ଭୁବନେଶ୍ୱର,୨୬।୧୨: ଆଜି ରାଜ୍ୟରେ ବର୍ଷାର ପରିମାଣ କମିବା ସହିତ ଘନକୁହୁଡୁ ଦେଖାଯିବାର ସମ୍ଭାବନା ରହିଛି । ରାଜ୍ୟରେ ଆଜିଠୁ ବର୍ଷା କମିବାକୁ ଥିବା ବେଳେ କାଲିଠୁ ସମ୍ପର୍ଣ୍ଣ ବର୍ଷା କମିବ ବୋଲି ପାଣିପାଗ ବିଭାଗ ପୂର୍ବାନୁମାନ କରିଛି। 3 ଘଣ୍ଟା ପାଇଁ 11 ଜିଲ୍ଲାକୁ ୟେଲୋ ଓ୍ବାର୍ଣ୍ଣିଂ ଜାରି କରାଯାଇଛି । ଆଗାମୀ 3 ଘଣ୍ଟା ପାଇଁ ସତର୍କ ରହିବାକୁ କୁହାଯାଇଛି । ସ୍ବଳ୍ପରୁ ମଧ୍ୟମ ଧରଣର ବର୍ଷା ହେବା ନେଇ କୁହାଯାଇଛି । ଗଞ୍ଜାମ, ଖୋର୍ଦ୍ଧା, କଟକ, ଢେଙ୍କାନାଳ , ଯାଜପୁର, ଭଦ୍ରକ, ଜଗତସିଂହପୁର, ପୁରୀ, କଳାହାଣ୍ଡି, ବଲାଙ୍ଗୀର ଏବଂ କେନ୍ଦ୍ରାପଡାକୁ ସତର୍କତା ଜାରି କରାଯାଇଛି ।ଆଜି ବିଶେଷ କରି ଦକ୍ଷିଣ ଓଡ଼ିଶାରେ ହାଲୁକା ବର୍ଷା ସମ୍ଭାବନା ରହିଛି। ବଙ୍ଗୋପସାଗରରେ ସୃଷ୍ଟ ଲଘୁଚାପ ଧିରେ ଧିରେ ଦୁର୍ବଳ ହେବାରେ ଲାଗିଛି। ଫଳରେ ଆଜି ଅପରାହ୍ନ ବେଳକୁ ଏହା ଆହୁରି ଦୁର୍ବଳ ହେବ। ଏହାର ପ୍ରଭାବରେ ବର୍ଷାର ପ୍ରକୋପ କମିବ। ଆଜିଠୁ ପାଗ ବଦଳିବାର ସମ୍ଭାବନା ରହିଥିବାବେଳେ କୁହୁଡି ବଢିବ। ଏହାସହ ୮ ଜିଲାକୁ ୟେଲୋ ୱାର୍ଣ୍ଣିଂ ମଧ୍ୟ ଦିଆଯାଇଛି। ଏହି ଜିଳାଗୁଡିକ ମଧ୍ୟରେ ସୁନ୍ଦରଗଡ଼, ଝାରସୁଗୁଡା, କେନ୍ଦୁଝର, ଯାଜପୁର, ସୋନପୁର, ବଲାଙ୍ଗୀର, ସମ୍ବଲପୁର, ବରଗଡ ରହିଛି।
ଅନ୍ତର୍ଜାତୀୟରୁ ଆରମ୍ଭ କରି ଜାତୀୟ ତଥା ରାଜ୍ୟର ୩୧୪ ବ୍ଲକରେ ଘଟୁଥିବା ପ୍ରତିଟି ଘଟଣା ଉପରେ ଓଡିଆନ୍ ନ୍ୟୁଜ ଆପଣଙ୍କୁ ଦେଉଛି ୨୪ ଘଂଟିଆ ଅପଡେଟ | କରୋନାର ସଂକଟ ସମୟରେ ଆମେ ଲୋଡୁଛୁ ଆପଣଙ୍କ ସହଯୋଗ । ଓଡିଆନ୍ ନ୍ୟୁଜ ଡିଜିଟାଲ ମିଡିଆକୁ ଆର୍ଥିକ ସମର୍ଥନ ଜଣାଇ ଆଂଚଳିକ ସାମ୍ବାଦିକତାକୁ ଶକ୍ତିଶାଳୀ କରନ୍ତୁ |