ପୁରୀ,,୧।୧: ନୂଆବର୍ଷ ପାଇଁ ଶ୍ରୀମନ୍ଦିରରେ ଶ୍ରଦ୍ଧାଳୁଙ୍କ ପ୍ରବଳ ଭିଡ଼। ପୁରୀ ଶ୍ରୀମନ୍ଦିରରେ ମହାପ୍ରଭୁଙ୍କ ଦର୍ଶନ ଲାଗି ବିଳମ୍ବିତ ରାତିରୁ ଲାଗି ରହିଛି ଶ୍ରଦ୍ଧାଳୁଙ୍କ ଭିଡ। ଲୋକାରଣ୍ୟ ହୋଇ ଉଠିଛି ବଡଦାଣ୍ଡ। ପ୍ରବଳ ଭିଡ ଯୋଗୁଁ ଠେଲାପେଲା ପରିସ୍ଥିତି ସହ ବ୍ୟାରିକେଡ୍ ଭାଙ୍ଗିଲେ ଭକ୍ତ। ସିଂହଦ୍ୱାର ସମ୍ମୁଖରେ ଥିବା ବ୍ୟାରିକେଡ୍କୁ ଶ୍ରଦ୍ଧାଳୁ ଭାଙ୍ଗି ଦେଇଛନ୍ତି। ପୁଲିସ ପରିସ୍ଥିତିକୁ ନିୟନ୍ତ୍ରଣ କରିବାକୁ ଚେଷ୍ଟା କରୁଛି ।ଜନସମୁଦ୍ର ପାଲଟିଛି ବଡଦାଣ୍ଡ। ବଡଠାକୁରଙ୍କୁ ଦର୍ଶନ କରୁଛନ୍ତି ଶ୍ରଦ୍ଧାଳୁ। ନୂଆବର୍ଷରେ ଶ୍ରଦ୍ଧାଳୁଙ୍କ ପ୍ରବଳ ସମାଗମକୁ ଦୃଷ୍ଟିରେ ରଖି, ଗତକାଲି ରାତି ସାଢ଼େ ୧୨ରେ ଶ୍ରୀମନ୍ଦିରରେ ଦ୍ୱାରଫିଟା ନୀତି ସଂପନ୍ନ ହୋଇ ଦର୍ଶନ ଚାଲିଛି ।ନବବର୍ଷ ୨୦୨୫କୁ ସ୍ୱାଗତ ଜଣାଇବା ପରେ ଆଜି ନୂଆ ସକାଳରେ ନୂଆ ଆଶା ଓ ଆକାଂକ୍ଷା ନେଇ ବିଭିନ୍ନ ସ୍ଥାନରେ ସକାଳର ପ୍ରଥମ ସୂର୍ଯ୍ୟକୁ ଦର୍ଶନ କରିଛନ୍ତି ଲୋକେ। ଏହି ଅବସରରେ ଓଡ଼ିଶାର ପୁରୀ, କୋଣାର୍କ, ଗୋପାଳପୁର ବେଳାଭୂମିରେ ଲୋକଙ୍କ ଗହଳି ଜମିଛି। ସେପଟେ ଦେଶର ବିଭିନ୍ନ ପର୍ଯ୍ୟଟନ ଓ ଧାର୍ମିକ ସ୍ଥଳରେ ବି ଲୋକଙ୍କ ଭିଡ଼ ଲାଗିଛି।
ଅନ୍ତର୍ଜାତୀୟରୁ ଆରମ୍ଭ କରି ଜାତୀୟ ତଥା ରାଜ୍ୟର ୩୧୪ ବ୍ଲକରେ ଘଟୁଥିବା ପ୍ରତିଟି ଘଟଣା ଉପରେ ଓଡିଆନ୍ ନ୍ୟୁଜ ଆପଣଙ୍କୁ ଦେଉଛି ୨୪ ଘଂଟିଆ ଅପଡେଟ | କରୋନାର ସଂକଟ ସମୟରେ ଆମେ ଲୋଡୁଛୁ ଆପଣଙ୍କ ସହଯୋଗ । ଓଡିଆନ୍ ନ୍ୟୁଜ ଡିଜିଟାଲ ମିଡିଆକୁ ଆର୍ଥିକ ସମର୍ଥନ ଜଣାଇ ଆଂଚଳିକ ସାମ୍ବାଦିକତାକୁ ଶକ୍ତିଶାଳୀ କରନ୍ତୁ |