ପୁରୀ,୨୬।୧୨: ଶ୍ରୀମନ୍ଦିର ପ୍ରଶାସନ ପକ୍ଷରୁ ୨୦୨୫ ଇଂରାଜୀ ନୂତନ ବର୍ଷ କ୍ୟାଲେଣ୍ଡର ପ୍ରକାଶ ପାଇଛି।ଶ୍ରୀମନ୍ଦିର ପ୍ରଶାସନ ପକ୍ଷରୁ ୨୦୨୫ ଇଂରାଜୀ ନୂଆ ବର୍ଷ ଅବସରରେ ମହାପ୍ରଭୁଙ୍କ ଫଟୋ ଚିତ୍ର ସମ୍ବଳିତ କ୍ୟାଲେଣ୍ଡର (ଉଭୟ ୱାଲ୍ ଏବଂ ଡେସ୍କ୍) ପ୍ରକାଶ ପାଇଛି । ଆଜି ଉଭୟ କ୍ୟାଲେଣ୍ଡରକୁ ବିଧିବଦ୍ଧ ଭାବେ ଉନ୍ମୋଚିତ କରିଛନ୍ତି ମୁଖ୍ୟମନ୍ତ୍ରୀ ଶ୍ରୀ ମୋହନ ଚରଣ ମାଝୀ । କ୍ୟାଲେଣ୍ଡର ଗୁଡିକର ପ୍ରଥମ କପିକୁ ଶ୍ରୀମନ୍ଦିରରେ ମହାପ୍ରଭୁଙ୍କୁ ଲାଗି ହେବା ପରେ ଆଜି ଲୋକାର୍ପିତ ହୋଇଛି । ଡେସ୍କ୍ କ୍ୟାଲେଣ୍ଡରରେ ରାଜ୍ୟର ବିଭିନ୍ନ ଶିଳ୍ପୀଙ୍କ ଚିତ୍ର ଏବଂ ବାଲୁକା କଳା ସ୍ଥାନିତ ହୋଇଛି । ସେହିପରି ସାତ ପୃଷ୍ଠା ବିଶିଷ୍ଟ ୱାଲ୍ କ୍ୟାଲେଣ୍ଡରରେ ରଥାରୂଢ଼ ମହାପ୍ରଭୁଙ୍କ ଭବ୍ୟ ଚିତ୍ରମାନ ସ୍ଥାନିତ ହୋଇଅଛି ।
ଅନ୍ତର୍ଜାତୀୟରୁ ଆରମ୍ଭ କରି ଜାତୀୟ ତଥା ରାଜ୍ୟର ୩୧୪ ବ୍ଲକରେ ଘଟୁଥିବା ପ୍ରତିଟି ଘଟଣା ଉପରେ ଓଡିଆନ୍ ନ୍ୟୁଜ ଆପଣଙ୍କୁ ଦେଉଛି ୨୪ ଘଂଟିଆ ଅପଡେଟ | କରୋନାର ସଂକଟ ସମୟରେ ଆମେ ଲୋଡୁଛୁ ଆପଣଙ୍କ ସହଯୋଗ । ଓଡିଆନ୍ ନ୍ୟୁଜ ଡିଜିଟାଲ ମିଡିଆକୁ ଆର୍ଥିକ ସମର୍ଥନ ଜଣାଇ ଆଂଚଳିକ ସାମ୍ବାଦିକତାକୁ ଶକ୍ତିଶାଳୀ କରନ୍ତୁ |