ଭୁବନେଶ୍ୱର,୪।୧: ସୁଭଦ୍ରା ଯୋଜନାକୁ ନେଇ ରାଜ୍ୟ କ୍ୟାବିନେଟ୍ରେ ବଡ଼ ନିଷ୍ପତ୍ତି। ଚଳିତ ବର୍ଷ ମାର୍ଚ୍ଚ ୩୧ ସୁଦ୍ଧା ‘ସୁଭଦ୍ରା’ ଆବେଦନ କଲେ ବି ଆବେଦନକାରୀ ମହିଳାଙ୍କୁ ୨୦୨୪ରେ ବାକିଥିବା ୨ଟି କିସ୍ତି ମିଳିବ। ଗତକାଲି ଅନୁଷ୍ଠିତ କ୍ୟାବିନେଟ୍ ବୈଠକରେ ଏହି ନିଷ୍ପତ୍ତି ନିଆଯାଇଛି।ବୈଠକ ପରେ ମୁଖ୍ୟ ଶାସନ ସଚିବ ମନୋଜ ଆହୁଜା କହିଛନ୍ତି, ୨୦୨୪-୨୦୨୫ ପାଇଁ ଆବେଦନର ଶେଷ ତାରିଖ ରହିଛି ଆସନ୍ତା ମାର୍ଚ୍ଚ ୩୧ ତାରିଖ। ତା’ଭିତରେ ଯେଉଁମାନେ ବି ଆବେଦନ କରିବେ, ସମସ୍ତଙ୍କୁ ୨ଟି କିସ୍ତି ପ୍ରଦାନ କରାଯିବ ବୋଲି ନିଷ୍ପତ୍ତି ନିଆଯାଇଛି।ଖାଦ୍ୟ ସୁରକ୍ଷା ଯୋଜନାର ହିତାଧିକାରୀ ନଥିବା ଅବଶିଷ୍ଟ ଆବେଦନଗୁଡ଼ିକ ବିଚାରାଧୀନ ଅଛି। ବର୍ତ୍ତମାନ ୨୦୨୪-୨୫ ଆର୍ଥିକ ବର୍ଷ ପାଇଁ ଆବେଦନ କରିବାର କୌଣସି ଶେଷ ତାରିଖ ରଖାଯାଇ ନଥିଲା। ଆଜି ରାଜ୍ୟ କ୍ୟାବିନେଟ୍ରେ ଏହି ପଞ୍ଜୀକରଣର ଶେଷ ତାରିଖ ଧାର୍ଯ୍ୟ କରାଯାଇଛି। ଆସନ୍ତା ମାର୍ଚ୍ଚ ୩୧ ତାରିଖ ସୁଦ୍ଧା ୨୦୨୪-୨୫ ଆର୍ଥିକ ବର୍ଷର ସୁଭଦ୍ରା ପଞ୍ଜୀକରଣ ଶେଷ ହେବ ବୋଲି ନିଷ୍ପତ୍ତି ହୋଇଛି।
ଅନ୍ତର୍ଜାତୀୟରୁ ଆରମ୍ଭ କରି ଜାତୀୟ ତଥା ରାଜ୍ୟର ୩୧୪ ବ୍ଲକରେ ଘଟୁଥିବା ପ୍ରତିଟି ଘଟଣା ଉପରେ ଓଡିଆନ୍ ନ୍ୟୁଜ ଆପଣଙ୍କୁ ଦେଉଛି ୨୪ ଘଂଟିଆ ଅପଡେଟ | କରୋନାର ସଂକଟ ସମୟରେ ଆମେ ଲୋଡୁଛୁ ଆପଣଙ୍କ ସହଯୋଗ । ଓଡିଆନ୍ ନ୍ୟୁଜ ଡିଜିଟାଲ ମିଡିଆକୁ ଆର୍ଥିକ ସମର୍ଥନ ଜଣାଇ ଆଂଚଳିକ ସାମ୍ବାଦିକତାକୁ ଶକ୍ତିଶାଳୀ କରନ୍ତୁ |