ଭୁବନେଶ୍ବର, ୨୬/୧୨: ଆଜି ବିଜେଡି ପାଳୁଛି ୨୮ ତମ ପ୍ରତିଷ୍ଠା ଦିବସ । ଶଙ୍ଖ ଭବନରେ ଆୟୋଜିତ ହୋଇଛି ରାଜ୍ୟସ୍ତରୀୟ କାର୍ଯ୍ୟକ୍ରମ । ଯେଉଁଥିରେ ବିଜେଡି ସଭାପତି ନବୀନ ପଟ୍ଟନାୟକ ସକାଳ ୧୧ଟାରେ ଯୋଗ ଦେଇ ଉଦବୋଧନ ଦେବେ । ତାଙ୍କ ଉଦବୋଧନକୁ ଉତ୍ସାହ ସହ ଅପେକ୍ଷା କରିଛନ୍ତି ବିଜେଡି ନେତା ଓ କର୍ମୀ ।ଦୀର୍ଘ ୨୪ ବର୍ଷ ଧରି ଶାସନରେ ରହିବା ପରେ ଏଥର ବିରୋଧୀ ଦଳ ଭାବେ ପ୍ରତିଷ୍ଠା ଦିବସ ପାଳିବ ବିଜେଡି । ଦଳୀୟ ନେତା ଓ କର୍ମୀ ମାନଙ୍କୁ ଗୁରୁମନ୍ତ୍ର ଦେବେ ଦଳର ସୁପ୍ରିମୋ ନବୀନ ପଟ୍ଟନାୟକ । ଚଳିତ ଥର ନିର୍ବାଚନମଣ୍ଡଳୀ ସ୍ତରରେ ପ୍ରତିଷ୍ଠା ଦିବସ ପାଳନ ପାଇଁ ଦଳ ପକ୍ଷରୁ ନିଷ୍ପତ୍ତି ନିଆଯାଇଛି । ଶଙ୍ଖ ଭବନରେ ଆୟୋଜନ ହେବ ରାଜ୍ୟସ୍ତରୀୟ କାର୍ଯ୍ୟକ୍ରମ। ସରକାରରୁ ଯିବା ପରେ ବର୍ତ୍ତମାନ ବିଜେଡି ଆଗରେ ଅନେକ ଆହ୍ବାନ ସୃଷ୍ଟି ହୋଇଛି । ନିର୍ବାଚନରେ ପରାଜୟ ପରେ ବଡ ଆହ୍ବାନର ସମ୍ମୁଖୀନ ହେଉଛି ବିଜେଡି । ଶଙ୍ଖ ଭବନ ସହ ରାଜ୍ୟର ସମସ୍ତ ନିର୍ବାଚନ ମଣ୍ଡଳୀରେ ବି ପ୍ରତିଷ୍ଠା ଦିବସ ପାଳନ କରାଯିବ ।
ଅନ୍ତର୍ଜାତୀୟରୁ ଆରମ୍ଭ କରି ଜାତୀୟ ତଥା ରାଜ୍ୟର ୩୧୪ ବ୍ଲକରେ ଘଟୁଥିବା ପ୍ରତିଟି ଘଟଣା ଉପରେ ଓଡିଆନ୍ ନ୍ୟୁଜ ଆପଣଙ୍କୁ ଦେଉଛି ୨୪ ଘଂଟିଆ ଅପଡେଟ | କରୋନାର ସଂକଟ ସମୟରେ ଆମେ ଲୋଡୁଛୁ ଆପଣଙ୍କ ସହଯୋଗ । ଓଡିଆନ୍ ନ୍ୟୁଜ ଡିଜିଟାଲ ମିଡିଆକୁ ଆର୍ଥିକ ସମର୍ଥନ ଜଣାଇ ଆଂଚଳିକ ସାମ୍ବାଦିକତାକୁ ଶକ୍ତିଶାଳୀ କରନ୍ତୁ |