ନୂଆଦିଲ୍ଲୀ,୨୭।୧୨: ଦେଶର ପୂର୍ବତନ ପ୍ରଧାନମନ୍ତ୍ରୀ ତଥା ପ୍ରଖ୍ୟାତ ଅର୍ଥନୀତିଜ୍ଞ ଡକ୍ଟର ମନମୋହନ ସିଂଙ୍କର ଗୁରୁବାର ଦେହାନ୍ତ ହୋଇଛି। ମୃତ୍ୟୁ ବେଳକୁ ତାଙ୍କୁ ୯୨ବର୍ଷ ହୋଇଥିଲା। କେନ୍ଦ୍ର ସରକାର ୭ ଦିଦିଆ ରାଷ୍ଟ୍ରୀୟ ଶୋକ ଘୋଷଣା କରିଛନ୍ତି।ଦେଶର ପୂର୍ବତନ ପ୍ରଧାନମନ୍ତ୍ରୀ ତଥା ପ୍ରଖ୍ୟାତ ଅର୍ଥନୀତିଜ୍ଞ ଓ ରାଜନେତା ମନମୋହନ ସିଂହ ଆଉ ନାହାନ୍ତି। ଦିଲ୍ଲୀ ଏମ୍ସରେ ଗତ ରାତିରେ ୯୨ ବର୍ଷ ବୟସ୍କ ଶ୍ରୀ ସିଂହଙ୍କ ପରଲୋକ ହୋଇଛି। ଏହି ପରିପ୍ରେକ୍ଷୀରେ ଆଜି ସମସ୍ତ ସରକାରୀ କାର୍ଯ୍ୟକ୍ରମ ବାତିଲ୍ କରିବାକୁ ଘୋଷଣା କରାଯାଇଛି।ପୂର୍ଣ୍ଣ ରାଷ୍ଟ୍ରୀୟ ମର୍ଯ୍ୟାଦା ସହ ପୂର୍ବତନ ପ୍ରଧାନମନ୍ତ୍ରୀ ମହମୋହନ ସିଂହଙ୍କ ଶେଷକୃତ୍ୟ ସମ୍ପନ୍ନ ହେବ । ତେବେଏହା କେବେ ଓ କେଉଁଠି ହେବ ସେ ନେଇ କିଛି ନିର୍ଦ୍ଦିଷ୍ଟ ସୂଚନା ମିଳିନି। ଶ୍ରୀ ସିଂହଙ୍କ ପରଲୋକ ଯୋଗୁ କଂଗ୍ରେସ ମଧ୍ୟ ଆସନ୍ତା ୭ ଦିନ ପାଇଁ ଦଳର ସମସ୍ତ କାର୍ଯ୍ୟକ୍ରମକୁ ବାତିଲ କରିଦେଇଛି। ମନମୋହନ ସିଂହ ଙ୍କ ବିୟୋଗ ଦଳ ପାଇଁ ଏକ ଅପୂରଣୀୟ କ୍ଷତି ହୋଇଥିବାରୁ ଚଳିତ ବର୍ଷ ଦଳର ପ୍ରତିଷ୍ଠା ଦିବସ ବି ପାଳନ କରାଯିବନି ବୋଲି ସୂଚନା ଜାରି କରାଯାଇଛି। ଆସନ୍ତା ୩ ତାରିଖ ପର୍ଯ୍ୟନ୍ତ ଦଳର ସମସ୍ତ କାର୍ଯ୍ୟକ୍ରମକୁ ବାତିଲ କରାଯାଇଛି। ଏହି ସମୟ ମଧ୍ୟରେ ଦଳର ପତାକା ଅର୍ଦ୍ଧନତ ଅବସ୍ଥାରେ ରହିବ ।
ଅନ୍ତର୍ଜାତୀୟରୁ ଆରମ୍ଭ କରି ଜାତୀୟ ତଥା ରାଜ୍ୟର ୩୧୪ ବ୍ଲକରେ ଘଟୁଥିବା ପ୍ରତିଟି ଘଟଣା ଉପରେ ଓଡିଆନ୍ ନ୍ୟୁଜ ଆପଣଙ୍କୁ ଦେଉଛି ୨୪ ଘଂଟିଆ ଅପଡେଟ | କରୋନାର ସଂକଟ ସମୟରେ ଆମେ ଲୋଡୁଛୁ ଆପଣଙ୍କ ସହଯୋଗ । ଓଡିଆନ୍ ନ୍ୟୁଜ ଡିଜିଟାଲ ମିଡିଆକୁ ଆର୍ଥିକ ସମର୍ଥନ ଜଣାଇ ଆଂଚଳିକ ସାମ୍ବାଦିକତାକୁ ଶକ୍ତିଶାଳୀ କରନ୍ତୁ |