ଭୁବନେଶ୍ୱର,୨୫ା୧୨:ଆଜିଠାରୁ ଜାନୁଆରୀ ୨ ତାରିଖ ଯାଏ ସ୍ଥଗିତ ରହିବ ଶ୍ରୀମନ୍ଦିର ରତ୍ନଭଣ୍ଡାର ମରାମତି କାର୍ଯ୍ୟ। ଇଂରାଜୀ ନୂଆବର୍ଷ ଓ ଛୁଟି ଯୋଗୁ ଶ୍ରଦ୍ଧାଳୁଙ୍କ ଭିଡ଼ ସହିତ ଶୃଙ୍ଖଳିତ ନୀତିକାନ୍ତି ଓ ଦର୍ଶନକୁ ଦୃଷ୍ଟିରେ ରଖି ଏହି ନିଷ୍ପତ୍ତି ନେଇଛି ଶ୍ରୀମନ୍ଦିର ପ୍ରଶାସନ।ଜାନୁଆରୀ ୩ ତାରିଖରୁ ପୁଣି ରତ୍ନଭଣ୍ଡାର ମରାମତି କାର୍ଯ୍ୟ ଯଥାରିତିରେ ଚାଲିବ। ଆଜିଠାରୁ ଆସନ୍ତା ଜାନୁଆରୀ ୨ ପର୍ଯ୍ୟନ୍ତ ରତ୍ନଭଣ୍ଡାର ମରାମତି କାର୍ଯ୍ୟକୁ ସ୍ଥଗିତ ରଖାଯାଇଛି। ୩ରୁ ପୁଣିଥରେ ରାଜ୍ୟ ସରକାରଙ୍କ ଅନୁମୋଦିତ ମାର୍ଗଦର୍ଶିକା ଏବଂ ଶ୍ରୀମନ୍ଦିର ପ୍ରଶାସନ ବ୍ୟବସ୍ଥା ଅନୁସାରେ ରତ୍ନଭଣ୍ଡାର ମରାମତି ଆରମ୍ଭ ହେବ। ଏଥିପାଇଁ ସମସ୍ତଙ୍କ ସହଯୋଗ କାମନା କରିଛନ୍ତି ଶ୍ରୀମନ୍ଦିର ମୁଖ୍ୟ ପ୍ରଶାସକ ଡ. ଅରବିନ୍ଦ ପାଢ଼ୀ। ଗତ ୧୭ରୁ ଶ୍ରୀମନ୍ଦିର ରତ୍ନଭଣ୍ଡାର ମରାମତି କାର୍ଯ୍ୟ ଏଏସ୍ଆଇ ତତ୍ତ୍ବାବଧାନରେ କୁଶଳୀ କାରିଗରଙ୍କ ଦ୍ବାରା ଆରମ୍ଭ ହୋଇଛି। ନୂଆବର୍ଷରୁ ଶ୍ରୀମନ୍ଦିରରେ ଲାଗୁ ହେବାକୁ ଯାଉଛି ନୂଆ ଦର୍ଶନ ବ୍ୟବସ୍ଥା। ବାହାରକାଠ ଦର୍ଶନ ଶୃଙ୍ଖଳା ପାଇଁ ଗୁରୁତ୍ବପୂର୍ଣ୍ଣ ନିଷ୍ପତ୍ତି ନିଆଯାଇଛି।ରାଜ୍ୟ ସରକାରଙ୍କ ଅନୁମୋଦିତ ମାର୍ଗଦର୍ଶିକା ଓ ଶ୍ରୀମନ୍ଦିର ପ୍ରଶାସନ ବ୍ୟବସ୍ଥା ଅନୁସାରେ ୩ ତାରିଖରୁ ପୁଣି ମରାମତି କାର୍ଯ୍ୟ ଆରମ୍ଭ ହେବ ବୋଲି ସୂଚନା ମିଳିଛି।
ଅନ୍ତର୍ଜାତୀୟରୁ ଆରମ୍ଭ କରି ଜାତୀୟ ତଥା ରାଜ୍ୟର ୩୧୪ ବ୍ଲକରେ ଘଟୁଥିବା ପ୍ରତିଟି ଘଟଣା ଉପରେ ଓଡିଆନ୍ ନ୍ୟୁଜ ଆପଣଙ୍କୁ ଦେଉଛି ୨୪ ଘଂଟିଆ ଅପଡେଟ | କରୋନାର ସଂକଟ ସମୟରେ ଆମେ ଲୋଡୁଛୁ ଆପଣଙ୍କ ସହଯୋଗ । ଓଡିଆନ୍ ନ୍ୟୁଜ ଡିଜିଟାଲ ମିଡିଆକୁ ଆର୍ଥିକ ସମର୍ଥନ ଜଣାଇ ଆଂଚଳିକ ସାମ୍ବାଦିକତାକୁ ଶକ୍ତିଶାଳୀ କରନ୍ତୁ |