ମନମୋହନଙ୍କ ଶେଷ ଦର୍ଶନ କଲେ ପ୍ରଧାନମନ୍ତ୍ରୀ

ନୂଆଦିଲ୍ଲୀ,୨୭ା୧୨: ଭାରତର ଅର୍ଥନୀତି ସଂସ୍କାରର ପୂର୍ବତନ ପ୍ରଧାନମନ୍ତ୍ରୀ ତଥା ମହାନୟାକ ଡକ୍ଟର ମନମୋହନ ସିଂ ଆଉ ନାହାଁନ୍ତି । ଗୁରୁବାର ରାତିରେ ଦିଲ୍ଲୀ AIIMS ରେ ତାଙ୍କର ଦେହାନ୍ତ ହୋଇଛି। ତାଙ୍କ ମୃତ୍ୟୁକୁ ନେଇ କେନ୍ଦ୍ର ସରକାର ସାତ ଦିନିଆ ଶୋକ ଘୋଷଣା କରିଛନ୍ତି । ଶନିବାର ରାଷ୍ଟ୍ରୀୟ ମର୍ଯ୍ୟଦା ଅନୁସାରେ ତାଙ୍କର ଶେଷକୃତ୍ୟ କରାଯିବା ନେଇ ଘୋଷଣା କରାଯାଇଛି । ଶୁକ୍ରବାର ଦିନ ଧାର୍ଯ୍ୟ ହୋଇଥିବା ସମସ୍ତ ସରକାରୀ କାର୍ଯ୍ୟକ୍ରମ ବାତିଲ କରାଯାଇଛି। ଆଜି ଦିନ 11 ଟାରେ କେନ୍ଦ୍ର କ୍ୟାବିନେଟ ବୈଠକ ବସିବାକୁ ଥିବା ବେଳେ ଏଥିରେ ପୂର୍ବତନ ପ୍ରଧାନମନ୍ତ୍ରୀଙ୍କୁ ଶ୍ରଦ୍ଧାଞ୍ଜଳୀ ଅର୍ପଣ କରାଯିବ । 2004-14 ଯାଏଁ ସେ ଭାରତର ପ୍ରଧାନମନ୍ତ୍ରୀ ଭାବେ ଦାୟୁତ୍ବ ତୁଲାଇଥିଲେ ।ମନମୋହନଙ୍କ ବିୟୋଗରେ ପୁରା ଦେଶ ସ୍ତବ୍ଧ ହୋଇଯାଇଥିବା ବେଳେ ବିଶିଷ୍ଟ ବ୍ୟକ୍ତିବିଶେଷ ଶୋକ ପ୍ରକାଶ କରିଛନ୍ତି । ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ମଧ୍ୟ ତାଙ୍କ ବାସଭବନରେ ପହଞ୍ଚି ଶେଷ ଦର୍ଶନ କରିବା ସହିତ ଶ୍ରଦ୍ଧାଞ୍ଜଳୀ ଜ୍ଞାପନ କରିଛନ୍ତି । ମନମୋହନଙ୍କ ପ୍ରାର୍ଥୀବ ଶରୀରକୁ ଦର୍ଶନ କରିବା ସହିତ ହାତଯୋଡି ପ୍ରଣାମ କରିଛନ୍ତି । ତେବେ ମୋଦୀଙ୍କ ବ୍ୟତୀତ କେନ୍ଦ୍ର ଗୃହମନ୍ତ୍ରୀ ଅମିତ ଶାହ ଏବଂ ଜେପି ନଡ୍ଡା ମଧ୍ୟ ଶେଷ ଦର୍ଶନ କରିବା ସହିତ ଶ୍ରଦ୍ଧାଞ୍ଜଳୀ ଜ୍ଞାପନ କରିଛନ୍ତି ।

ଅନ୍ତର୍ଜାତୀୟରୁ ଆରମ୍ଭ କରି ଜାତୀୟ ତଥା ରାଜ୍ୟର ୩୧୪ ବ୍ଲକରେ ଘଟୁଥିବା ପ୍ରତିଟି ଘଟଣା ଉପରେ ଓଡିଆନ୍ ନ୍ୟୁଜ ଆପଣଙ୍କୁ ଦେଉଛି ୨୪ ଘଂଟିଆ ଅପଡେଟ | କରୋନାର ସଂକଟ ସମୟରେ ଆମେ ଲୋଡୁଛୁ ଆପଣଙ୍କ ସହଯୋଗ । ଓଡିଆନ୍ ନ୍ୟୁଜ ଡିଜିଟାଲ ମିଡିଆକୁ ଆର୍ଥିକ ସମର୍ଥନ ଜଣାଇ ଆଂଚଳିକ ସାମ୍ବାଦିକତାକୁ ଶକ୍ତିଶାଳୀ କରନ୍ତୁ |

SUPPORT US

Spread the love
error: Content is protected !!