ନୂଆଦିଲ୍ଲୀ,୧।୧: ନୂଆ ଆଶା ଓ ନୂଆ ଉଦ୍ଦୀପନା ନେଇ ପାଦ ଥାପିଛି ବର୍ଷ ୨୦୨୫। ସବୁଠି ଚାଲିଛି ନୂଆବର୍ଷ ସେଲିବ୍ରେସନ୍। ଏହି ଅବସରରେ ଆଜି ଦେଶବାସୀଙ୍କୁ ଶୁଭେଚ୍ଛା ଜଣାଇଛନ୍ତି ରାଷ୍ଟ୍ରପତି, ପ୍ରଧାନମନ୍ତ୍ରୀ , ମୁଖ୍ୟମନ୍ତ୍ରୀ ଏବଂ ବିଜେଡି ସୁପ୍ରିମୋ ନବୀନ ପଟ୍ଟନାୟକ । ଇଂରାଜୀ ନବବର୍ଷ ର ଶୁଭେଚ୍ଛା ଜଣାଇ ମହାମହିମ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ କହିଛନ୍ତି ସମସ୍ତଙ୍କୁ ନବବର୍ଷର ଶୁଭେଚ୍ଛା। ସମସ୍ତଙ୍କ ଜୀବନରେ ସୁଖ ସମୃଦ୍ଧି ଭରିଯାଉ। ସେହିପରି ନୂଆବର୍ଷର ଶୁଭେଚ୍ଛା ଓ ଅଭିନନ୍ଦନ ଜଣାଇ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ କହିଛନ୍ତି ନୂଆବର୍ଷ ଦେଶବାସୀଙ୍କ ପାଇଁ ସଫଳତା ସହ ଅସରନ୍ତି ଖୁସି ଭରିଦେଉ।
ଅନ୍ତର୍ଜାତୀୟରୁ ଆରମ୍ଭ କରି ଜାତୀୟ ତଥା ରାଜ୍ୟର ୩୧୪ ବ୍ଲକରେ ଘଟୁଥିବା ପ୍ରତିଟି ଘଟଣା ଉପରେ ଓଡିଆନ୍ ନ୍ୟୁଜ ଆପଣଙ୍କୁ ଦେଉଛି ୨୪ ଘଂଟିଆ ଅପଡେଟ | କରୋନାର ସଂକଟ ସମୟରେ ଆମେ ଲୋଡୁଛୁ ଆପଣଙ୍କ ସହଯୋଗ । ଓଡିଆନ୍ ନ୍ୟୁଜ ଡିଜିଟାଲ ମିଡିଆକୁ ଆର୍ଥିକ ସମର୍ଥନ ଜଣାଇ ଆଂଚଳିକ ସାମ୍ବାଦିକତାକୁ ଶକ୍ତିଶାଳୀ କରନ୍ତୁ |