ମୁଖ୍ୟମନ୍ତ୍ରୀଙ୍କ ବ୍ୟକ୍ତିଗତ ସଚିବ ହେଲେ ମନୋଜ ସାହୁ

ଭୁବନେଶ୍ୱର,୪ା୧: ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀଙ୍କ ବ୍ୟକ୍ତିଗତ ସଚିବ ଭାବେ ଶନିବାର ମନୋଜ ସାହୁ ନିଯୁକ୍ତ ହୋଇଛନ୍ତି। ଏନେଇ ବିଜ୍ଞପ୍ତି ପ୍ରକାଶ  ପାଇଛି। ତେବେ ଅରିନ୍ଦମ ଡାକୁଆଙ୍କ ସ୍ଥାନରେ ମନୋଜଙ୍କୁ ନିଯୁକ୍ତି ମିଳିଛି। ଇଣ୍ଟର କ୍ୟାଡର ଡେପୁଟେଶନରେ ଆସିଛନ୍ତି ମନୋଜ।୨୦୦୬ ବ୍ୟାଚ୍‌ର ଆଇଏଏସ୍‌ ମନୋଜ ଅରୁଣାଚଳ ପ୍ରଦେଶ, ଗୋଆ, ମିଜୋରାମ ଏବଂ କେନ୍ଦ୍ରଶାସିତ ଅଞ୍ଚଳର କ୍ୟାଡର୍‌ ଅଧିକାରୀ।  ମନୋଜ  ଜଗତସିଂହପୁର ଜିଲା ବାଲିକୁଦା ବ୍ଲକର ସିଙ୍ଗାରପୁର ଗ୍ରାମର ବାସିନ୍ଦା। ସେ ବିଭିନ୍ନ ସମ୍ବେଦନଶୀଳ ଜିଲାରେ ଜିଲାପାଳ, କେନ୍ଦ୍ର ଜଳ ଶକ୍ତି ମନ୍ତ୍ରଣାଳୟରେ ହର ଘର୍ ଜଲ୍‌ରେ କାମ କରି ଖୁବ୍ ପ୍ରଶଂସିତ ହୋଇଛନ୍ତି ।

ଅନ୍ତର୍ଜାତୀୟରୁ ଆରମ୍ଭ କରି ଜାତୀୟ ତଥା ରାଜ୍ୟର ୩୧୪ ବ୍ଲକରେ ଘଟୁଥିବା ପ୍ରତିଟି ଘଟଣା ଉପରେ ଓଡିଆନ୍ ନ୍ୟୁଜ ଆପଣଙ୍କୁ ଦେଉଛି ୨୪ ଘଂଟିଆ ଅପଡେଟ | କରୋନାର ସଂକଟ ସମୟରେ ଆମେ ଲୋଡୁଛୁ ଆପଣଙ୍କ ସହଯୋଗ । ଓଡିଆନ୍ ନ୍ୟୁଜ ଡିଜିଟାଲ ମିଡିଆକୁ ଆର୍ଥିକ ସମର୍ଥନ ଜଣାଇ ଆଂଚଳିକ ସାମ୍ବାଦିକତାକୁ ଶକ୍ତିଶାଳୀ କରନ୍ତୁ |

SUPPORT US

Spread the love
error: Content is protected !!