ଓଡିଶାବାସୀଙ୍କୁ ବିଜେପି ସରକାରର ସବୁଠାରୁ ବଡ ଉପହାର ହେଉଛି ଦରଦାମ ବୃଦ୍ଧି

ଭୁବନେଶ୍ୱର, ୨୬।୧୨: ବିଜେଡି ପ୍ରତିଷ୍ଠା ଦିବସରେ ବିରୋଧି ଦଳ ନେତା ତଥା ବିଜେଡି ସୁପ୍ରିମୋ ନବୀନ ପଟ୍ଟନାୟକ ନିଜର ଅବିଭାଷଣ ରଖିଛନ୍ତି। ନବୀନ କହିଛନ୍ତି, ଆଜିର ଦିନରେ ବିଜୁ ଜନତା ଦଳ ଜନ୍ମ ନେଇଥିଲା।ବିଜେଡିର ୨୮ ତମ ପ୍ରତିଷ୍ଠା ଦିବସରେ ବିଜେପି ସରକାରକୁ ଟାର୍ଗେଟ କରିଛନ୍ତି ବିରୋଧୀ ଦଳ ନେତା ତଥା ବିଜେଡି ସୁପ୍ରିମୋ ନବୀନ ପଟ୍ଟନାୟକ। ଶଙ୍ଖ ଭବନରେ ଆୟୋଜିତ ରାଜ୍ୟସ୍ତରୀୟ କାର୍ୟ୍ୟକ୍ରମରେ ଯୋଗ ଦେଇ ବିଜୁ ଜନତା ଦଳର ସଭାପତି ନବୀନ ପଟ୍ଟନାୟକ କହିଛନ୍ତି ଓଡିଶାବାସୀଙ୍କ ଭଲ ପାଇବା ଓ କର୍ମୀ ଭାଇ ଭଉଣୀ ମାନଙ୍କ ପରିଶ୍ରମ ଯୋଗୁ ବିଜେଡି ଆଜି ଏକ ଦୃଢ଼ ଆଞ୍ଚଳିକ ଦଳ ଭାବରେ ପ୍ରତିଷ୍ଠା ପାଇଛି।ଏହି ଅବସରରେ ଗତ ନିର୍ବାଚନରେ ବିଜେଡିର ପରାଜୟକୁ ନେଇ ଉଠୁଥିବା ପ୍ରଶ୍ନର ଉତ୍ତର ଦେଇ ନବୀନ କହିଛନ୍ତି ‘ ମୁଁ ଜାଣିଛି ବହୁତ ଲୋକଙ୍କର ପ୍ରଶ୍ନ ଅଛି ଯେ ଗତ ନିର୍ବାଚନରେ ଆମେ କେମିତି ହାରିଲୁ । ମୁଁ ଆଜି ତାର ଉତ୍ତର ଦେବି । ମୁଁ କହିବି ଆମେ ହାରି ନାହୁଁ । ଲୋକଙ୍କ ବିଶ୍ୱାସ ମଧ୍ୟ ହରାଇ ନାହୁଁ।’ବିଜେପି ମିଛ କଥା କହି, ମିଛ ପ୍ରତିଶୃତି ଦେଇ, ଲୋକଙ୍କୁ ଭୁଆଁ ବୁଲାଇ ସରକାରକୁ ଆସିଛି । ଏତେ  ମିଛ କହି ମଧ୍ୟ ବିଜେପି ଆମ ଠାରୁ କମ୍‌ ଭୋଟ୍‌ ପାଇଛି । ଆମର ଭୁଲ୍‌ ହେଲା ଆମେ ସେମାନଙ୍କ ମିଛର ଠିକ୍‌ ଭାବରେ କାଉଣ୍ଟର କରି ପାରିଲୁ ନାହିଁ । ସେମାନଙ୍କ ନକାରାତ୍ମକ ପ୍ରଚାର ଏବଂ ସୋସିଆଲ ମିଡିଆରେ ମିଛ ଚିତ୍ରଣକୁ ଆମେ ଠିକ୍‌  ଭାବରେ  ଆମେ କାଉଣ୍ଟର କରି ପାରିଲୁନାହିଁ। କିନ୍ତୁ ଗତ ୬ ମାସର ବିଜେପି ସରକାର ମଧ୍ୟରେ ଲୋକ ଜାଣିଗଲେଣି ସେମାନେ କିପରି ମିଛର ଶିକାର ହେଲେ ।ଆଜି ଓଡିଶାବାସୀ ଜାଣିଲେଣି ଯେ ବିଜେପି ମିଛ କଥା କହି କ୍ଷମତା ଦଖଲ କରିଛି। ତେଣୁ କର୍ମୀ ଭାଇ ଭଉଣୀ ମାନଙ୍କୁ ସୋସିଆଲ ମିଡିଆରେ ସକ୍ରିୟ ରହି ବିଜେପିର ମିଛ କାହାଣୀର ଉଚିତ୍‌ ଜବାବ ଦେବା ପାଇଁ ନବୀନ ପରାମର୍ଶ ଦେଇଛନ୍ତି।ଏଥି ସହିତ ବର୍ତ୍ତମାନ ଓଡିଶାରେ ଚାଲିଥିବା ସରକାର ବିଷୟରେ  ନବୀନ ପଟ୍ଟନାୟକ କହିଥିଲେ ଯେ “ଗତ ଛଅ ମାସ ଭିତରେ ବିଜେପି ସରକାରର ଓଡିଶାବାସୀଙ୍କ ପାଇଁ ସବୁଠାରୁ ବଡ ଉପହାର ହେଉଛି ଦରଦାମ ବୃଦ୍ଧି । ଡାଲି ଚାଉଳ ଠାରୁ ଆରମ୍ଭ କରି ତେଲ, ପନିପରିବା ସବୁ ଦର ଆଜି ଆକାଶ ଛୁଆଁ । ଦରବୃଦ୍ଧି ପାଇଁ ଆଜି ପ୍ରତି ପରିବାର କାନ୍ଦୁଛି । ଧାନ ସଂଗ୍ରହ ପ୍ରକ୍ରିୟା ପାଇଁ ଚାଷୀ କାନ୍ଦୁଛି। ମିଶନ ଶକ୍ତି ମା ମାନେ ଦୁଃଖ ରେ ଅଛନ୍ତି ।

ଅନ୍ତର୍ଜାତୀୟରୁ ଆରମ୍ଭ କରି ଜାତୀୟ ତଥା ରାଜ୍ୟର ୩୧୪ ବ୍ଲକରେ ଘଟୁଥିବା ପ୍ରତିଟି ଘଟଣା ଉପରେ ଓଡିଆନ୍ ନ୍ୟୁଜ ଆପଣଙ୍କୁ ଦେଉଛି ୨୪ ଘଂଟିଆ ଅପଡେଟ | କରୋନାର ସଂକଟ ସମୟରେ ଆମେ ଲୋଡୁଛୁ ଆପଣଙ୍କ ସହଯୋଗ । ଓଡିଆନ୍ ନ୍ୟୁଜ ଡିଜିଟାଲ ମିଡିଆକୁ ଆର୍ଥିକ ସମର୍ଥନ ଜଣାଇ ଆଂଚଳିକ ସାମ୍ବାଦିକତାକୁ ଶକ୍ତିଶାଳୀ କରନ୍ତୁ |

SUPPORT US

Spread the love
error: Content is protected !!