ଭୁବନେଶ୍ୱର,୨୪।୧୨: ରାଜ୍ୟରେ ଅଦିନିଆ ବର୍ଷ କାରଣରୁ ବିଭିନ୍ନ ଜିଲାରେ ଧାନଚାଷୀମାନେ ସଂକଟରେ ପଡିଛନ୍ତି। ବର୍ତମାନ ଧାନ ଅମଳ ସହିତ ମଣ୍ଡିରେ ବିକ୍ରି ପ୍ରକ୍ରିୟା ଚାଲିଥିବା ବେଳେ ବର୍ଷାରେ ଧାନର ବିଲରେ ଗଜା ହୋଇଗଲାଣି। ଅନେକ ସ୍ଥାନରେ ମଣ୍ଡି ମାନଙ୍କରେ ମଧ୍ୟ ସମାନ ଅବସ୍ଥା। ଏହାକୁ ଦୃଷ୍ଟିରେ ରଖି ଧାନର ମାନ କମ୍ ଥିଲେ ବି କିଣିବାକୁ ଘୋଷଣା କରିଛନ୍ତି ସରକାର।ଯୋଗାଣ ମନ୍ତ୍ରୀ କୃଷ୍ଣଚନ୍ଦ୍ର ପାତ୍ର ସୂଚନା ଦେଇଛନ୍ତି ଯେ, ”ବର୍ଷ କାରଣରୁ ‘ବର୍ଷା ପାଇଁ କ୍ବାଲିଟି କମ୍ ଥିଲେ ବି କମ୍ପରମାଇଜ୍ କରାଯିବ। ସମସ୍ତ ଚାଷୀଙ୍କ ଧାନ କିଣାଯିବ, ଏଥିପାଇଁ ଜିଲ୍ଲାପାଳଙ୍କୁ ନିର୍ଦ୍ଦେଶ ଦିଆଯାଇଛି। ଏଥିସହିତ ଟୋକନ୍ ଲାପ୍ସ କଲେ ଚାଷୀଙ୍କୁ ଅଧିକ ୧୫ ଦିନ ମହଲତ ମିଳିବ। ଏହାପରେ ମଧ୍ୟ ଓଦା ଧାନ ଶୁଖାଇ ମଣ୍ଡିରେ ବିକ୍ରି ପାଇଁ ଅଧିକ ସମୟ ଦିଆଯିବ। ତେବେ ପାଗ ଖରାପ ଯୋଗୁଁ କିଛି ମଣ୍ଡି ଖୋଲିବା ବିଳମ୍ବ ହେଉଥିବା ମନ୍ତ୍ରୀ କହିଛନ୍ତି।
ଅନ୍ତର୍ଜାତୀୟରୁ ଆରମ୍ଭ କରି ଜାତୀୟ ତଥା ରାଜ୍ୟର ୩୧୪ ବ୍ଲକରେ ଘଟୁଥିବା ପ୍ରତିଟି ଘଟଣା ଉପରେ ଓଡିଆନ୍ ନ୍ୟୁଜ ଆପଣଙ୍କୁ ଦେଉଛି ୨୪ ଘଂଟିଆ ଅପଡେଟ | କରୋନାର ସଂକଟ ସମୟରେ ଆମେ ଲୋଡୁଛୁ ଆପଣଙ୍କ ସହଯୋଗ । ଓଡିଆନ୍ ନ୍ୟୁଜ ଡିଜିଟାଲ ମିଡିଆକୁ ଆର୍ଥିକ ସମର୍ଥନ ଜଣାଇ ଆଂଚଳିକ ସାମ୍ବାଦିକତାକୁ ଶକ୍ତିଶାଳୀ କରନ୍ତୁ |