କେନ୍ଦ୍ରାପଡ଼ା ,,୪।୧: ୧୪ ରୁ ପର୍ଯ୍ୟଟକଙ୍କ ପାଇଁ ବନ୍ଦ ରହିବ ଭିତରକନିକା ଜାତୀୟ ଉଦ୍ୟାନ । କୁମ୍ଭୀର ଗଣନା ପାଇଁ ୧୪ ରୁ ୨୧ ଯାଏଁ ବନ୍ଦ ରହିବ ଭିତରକନିକା।ପ୍ରଥମ କରି ଭିତରକନିକା ବାହାରେ ଥିବା ନଦୀନାଳରେ ମଧ୍ୟ ଗଣନା ହେବ । ଏ ନେଇ ସୂଚନା ଦେଲେ ବନଖଣ୍ଡ ଅଧିକାରୀ ସୁଦର୍ଶନ ଗୋପିନାଥ ଯାଦବ।ରାଜ୍ୟ ତଥା ଦେଶ ବିଦେଶର ପର୍ଯ୍ୟଟକମାନଙ୍କୁ ଭ୍ରମଣ ଲାଗି ପ୍ରବେଶ ବନ୍ଦ ରହିବ । କୁମ୍ଭୀର ଗଣନାକୁ ଦୃଷ୍ଟିରେ ରଖି ସାତ ଦିନ ପର୍ଯ୍ୟନ୍ତ ଭିତରକନିକା ଜାତୀୟ ଉଦ୍ୟାନରେ ପ୍ରବେଶ ଉପରେ କଟକଣା ।
ଅନ୍ତର୍ଜାତୀୟରୁ ଆରମ୍ଭ କରି ଜାତୀୟ ତଥା ରାଜ୍ୟର ୩୧୪ ବ୍ଲକରେ ଘଟୁଥିବା ପ୍ରତିଟି ଘଟଣା ଉପରେ ଓଡିଆନ୍ ନ୍ୟୁଜ ଆପଣଙ୍କୁ ଦେଉଛି ୨୪ ଘଂଟିଆ ଅପଡେଟ | କରୋନାର ସଂକଟ ସମୟରେ ଆମେ ଲୋଡୁଛୁ ଆପଣଙ୍କ ସହଯୋଗ । ଓଡିଆନ୍ ନ୍ୟୁଜ ଡିଜିଟାଲ ମିଡିଆକୁ ଆର୍ଥିକ ସମର୍ଥନ ଜଣାଇ ଆଂଚଳିକ ସାମ୍ବାଦିକତାକୁ ଶକ୍ତିଶାଳୀ କରନ୍ତୁ |