ନବୀନ ଓ ନୀତୀଶଙ୍କୁ ଭାରତରତ୍ନ ମିଳିବା ଉଚି : ଗିରିରାଜ

ନୂଆଦିଲ୍ଲୀ, ୨୫।୧୨: ଓଡ଼ିଶାର ପୂର୍ବତନ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କୁ ଭାରତ ରତ୍ନ ଦେବାକୁ ଦାବି କରିଛନ୍ତି କେନ୍ଦ୍ର ମନ୍ତ୍ରୀ ଗିରିରାଜ ସିଂହ। ସେହିପରି ବିହାର ମୁଖ୍ୟମନ୍ତ୍ରୀ ନୀତିଶ କୁମାରଙ୍କ ପାଇଁ ମଧ୍ୟ ଭାରତ ରତ୍ନ ଦାବି କରିଛନ୍ତି। ପୂର୍ବରୁ ଏହି ଦାବି ହେଉଥିଲା ବେଳେ ପ୍ରଥମ ଥର ପାଇଁ ଭାରତୀୟ ଜନତା ପାର୍ଟି (ଭାଜପା) ନେତା ତଥା କେନ୍ଦ୍ର ମନ୍ତ୍ରୀ ଗିରିରାଜ ସିଂ ଏହି ଦାବି ଉଠାଇଛନ୍ତି। କେନ୍ଦ୍ର ମନ୍ତ୍ରୀ ଗିରିରାଜ ସିଂ ବୁଧବାର କହିଛନ୍ତି ଯେ ନୀତୀଶ କୁମାର ଏବଂ ଓଡିଶାର ପୂର୍ବତନ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କୁ ଭାରତ ରତ୍ନ ଦିଆଯିବା ଉଚିତ। ବୁଧବାର ନିଜ ସଂସଦୀୟ କ୍ଷେତ୍ର ବେଗୁସରାଇରେ ଏଭଳି ମନ୍ତବ୍ୟ ଦେଇ ଚର୍ଚ୍ଚାରେ ରହିଛନ୍ତି କେନ୍ଦ୍ର ବୟନ ଶିଳ୍ପ ମନ୍ତ୍ରୀ ଗିରିରାଜ ସିଂହ।  ସେ କହିଥିଲେ, ନୀତୀଶ କୁମାର ମୁଖ୍ୟମନ୍ତ୍ରୀ ନହେଲା ପର୍ଯ୍ୟନ୍ତ ବିହାର ଏହାର ଖରାପ ରାସ୍ତା, ଦୁର୍ବଳ ସ୍କୁଲ୍ କୋଠା ଆଦି ପାଇଁ ବେଶ୍ ଜଣାଶୁଣା ଥିଲା। କିନ୍ତୁ ନୀତୀଶ ରାଜ୍ୟକୁ ଏକ ନୂଆ ସ୍ତରକୁ ନେଇ ଯାଇଛନ୍ତି। ବର୍ତ୍ତମାନର ଛୁଆମାନେ ଲାଲୁଙ୍କ ଜଙ୍ଗଲ ରାଜ ଦେଖି ନାହାନ୍ତି। ନୀତୀଶ କୁମାର ଏହି ରାଜ୍ୟର ବିକାଶ କରିଛନ୍ତି। ସେହିପରି ନବୀନ ପଟ୍ଟନାୟକ ଓଡ଼ିଶାକୁ ବହୁ ବର୍ଷ ଧରି ଶାସନ କଲେ। ସେମାନଙ୍କ ଭଳି ନେତାମାନେ ଦେଶର ସର୍ବୋଚ୍ଚ ବେସାମରିକ ସମ୍ମାନ ‘ଭାରତରତ୍ନ’ ପାଇବାକୁ ହକଦାର।

ଅନ୍ତର୍ଜାତୀୟରୁ ଆରମ୍ଭ କରି ଜାତୀୟ ତଥା ରାଜ୍ୟର ୩୧୪ ବ୍ଲକରେ ଘଟୁଥିବା ପ୍ରତିଟି ଘଟଣା ଉପରେ ଓଡିଆନ୍ ନ୍ୟୁଜ ଆପଣଙ୍କୁ ଦେଉଛି ୨୪ ଘଂଟିଆ ଅପଡେଟ | କରୋନାର ସଂକଟ ସମୟରେ ଆମେ ଲୋଡୁଛୁ ଆପଣଙ୍କ ସହଯୋଗ । ଓଡିଆନ୍ ନ୍ୟୁଜ ଡିଜିଟାଲ ମିଡିଆକୁ ଆର୍ଥିକ ସମର୍ଥନ ଜଣାଇ ଆଂଚଳିକ ସାମ୍ବାଦିକତାକୁ ଶକ୍ତିଶାଳୀ କରନ୍ତୁ |

SUPPORT US

Spread the love
error: Content is protected !!