେ ଆମେ ଲୋଡୁଛୁ ଆପଣଙ୍କ ସହଯୋଗ । ଓଡିଆନ୍ ନ୍ୟୁଜ ଡିଜିଟାଲ ମିଡିଆକୁ ଆର୍ଥିକ ସମର୍ଥନ ଜଣାଇ ଆଂଚଳିକ ସାମ୍ବାଦିକତାକୁ ଶକ୍ତିଶାଳୀ କରନ୍ତୁ |

SUPPORT US

Spread the love
error: Content is protected !!