ଆଜିଠୁ ରତ୍ନଭଣ୍ଡାର ମରାମତି କାର୍ଯ୍ୟ ଆରମ୍ଭ

ପୁରୀ,୩ା୧:ଆଜିଠୁ ଆରମ୍ଭ ରତ୍ନଭଣ୍ଡାର ମରାମତି କାର୍ଯ୍ୟ। ପୂର୍ବରୁ ଭିତର ରତ୍ନଭଣ୍ଡାର ଓ ବାହାର ରତ୍ନଭଣ୍ଡାରର ଚୂନ ପ୍ଳାଷ୍ଟର ଛଡାଇଦିଆଯାଇଛି। ଚୂନ ଛଡାଯିବା ପରେ ପଥରର ସରଫେସ ଦେଖାଗଲାଣି। ଅନେକ ପଥରରେ ଫାଟ ରହିଛି।ପଥର ପଥର ଭିତରେ ଲୁହା ଛଡରେ ଜଏଣ୍ଟ କରାଯାଇଥିବାରୁ ଲୁହା ଛଡ ଫୁଲିବା ଯୋଗୁଁ ପଥରରେ ଫାଟ ହୋଇଛି। ଫାଟ ଯୋଗୁଁ ସମସ୍ତ ପଥର ପରିବର୍ତ୍ତନ କରାଯିବ। ପରେ ଲୁହା ବିମ ଗୁଡିକ କଳଙ୍କି ଲାଗିଯାଇଥିବାରୁ ଜଗମୋହନ ଭଳି ଷ୍ଟିଲ ବିମ ଲଗାଯିବ।ଭିତର ରତ୍ନଭଣ୍ଡାର ଓ ବାହାର ରତ୍ନଭଣ୍ଡାର ସଂରକ୍ଷଣ କାର୍ଯ୍ୟ ଶେଷ ପରେ ରତ୍ନଭଣ୍ଡାରର ବାହାର ପଟ ମରାମତି କରାଯିବ। ଦ୍ୱିତୀୟ ଭୋଗମଣ୍ଡପ ପରେ ମରାମତି କାମ ହେବ । ଏହି ସମୟରେ ଭିତରକାଠ ଦର୍ଶନ ବନ୍ଦ ରହିବ ।

ଅନ୍ତର୍ଜାତୀୟରୁ ଆରମ୍ଭ କରି ଜାତୀୟ ତଥା ରାଜ୍ୟର ୩୧୪ ବ୍ଲକରେ ଘଟୁଥିବା ପ୍ରତିଟି ଘଟଣା ଉପରେ ଓଡିଆନ୍ ନ୍ୟୁଜ ଆପଣଙ୍କୁ ଦେଉଛି ୨୪ ଘଂଟିଆ ଅପଡେଟ | କରୋନାର ସଂକଟ ସମୟରେ ଆମେ ଲୋଡୁଛୁ ଆପଣଙ୍କ ସହଯୋଗ । ଓଡିଆନ୍ ନ୍ୟୁଜ ଡିଜିଟାଲ ମିଡିଆକୁ ଆର୍ଥିକ ସମର୍ଥନ ଜଣାଇ ଆଂଚଳିକ ସାମ୍ବାଦିକତାକୁ ଶକ୍ତିଶାଳୀ କରନ୍ତୁ |

SUPPORT US

Spread the love
error: Content is protected !!