ପଶ୍ଚିମା ଝଡ଼ ପ୍ରଭାବ; ଆସୁଛି ବର୍ଷା, ଚିନ୍ତାରେ ଚାଷୀ

ଭୁବନେଶ୍ୱର,୨୭ା୧୨: ରାଜ୍ୟରେ ଲଘୁଚାପ ଜନିତ ବର୍ଷା ଲାଗି ରହିବା ପରେ ଗୋଟିଏ ଦିନ ପାଗ ଶୁଖଲା ରହିଥିବାବେଳେ ପୁଣି ବର୍ଷା ଆସୁଛି। ପଶ୍ଚିମାଝଡ଼ ପ୍ରଭାବରେ ଆସନ୍ତା ୨୮ ଓ ୨୯ ତାରିଖରେ ବର୍ଷା ନେଇ ପୂର୍ବାନୁମାନ କରିଛି ଭୁବନେଶ୍ୱରସ୍ଥିତ ପାଣିପାଗ କେନ୍ଦ୍ର। ଉତ୍ତର ତଥା ଉତ୍ତର ପଶ୍ଚିମ ଓଡ଼ିଶାର କିଛି ଜିଲାରେ ବର୍ଷା ହେବାର ସମ୍ଭାବନା ରହିଥିବା ପାଣିପାଗ ବିଜ୍ଞାନୀ ଉମାଶଙ୍କର ଦାଶଙ୍କ ସୂଚନା ଦେଇଛନ୍ତି।ପଶ୍ଚିମା ଝଡ଼ ପ୍ରଭାବରେ ରାଜ୍ୟରେ ଆସନ୍ତାକାଲିଠୁ ବର୍ଷା ହେବ। ଉତ୍ତର ତଥା ଉତ୍ତର ପଶ୍ଚିମ ଓଡ଼ିଶାର କିଛି ଜିଲ୍ଲାରେ ୨ ଦିନ ଧରି ହାଲୁକାରୁ ମଧ୍ୟମ ଧରଣର ବର୍ଷା ହେବାର ସମ୍ଭାବନା ରହିଛି।ଦୁଇ ଦିନ ତଳେ ଲଘୁଚାପ ପ୍ରଭାବରେ ରାଜ୍ୟରେ ବର୍ଷା ଜାରି ରହିଥିଲା। ହେକ୍ଟର ହେକ୍ଟର ଚାଷ ଜମି ଜଳମଗ୍ନ ହୋଇଥିଲା। ଫଳରେ ଚାଷୀଙ୍କର ବର୍ଷକର ଅମଳ ପାଣିରେ ପଡ଼ି ନଷ୍ଟ ହୋଇଯାଇଥିଲା। ପୁଣି ବର୍ଷା ହେବା ନେଇ ସୂଚନା ମିଳିବା ପରେ ଚିନ୍ତାରେ ପଡ଼ିଯାଇଛନ୍ତି ଚାଷୀ।

ଅନ୍ତର୍ଜାତୀୟରୁ ଆରମ୍ଭ କରି ଜାତୀୟ ତଥା ରାଜ୍ୟର ୩୧୪ ବ୍ଲକରେ ଘଟୁଥିବା ପ୍ରତିଟି ଘଟଣା ଉପରେ ଓଡିଆନ୍ ନ୍ୟୁଜ ଆପଣଙ୍କୁ ଦେଉଛି ୨୪ ଘଂଟିଆ ଅପଡେଟ | କରୋନାର ସଂକଟ ସମୟରେ ଆମେ ଲୋଡୁଛୁ ଆପଣଙ୍କ ସହଯୋଗ । ଓଡିଆନ୍ ନ୍ୟୁଜ ଡିଜିଟାଲ ମିଡିଆକୁ ଆର୍ଥିକ ସମର୍ଥନ ଜଣାଇ ଆଂଚଳିକ ସାମ୍ବାଦିକତାକୁ ଶକ୍ତିଶାଳୀ କରନ୍ତୁ |

SUPPORT US

Spread the love
error: Content is protected !!